-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I

07-Oct-2026



 

ସମ୍ବଲପୁର: (ସଂଜୀବ ପାଣିଗ୍ରାହୀ )-ରେଢ଼ାଖୋଲ ବିଧାନସଭା ନିର୍ବାଚନମଣ୍ଡଳୀର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ଓ କାର୍ଯ୍ୟକାରିତା ସମୀକ୍ଷା ପାଇଁ ଆସେମ୍ବଲି କନଷ୍ଟିଚୁଏନ୍ସି ଡେଭଲପମେଣ୍ଟ କମିଟି (ଏସିଡିସି)ର ଏକ ବୈଠକ ବୁଧବାର ଅନୁଷ୍ଠିତ ହୋଇଥିଲା। ବିରୋଧୀ ଦଳ ଉପ ନେତା ତଥା ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ବୈଠକରେ ଅଧ୍ୟକ୍ଷତା କରିଥିଲେ।

ଏସିଡିସିର ସଦସ୍ୟ-ଆବାହକ ତଥା ସମ୍ବଲପୁର ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ପାତ୍ର, ରେଢ଼ାଖୋଲ ବ୍ଲକ୍ ଅଧ୍ୟକ୍ଷ ପ୍ରଦୀପ ପ୍ରଧାନ, କେନ୍ଦୁଲିଫ୍ ଡିଏଫ୍ଓ କ୍ଷୀରୋଦ କୁମାର ବେହେରାଙ୍କ ସମେତ ବିଭିନ୍ନ ବିଭାଗର ପ୍ରତିନିଧି ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ। ବୈଠକରେ ବିଧାୟକ ଲାଡ୍‌ ଓ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧୀନରେ ଚାଲୁଥିବା ପ୍ରକଳ୍ପଗୁଡ଼ିକର ସ୍ଥିତି ଓ ଅଗ୍ରଗତି ନେଇ ବିଭାଗୱାରୀ ଆଲୋଚନା କରାଯାଇଥିଲା। ସ୍ୱାସ୍ଥ୍ୟ, ପ୍ରାଣୀସେବା, ପୂର୍ତ୍ତ, ବିଦ୍ୟୁତ୍‌ ସେବା ଓ ପାନୀୟ ଜଳ ଯୋଗାଣ ଭଳି ଜନସାଧାରଣଙ୍କ ସହ ସିଧାସଳଖ ଜଡ଼ିତ କ୍ଷେତ୍ରର କାର୍ଯ୍ୟ ଉପରେ ସମୀକ୍ଷା ହୋଇଥିଲା। ଏହା ସହ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ବିକାଶ, ସାର୍ବଜନୀନ ସ୍ଥାନରେ ଶୌଚାଳୟ ନିର୍ମାଣ ଏବଂ ଉଠା ଜଳସେଚନ ପ୍ରକଳ୍ପର କାର୍ଯ୍ୟକାରିତା ନେଇ ମଧ୍ୟ ଆଲୋଚନା ହୋଇଥିଲା। ବିଧାୟକ ଶ୍ରୀ ଆଚାର୍ଯ୍ୟ ବିଭାଗୀୟ ଅଧିକାରୀଙ୍କ ସହ ପ୍ରକଳ୍ପଗୁଡ଼ିକର ଭୌତିକ ଓ ଆର୍ଥିକ ସ୍ଥିତି ସମୀକ୍ଷା କରିଥିଲେ। ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବା ସହ ଗୁଣାତ୍ମକ ମାନ ବଜାୟ ରଖିବାକୁ ସେ ବିଭାଗୀୟ ପ୍ରତିନିଧିମାନଙ୍କୁ କହିଥିଲେ। ପ୍ରକଳ୍ପଗୁଡ଼ିକର ନିୟମିତ ତଦାରଖ ଓ ବିଭାଗଗୁଡ଼ିକ ମଧ୍ୟରେ ସମନ୍ୱୟ ରହିଲେ କାର୍ଯ୍ୟ ଠିକ୍‌ ଭାବେ ଆଗେଇବ ବୋଲି ସେ ମତ ଦେଇଥିଲେ। ତେବେ ବୈଠକରେ କେତେକ ବିଭାଗୀୟ ଉଚ୍ଚ ଅଧିକାରୀ ଅନୁପସ୍ଥିତ ଥିବାରୁ ବିଧାୟକ ଶ୍ରୀ ଆଚାର୍ଯ୍ୟ ଅସନ୍ତୋଷ ପ୍ରକାଶ କରିଥିଲେ। ରେଢ଼ାଖୋଲ ଉପଜିଲ୍ଲାପାଳ ଓ ସଦର ଉପଜିଲ୍ଲାପାଳ ମଧ୍ୟ ବୈଠକରେ ଯୋଗ ଦେଇନ ଥିଲେ । ପ୍ରକଳ୍ପଗୁଡ଼ିକର ତଦାରଖ ଠିକ୍‌ ସମୟରେ ହେଉନଥିବା ଏବଂ କେତେକ କ୍ଷେତ୍ରରେ ଫିଜିବିଲିଟି ରିପୋର୍ଟ ଦାଖଲ ହେଉନଥିବା ନେଇ ଅଭିଯୋଗ ଉଠିଥିଲା। ଏହି ପ୍ରସଙ୍ଗଗୁଡ଼ିକରେ ଅଧିକାରୀମାନେ ଦାୟିତ୍ୱର ସହ କାମ କରିବା ସହ ନିୟମିତ ଅଗ୍ରଗତି ସୂଚନା ଦେବା ଉପରେ ଆଲୋଚନା ହୋଇଥିଲା। ବୈଠକରେ ହୀରାଲାଲ ବେହେରା, ଅରୁଣ ପ୍ରଧାନ, ପିଣ୍ଟୁ ପ୍ରଧାନ, ମନୋଜ ମହାପାତ୍ର ଓ ବିନୋଦ ବଡ଼ପଣ୍ଡା, ରାଜକିଶୋର ପ୍ରଧାନ ମଞ୍ଚାସୀନ ଥିଲେ।ନିର୍ବାଚନମଣ୍ଡଳୀର ସାମଗ୍ରିକ ବିକାଶ ପାଇଁ ସମସ୍ତ ବିଭାଗ ଉତ୍ତମ ସମନ୍ୱୟ ରଖି କାର୍ଯ୍ୟ କରିବା ଏବଂ ସରକାରୀ ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚାଇବାକୁ ବିଧାୟକ ଶ୍ରୀ ଆଚାର୍ଯ୍ୟ ପରାମର୍ଶ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like