-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ଜିଲ୍ଲା

‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ

03-Oct-2026



ବଲାଙ୍ଗୀର (ପ୍ରେରଣା ଖବର) ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ  ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି ।

ଶିକ୍ଷାବିତ୍ ତଥା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ସଂଯୋଜକ ମନୋରଞ୍ଜନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଯୋଗ ଦେଇ  ‘ପ୍ରେରଣା’ର ନିରପେକ୍ଷ ସମ୍ବାଦ ପରିବେଷଣ ଶୈଳୀ , ସାମାଜିକ ସଚେତନତା ସୃଷ୍ଟି ଏବଂ ଡିଜିଟାଲ ମିଡ଼ିଆ ମାଧ୍ୟମରେ ଜନସାଧାରଣଙ୍କ ସମସ୍ୟାକୁ ପ୍ରଶାସନ ନିକଟରେ ପହଞ୍ଚାଇବା କ୍ଷେତ୍ରରେ ରହିଥିବା ଅଗ୍ରଣୀ ଭୂମିକା ଉପରେ ମତବ୍ୟକ୍ତ କରିଥିଲେ। । ଆଗାମୀ ଦିନରେ ପ୍ରେରଣା ଖବରକାଗଜ ଲୋକ ମାନଙ୍କ ପାଇଁ ପ୍ରେରଣା ହେଉ ବୋଲି ଶ୍ରୀମତୀ ସାହୁ କହିଥିଲେ । 
ସମ୍ମାନିତ ଅତିଥି ଭାବରେ ଆଦିବାସୀ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ବଲାଙ୍ଗୀର ସଦର ବ୍ଲକ ଅଧ୍ୟକ୍ଷା ସରିତା ବାଗ ଓ ମୁଖ୍ୟ ବକ୍ତା ଭାବରେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ. ପ୍ରେମଚାନ୍ଦ ମହାନ୍ତି ଯୋଗ ଦେଇ ଡିଜିଟାଲ ମିଡ଼ିଆ ର ବ୍ୟବହାର ଉପରେ ବିଭିନ୍ନ ଉପଯୋଗୀ ତଥ୍ୟ ଉପସ୍ଥାପନ କରି ଏହାର  ବ୍ୟବହାରକୁ ନିୟନ୍ତ୍ରିତ ନକଲେ ଆଗାମୀ ଦିନରେ ସମାଜ ବିଶେଷ କରି ଶିଶୁ ମାନଙ୍କ ଉପରେ କୁପ୍ରଭାବ ପଡିବ ବୋଲି ସତର୍କ କରାଇ ଥିଲେ । ଆଜିର ଯୁଗରେ ସମ୍ବାଦପତ୍ରର ଭୂମିକା ଉପରେ ନିଜର ମତ ରଖିଥିଲେ। । ପ୍ରେରଣାର ସମ୍ପାଦକ ରଘୁ ନନ୍ଦନ ସିଂହ ଙ୍କ ପରିଚାଳନାରେ ଆୟୋଜିତ  ସଭା ପ୍ରାରମ୍ଭରେ ଅତିଥିମାନେ ମହାତ୍ମା ଗାନ୍ଧୀ ଓ ଲାଲ ବହାଦୁର ଶାସ୍ତ୍ରୀ ଙ୍କ ଫଟୋଚିତ୍ର ରେ ପ୍ରଦୀପପ୍ରଜ୍ବଳନ ଓ ମାଲ୍ୟାର୍ପଣ କରିଥିଲେ।
ସାମ୍ବାଦିକ ପୂର୍ଣ୍ଣ ଚନ୍ଦ୍ର ପଣ୍ଡା ଅତିଥି ପରିଚୟ ପ୍ରଦାନ କରଥିବା ବେଳେ ସନ୍ଦୀପ କୁମାର କୁଅଁର ସଭାକୁ ସଂଯୋଜନା କରିଥିଲେ ଏହି ଅବସରରେ ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଦୀପକ ପୁରୋହିତ, ନିରୋଜ ମିଶ୍ର ଓ ଟିଟିଲାଗଡ଼ର ଯୁବ ସାମ୍ବାଦିକ ସଞ୍ଜୟ ନାଏକ, କଳାହାଣ୍ଡି ଜିଲ୍ଲା କେସିଙ୍ଗାର ସଫଳ ଉଦ୍ୟୋଗୀ ନେପାଳ ରଣା ଙ୍କୁ ପ୍ରେରଣା ତରଫରୁ ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଥିବା  ବଲାଙ୍ଗୀରର ୫ ଜଣ ଉଷୁ ଖେଳାଳୀଙ୍କୁ ମଧ୍ୟ ସାର୍ଟିଫିକେଟ ପ୍ରଦାନ କରାଯାଇ ଥିଲା ।  ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କୁ ନେଇ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।  କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ପ୍ରେରଣା ତରଫରୁ ଏକ ବହୁଭାଷୀ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା । କବୟିତ୍ରୀ ଚୁମକି ଦାଶଙ୍କ ସଂଯୋଜନାରେ ଆୟୋଜିତ ଏହି କବିତା ପାଠୋତ୍ସବରେ ସହରର ବହୁ କବି ସ୍ୱରଚିତ କବିତା ପାଠ କରିଥିଲେ ।

କାର୍ଯ୍ୟକ୍ରମକୁ ସଫଳ କରିବାରେ ଅନ୍ୟ ମାନଙ୍କ ମଧ୍ୟରେ କବି ରତ୍ନମୟ ତ୍ରିପାଠୀ, ଶିକ୍ଷକ ରଂଜିତ ମିଶ୍ର, ଆକାଶ ମିଶ୍ର, ବିନୋଦ ଦୀପ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like