-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ

03-Oct-2026



ସୁନ୍ଦରଗଡ଼(କାଞ୍ଚନପ୍ରଭା ନନ୍ଦ):  ସୁନ୍ଦରଗଡ଼ ଜିଲ୍ଲା ସଦର ମହକୁମାଠାରେ ଆଜି ପାଳିତ ହୋଇଯାଇଛି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ। ଏହି ଅବସରରେ ପ୍ରାତଃ ସହର ମଧ୍ୟରେ ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ରାମଧୂନ୍ ପରିବେଷଣ କରାଯାଇଥିଲା। ସହର ମଧ୍ୟରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ସେହିଭଳି ଜିଲ୍ଲାପାଳଙ୍କ

କାର୍ଯ୍ୟାଳୟଠାରେ ମଧ୍ୟ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତୀରେ ଜିଲ୍ଲା ପ୍ରଶାସନ ଦ୍ୱାରା ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା ଏବଂ ଗାନ୍ଧିଜୀ ଙ୍କ ସ୍ମୃତିଚାରଣ କରାଯାଇଥିଲା। 

ଏହି ଅବସରରେ ସ୍ଥାନୀୟ ସଦଭାବନା ଭବନ ଠାରେ ଏକ ସାଧାରଣ ସଭା ଆୟୋଜନ ସଭା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ସର୍ବଧର୍ମ ପ୍ରାର୍ଥନା କରାଯାଇ ପବିତ୍ର ଗୀତା, କୋରାନ, ବାଇବେଲ, ଗୁରୁଗ୍ରନ୍ଥ ସାହିବରୁ କିଛି ବାଣୀ ଉଚ୍ଚାରଣ  କରାଯାଇ ସମାଜରେ ସତ୍ୟ ଅହିଂସା, ଭାତୃତ୍ୱ ଭାବର ବାର୍ତ୍ତା ପ୍ରଦାନ କରାଯାଇଥିଲା।  ଶ୍ରୀ ଗଣେଶ ତ୍ରିପାଠୀ ଭାଗବତ ଗୀତାରୁ କିଛି ପଂକ୍ତି ଆବୃତ୍ତି କରିଥିଲେ। ସେହିଭଳି ଜନାବ ମୁକ୍ତାର ଅହମ୍ମଦ କୋରାନ, ଗୁରୁ ରବିନ୍ଦର୍ କୌର ପବିତ୍ର ଗୁରୁଗ୍ରନ୍ଥ ସାହିବ ଏବଂ ରେଭ ହାଲାନ ମୁଣ୍ଡୁ ହଲି ବାଇବେଲ ପାଠ କରିଥିଲେ ଏବଂ ଗାନ୍ଧିଜୀ କିଭଳି ସତ୍ୟ, ଅହିଂସା, ଶାନ୍ତି, ସମାନୁବର୍ତ୍ତିତା  ଆଦି ଧର୍ମ ପାଳନ ଦ୍ଵାରା ଆମ ଦେଶ ଇଂରେଜ ମାନଙ୍କ କବଳରୁ ମୁକ୍ତ କରାଇଥିଲେ ତାହା ଉପରେ ଆଲୋଚନା କରିବା ସହିତ ସମସ୍ତେ ମହାତ୍ମାଙ୍କ ସେହି ପଥ ଅନୁସରଣ କରିବା ଉପରେ ଗୁରୁତ୍ଵାରୋପ କରିଥିଲେ। 

ପରେ ପରେ ଜିଲ୍ଲାସ୍ତରୀୟ ଗାନ୍ଧିଜୀ ଜୟନ୍ତୀ ଅବସରରେ  ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଚିତ୍ରାଙ୍କନ, ଦେଶାତ୍ମବୋଧକ ସଙ୍ଗୀତ, ପ୍ରବନ୍ଧ ଓ ବକ୍ତୃତା ପ୍ରତିଯୋଗିତାରେ କୃତି ଛାତ୍ର ଛାତ୍ର ମାନଙ୍କୁ ପୁରଷ୍କୃତ କରାଯାଇଥିଲା।  କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସୂରଜ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ଅଭିମନ୍ୟୁ ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ,ସଦର ଉପଜିଲ୍ଲାପାଳ ତେଜସ୍ଵୀନି ବେହେରା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ସାରଙ୍ଗଧର ବରିହା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ, ବରିଷ୍ଠ ନାଗରିକ ସଂଘ, ଅବସରପ୍ରାପ୍ତ ବରିଷ୍ଠ ନାଗରିକ ସଂଘର ବହୁ ସଦସ୍ୟ, ବୁଦ୍ଧିଜୀବୀ, ଶିକ୍ଷକ ଶିକ୍ଷୟତ୍ରୀ ତଥା ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like