-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||     

HOME   ଜିଲ୍ଲା

‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ

03-Oct-2026



ବଲାଙ୍ଗୀର (ପ୍ରେରଣା ଖବର) ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ  ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି ।

ଶିକ୍ଷାବିତ୍ ତଥା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ସଂଯୋଜକ ମନୋରଞ୍ଜନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଯୋଗ ଦେଇ  ‘ପ୍ରେରଣା’ର ନିରପେକ୍ଷ ସମ୍ବାଦ ପରିବେଷଣ ଶୈଳୀ , ସାମାଜିକ ସଚେତନତା ସୃଷ୍ଟି ଏବଂ ଡିଜିଟାଲ ମିଡ଼ିଆ ମାଧ୍ୟମରେ ଜନସାଧାରଣଙ୍କ ସମସ୍ୟାକୁ ପ୍ରଶାସନ ନିକଟରେ ପହଞ୍ଚାଇବା କ୍ଷେତ୍ରରେ ରହିଥିବା ଅଗ୍ରଣୀ ଭୂମିକା ଉପରେ ମତବ୍ୟକ୍ତ କରିଥିଲେ। । ଆଗାମୀ ଦିନରେ ପ୍ରେରଣା ଖବରକାଗଜ ଲୋକ ମାନଙ୍କ ପାଇଁ ପ୍ରେରଣା ହେଉ ବୋଲି ଶ୍ରୀମତୀ ସାହୁ କହିଥିଲେ । 
ସମ୍ମାନିତ ଅତିଥି ଭାବରେ ଆଦିବାସୀ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ବଲାଙ୍ଗୀର ସଦର ବ୍ଲକ ଅଧ୍ୟକ୍ଷା ସରିତା ବାଗ ଓ ମୁଖ୍ୟ ବକ୍ତା ଭାବରେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ. ପ୍ରେମଚାନ୍ଦ ମହାନ୍ତି ଯୋଗ ଦେଇ ଡିଜିଟାଲ ମିଡ଼ିଆ ର ବ୍ୟବହାର ଉପରେ ବିଭିନ୍ନ ଉପଯୋଗୀ ତଥ୍ୟ ଉପସ୍ଥାପନ କରି ଏହାର  ବ୍ୟବହାରକୁ ନିୟନ୍ତ୍ରିତ ନକଲେ ଆଗାମୀ ଦିନରେ ସମାଜ ବିଶେଷ କରି ଶିଶୁ ମାନଙ୍କ ଉପରେ କୁପ୍ରଭାବ ପଡିବ ବୋଲି ସତର୍କ କରାଇ ଥିଲେ । ଆଜିର ଯୁଗରେ ସମ୍ବାଦପତ୍ରର ଭୂମିକା ଉପରେ ନିଜର ମତ ରଖିଥିଲେ। । ପ୍ରେରଣାର ସମ୍ପାଦକ ରଘୁ ନନ୍ଦନ ସିଂହ ଙ୍କ ପରିଚାଳନାରେ ଆୟୋଜିତ  ସଭା ପ୍ରାରମ୍ଭରେ ଅତିଥିମାନେ ମହାତ୍ମା ଗାନ୍ଧୀ ଓ ଲାଲ ବହାଦୁର ଶାସ୍ତ୍ରୀ ଙ୍କ ଫଟୋଚିତ୍ର ରେ ପ୍ରଦୀପପ୍ରଜ୍ବଳନ ଓ ମାଲ୍ୟାର୍ପଣ କରିଥିଲେ।
ସାମ୍ବାଦିକ ପୂର୍ଣ୍ଣ ଚନ୍ଦ୍ର ପଣ୍ଡା ଅତିଥି ପରିଚୟ ପ୍ରଦାନ କରଥିବା ବେଳେ ସନ୍ଦୀପ କୁମାର କୁଅଁର ସଭାକୁ ସଂଯୋଜନା କରିଥିଲେ ଏହି ଅବସରରେ ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଦୀପକ ପୁରୋହିତ, ନିରୋଜ ମିଶ୍ର ଓ ଟିଟିଲାଗଡ଼ର ଯୁବ ସାମ୍ବାଦିକ ସଞ୍ଜୟ ନାଏକ, କଳାହାଣ୍ଡି ଜିଲ୍ଲା କେସିଙ୍ଗାର ସଫଳ ଉଦ୍ୟୋଗୀ ନେପାଳ ରଣା ଙ୍କୁ ପ୍ରେରଣା ତରଫରୁ ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଥିବା  ବଲାଙ୍ଗୀରର ୫ ଜଣ ଉଷୁ ଖେଳାଳୀଙ୍କୁ ମଧ୍ୟ ସାର୍ଟିଫିକେଟ ପ୍ରଦାନ କରାଯାଇ ଥିଲା ।  ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କୁ ନେଇ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।  କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ପ୍ରେରଣା ତରଫରୁ ଏକ ବହୁଭାଷୀ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା । କବୟିତ୍ରୀ ଚୁମକି ଦାଶଙ୍କ ସଂଯୋଜନାରେ ଆୟୋଜିତ ଏହି କବିତା ପାଠୋତ୍ସବରେ ସହରର ବହୁ କବି ସ୍ୱରଚିତ କବିତା ପାଠ କରିଥିଲେ ।

କାର୍ଯ୍ୟକ୍ରମକୁ ସଫଳ କରିବାରେ ଅନ୍ୟ ମାନଙ୍କ ମଧ୍ୟରେ କବି ରତ୍ନମୟ ତ୍ରିପାଠୀ, ଶିକ୍ଷକ ରଂଜିତ ମିଶ୍ର, ଆକାଶ ମିଶ୍ର, ବିନୋଦ ଦୀପ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026

You Might Also Like