-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ

09-Oct-2026



ମୁରିବାହାଲ(ପ୍ରେରଣା ଖବର)-  ସିରୋଲ କ୍ଲଷ୍ଟର ଅଧୀନସ୍ଥ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଗୁଞ୍ଚିତରା ପରିସରରେ ଆଜି ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉତ୍ସାହ, ଉଦ୍ଦୀପନା ଓ ଆନନ୍ଦମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ସୁଧୀର କୁମାର ନାଗଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ମୋତିମାଳା ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଇନ୍ଦିରା ଗାନ୍ଧୀ ଉଚ୍ଚ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରାମ ରତନ ମେହେର ମୁଖ୍ୟବକ୍ତା ଭାବେ ଯୋଗଦେଇ ଶିଶୁମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ, ସୃଜନଶୀଳତାର ପରିପ୍ରକାଶ ଓ ଶିକ୍ଷାର ଗୁରୁତ୍ୱ ସମ୍ପର୍କରେ ପ୍ରେରଣାଦାୟକ ଅଭିଭାଷଣ ପ୍ରଦାନ କରିଥିଲେ।

ସମ୍ମାନିତ ଅତିଥି ଭାବେ ଗୁଞ୍ଚିତରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଶ୍ରଦ୍ଧାଞ୍ଜଳି ମହାନ୍ତି, ତେନ୍ତୁଳିଖୁଣ୍ଟି ନୋଡାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀଯୁକ୍ତ ସତ୍ୟ କୁମ୍ଭାର, ବେଲପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ରମଣୀ ସାହାଣୀ, ଲେଞ୍ଝା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ନକୁଳ ଦୀପ ଏବଂ ବିଦ୍ୟାଳୟ ପରିଚାଳନା ସମିତିର ଅଧ୍ୟକ୍ଷା ଶ୍ରୀମତୀ ଦମୟନ୍ତୀ ଛୁରା ପ୍ରମୁଖ ମଞ୍ଚାସୀନ ରହି ଛାତ୍ରଛାତ୍ରୀମାନଙ୍କ ଶୈକ୍ଷିକ, ସୃଜନଶୀଳ ଓ ସାମଗ୍ରିକ ବିକାଶ ଦିଗରେ ମୂଲ୍ୟବାନ ମତାମତ ରଖିବା ସହ ପ୍ରେରଣାଦାୟକ ବକ୍ତବ୍ୟ ପ୍ରଦାନ କରିଥିଲେ।

ଶିଶୁମାନଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ଅନ୍ୱେଷଣ, ବିକାଶ ଓ ପ୍ରଦର୍ଶନ ନିମନ୍ତେ ଏହି ଅବସରରେ ବିଭିନ୍ନ ସାଂସ୍କୃତିକ, ସୃଜନଶୀଳ ଓ ପ୍ରତିଭାଭିତ୍ତିକ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏଥିମଧ୍ୟରେ ପ୍ରବନ୍ଧ ଲିଖନ, ବକ୍ତୃତା, କୁଇଜ୍, ଚିତ୍ରାଙ୍କନ, ଆର୍ଟ ଆଣ୍ଡ କ୍ରାଫ୍ଟ, ପିଏମ୍ ପୋଷଣ ସମ୍ବନ୍ଧୀୟ କାର୍ଯ୍ୟକଳାପ, ନୃତ୍ୟ ଓ ସଙ୍ଗୀତ ଆଦି ଅନ୍ତର୍ଭୁକ୍ତ ଥିଲା। ସିରୋଲ କ୍ଲଷ୍ଟର ଅଧୀନସ୍ଥ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଏହି ପ୍ରତିଯୋଗିତାଗୁଡ଼ିକରେ ଅଂଶଗ୍ରହଣ କରି ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।

ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତୀ ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇ ସମ୍ମାନିତ କରାଯାଇଥିଲା। ଏହାଦ୍ୱାରା କୁନି ପ୍ରତିଯୋଗୀମାନଙ୍କ ମନରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଭବିଷ୍ୟତରେ ଆହୁରି ଉନ୍ନତ ପ୍ରଦର୍ଶନ କରିବା ପାଇଁ ପ୍ରେରଣା ମିଳିଥିଲା।

କାର୍ଯ୍ୟକ୍ରମରେ ଉପସ୍ଥିତ ଶିକ୍ଷକ-ଶିକ୍ଷୟିତ୍ରୀ, ଅଭିଭାବକ ଓ ଛାତ୍ରଛାତ୍ରୀମାନେ ଏହି ଆୟୋଜନକୁ ପ୍ରଶଂସା କରିଥିଲେ। ଶିଶୁମାନଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାକୁ ଚିହ୍ନଟ କରିବା, ସେମାନଙ୍କୁ ଉପଯୁକ୍ତ ସୁଯୋଗ ଦେବା ଏବଂ ସର୍ବାଙ୍ଗୀଣ ବିକାଶରେ ସହାୟକ ହେବା ଦିଗରେ ‘ସୁରଭି’ ପରି କାର୍ଯ୍ୟକ୍ରମର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସେମାନେ ମତପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମର ମଞ୍ଚ ସଂଯୋଜନା ଦାୟିତ୍ୱ ତେନ୍ତୁଳିଖୁଣ୍ଟି

ନୋଡାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ଡିଲେଶ୍ୱର ବେହେରା ତୁଲାଇଥିଲେ। ଗୁଞ୍ଚିତରା ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସମେତ କ୍ଲଷ୍ଟର ଅଧୀନସ୍ଥ ୧୫ଟି ବିଦ୍ୟାଳୟରୁ ଆସିଥିବା ଶିକ୍ଷକ-ଶିକ୍ଷୟିତ୍ରୀମାନେ ବିଭିନ୍ନ ପ୍ରତିଯୋଗିତା ଓ ବିଭାଗର ଦାୟିତ୍ୱ ସୁଚାରୁରୂପେ ତୁଲାଇ କାର୍ଯ୍ୟକ୍ରମର ସଫଳ ଆୟୋଜନରେ ସହଯୋଗ କରିଥିଲେ। ପ୍ରତିଯୋଗୀ ଛାତ୍ରଛାତ୍ରୀ, ସେମାନଙ୍କ ଗାଇଡ୍ ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ଆୟୋଜକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନର ସୁବନ୍ଦୋବସ୍ତ କରାଯାଇଥିଲା। ଶେଷରେ ବରିଷ୍ଠ ଶିକ୍ଷକ  ମୋହନ ଚରଣ ସାହୁ ଉପସ୍ଥିତ ସମସ୍ତ ଅତିଥି, ଶିକ୍ଷକ-ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ସହଯୋଗୀମାନଙ୍କୁ ଧନ୍ୟବାଦ ଜ୍ଞାପନ କରିବା ପରେ ଉତ୍ସବର ସମାପନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like