-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*

03-Oct-2026



(ପ୍ରିୟଦର୍ଶିନୀ ପାତ୍ର)
 ରେଡକ୍ରସ ଓଡ଼ିଶା ରାଜ୍ୟ ଶାଖା, ଭୁବନେଶ୍ୱର ଙ୍କ ନିର୍ଦ୍ଦେଶ କ୍ରମେ ନବରଙ୍ଗପୁର ମହାବିଦ୍ୟାଳୟ ଠାରେ ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଜିଲ୍ଲା ର ୩୦ ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ୧୦ ଗୋଟି ସ୍ନାତକ ମହାବିଦ୍ୟାଳୟ ରୁ ପ୍ରାୟ ୬୦ ଜଣ ଅଧ୍ୟକ୍ଷ ଓ କାଉନସିଲର ମାନେ ଯୋଗ ଦେଇଥିଲେ। ମହାବିଦ୍ୟାଳୟ ଅଧ୍ୟକ୍ଷ ତଥା ଯୁବ ରେଡକ୍ରସ ର ଜିଲ୍ଲା ଚେୟାରମେନ ଶ୍ରୀ ଡି. ଗୋବିନ୍ଦା ରାଓ ଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଡଃ ପ୍ରମୋଦ କୁମାର ପୃଷ୍ଟି ଯୋଗଦେଇ କାଉନସିଲର ମାନଙ୍କୁ ଯୁବ ରେଡକ୍ରସ ନିଶ୍ଚିତ ସମାଜ ସେବା ଆଡ଼କୁ ନେବା ସହ ଜିଲ୍ଲା ରେ ରକ୍ତଦାନ , ବୃକ୍ଷ ରୋପଣ କୁ ପ୍ରୋତ୍ସାହନ ଓ ସମାଜ ସେବାରେ ଯୁବ ସମାଜ ଆଗେଇ ଆସିବାକୁ ଆହ୍ବାନ ଦେଇଥିଲେ। ସେ ପ୍ରତି +୨ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସ୍ନାତକ ମହାବିଦ୍ୟାଳୟ ରେ ଯୁବ ରେଡକ୍ରସ ୟୁନିଟ୍ ଖୋଲିବା ସହ ପ୍ରତି ଅନୁଷ୍ଠାନ ରେ ବାର୍ଷିକ କାର୍ଯ୍ଯକ୍ରମ ଖସଡ଼ା ପ୍ରସ୍ତୁତ କରିବା ପାଇଁ ପରାମର୍ଶ ଦେଇଥିଲେ। ରେଡକ୍ରସ୍ ର ଆଜୀବନ ସଦସ୍ୟ ତଥା ସମାଜସେବୀ ଶ୍ରୀ ଜଗନ୍ନାଥ ମହାପାତ୍ର ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇ  କଲେଜ ସ୍ତରରେ ସମାଜ ସେବାରେ ରେଡ଼କ୍ରସ ର ଭୂମିକା ଉପରେ ଦିଗଦର୍ଶନ ଦେବା ସହ ସମାଜ ସେବା ପାଇଁ ସମସ୍ତ ପ୍ରକାର ସହଯୋଗ ସବୁବେଳେ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ବିଦ୍ୟାର୍ଥୀ କଲେଜ ର ପରିଚାଳକ ଶ୍ରୀ ସତ୍ୟ ନାରାୟଣ ନାୟକ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ରେଡକ୍ରସ ପାଇଁ ସମସ୍ତ ପ୍ରକାର ସହଯୋଗ ଦେବାର ପ୍ରତିଶ୍ରୁତି ଦେଇଥିଲେ। ଅନ୍ୟତମ ଅତିଥି ଶ୍ରୀ ବିନୋଦ ବିହାରୀ ବେହେରା, ଅଧ୍ୟକ୍ଷ, ଆଦର୍ଶ ସ୍ନାତକ ମହାବିଦ୍ୟାଳୟ ଗତବର୍ଷ ନିଜ ଅନୁଷ୍ଠାନ ରେ ହୋଇଥିବା ଜିଲ୍ଲା ଶିବିର ର ଅନୁଭୂତି ବର୍ଣ୍ଣନା କରିଥିଲେ।ଅଧ୍ୟକ୍ଷ ଶ୍ରୀ ଡି. ଗୋବିନ୍ଦା ରାଓ ପାଠପଢ଼ା ସହ ଛାତ୍ର ଛାତ୍ରୀଙ୍କୁ ବିଭିନ୍ନ କ୍ଷେତ୍ରରେ ବିକାଶ କରିବାରେ କାଉନସିଲର ମାନଙ୍କର ଭୂମିକା କୁ ପ୍ରଶଂସା କରିବା ସହ ରେଡ଼କ୍ରସ  ଏକ ଉଚିତ୍ ମାଧ୍ୟମ ବୋଲି ପ୍ରକାଶ କରିଥିଲେ। ବିଶିଷ୍ଟ ସମାଜ ସେବୀ ଶ୍ରୀ ଜଗନ୍ନାଥ ମହାପାତ୍ର ଙ୍କୁ ରେଡକ୍ରସ ର ଜୀବନ ବ୍ୟାପୀ ସଦସ୍ୟତା ସହ ସମାଜ ସେବା ରେ ସମର୍ପିତ ମନୋଭାବ ପାଇଁ ସମ୍ମାନିତ କରାଯାଇଥିଲା । ରେଡକ୍ରସ ଆନ୍ଦୋଳନ କୁ ଆହୁରି ତୀବ୍ର କରିବା ପାଇଁ ରେଡ଼କ୍ରସ ଜିଲ୍ଲା ଆବାହକ ଦିଲ୍ଲୀପ କୁମାର ହୋତା ଆହ୍ବାନ କରିଥିଲେ। କଲେଜ ସ୍ତରରେ ରେଡକ୍ରସ କୁ ସକ୍ରିୟ କରିବା ସହ ଆଗାମୀ ଦିନରେ ଯୁବ ରେଡକ୍ରସ ର ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ରେଡ଼କ୍ରସ ଜିଲ୍ଲା ସଂଯୋଜକ ଅଖିଳ କୁମାର ଭଟ୍ଟ ସୂଚନା ଦେଇଥିଲେ । ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ରୁ ଆସିଥିବା ଅଧ୍ୟକ୍ଷ ଓ କାଉନସିଲର ମାନେ ନିଜ ନିଜ ବକ୍ତବ୍ୟ ରଖିଥିଲେ।ସମଗ୍ର କାର୍ଯକ୍ରମ ର ବିଭିନ୍ନ ବିଭାଗ କୁ ସଂଯୋଜନା କରିଥିଲେ ଅଧ୍ୟାପକ ଶ୍ରୀ ଶମ୍ଭୁ ପ୍ରାସାଦ ହୋତ୍ତା।ଶ୍ରୀ ଆଶୋକ ପାତ୍ର ସ୍ଵାଗତ ସଙ୍ଗୀତ ପରିବେଷଣ କରିଥିଲେ । ଚଳିତ ବର୍ଷ ର ମୂଖ୍ୟ ଆକର୍ଷଣ ଭାଵେ ପକ୍ଷୀ ମାନଙ୍କୁ ଖାଇବା ଓ ପିଇବାକୁ ଦେବା ତଥା ସୁରକ୍ଷା ପାଇଁ "ଆସ - ଖାଇବାକୁ ଦେବା" ଅଭିଯାନ କୁ ଅତିଥି ମାନେ ଉଦଘାଟନ କରିଥିଲେ। ପ୍ରତି ଅନୁଷ୍ଠାନ ରେ ଛାତ୍ର ଛାତ୍ରୀ ଙ୍କୁ ପକ୍ଷୀମାନଙ୍କର ସୁରକ୍ଷା ଦେବାରେ ଉତ୍ସାହିତ କରିବା ପାଇଁ ସମସ୍ତ କାଉନସେଲର ମାନେ ପ୍ରତିଶ୍ରୁତି ଦେଇଥିଲେ।ଗତ ୨୦୨୪ ମସିହା ରେ ଯୁବ ରେଡକ୍ରସ ତରଫରୁ ଆରମ୍ଭ ହୋଇଥିବା "ବରଗଛ ଅଭିଯାନ" ଦ୍ୱାରା ଉତ୍ସାହିତ ହୋଇ ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀ ରମେଶ ଚନ୍ଦ୍ର ନାହାକ ନିଜ ଉଦ୍ୟମରେ ୫୦ ଗୋଟି ବରଗଛ ଚାରା ଆଣି ସମସ୍ତଙ୍କୁ ପ୍ରଦାନ କରିଥିଲେ। ତାଙ୍କରି ଏହି ସ୍ୱେଚ୍ଛାକୃତ ଉଦ୍ୟମ କୁ ସମସ୍ତେ ଭୂୟସୀ ପ୍ରଶଂସା କରିଥିଲେ।ଚଳିତ ବର୍ଷ ଯୁବ ରେଡକ୍ରସ ର ସ୍ୱେଚ୍ଛାସେବୀ ତାଲିମ ପ୍ରଶିକ୍ଷଣ ଶିବିର ଉମରକୋଟ ସ୍ଥିତ ଏସ ଟି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପାନାବେଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ - ଚନ୍ଦାହାଣ୍ଡି ଓ ରାଜ ଚାମୁରୀୟା ଉଚ୍ଚ ବିଦ୍ୟାଳୟ - କୋଡ଼ିଗାଁ ରେ କରିବା ପାଇଁ  ଅଧ୍ୟକ୍ଷ ମାନେ ପ୍ରସ୍ତାବ ଦେଇଥିଲେ । ସର୍ବୋପରି ପ୍ରାୟ ସମସ୍ତ ସଭ୍ୟ ସଭ୍ୟା ଙ୍କୁ ନେଇ ଅନୁଷ୍ଠିତ ବୈଠକ ରେ ଅନେକ ଗୁଡ଼ିଏ ପ୍ରସ୍ତାବକୁ ବିଚାରକୁ ନିଆଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026

You Might Also Like