-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା

09-Oct-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ଓଡ଼ିଶା ସୂଚନା ସେବା ଅଧିକାରୀମାନଙ୍କ ପାଇଁ ଆୟୋଜିତ ଏକଦିବସୀୟ ଦିଗଦର୍ଶନ କାର୍ଯ୍ୟକ୍ରମର ଦ୍ୱିତୀୟ ବୈଷୟିକ ଅଧିବେଶନରେ "ସୋସିଆଲ ମିଡିଆ ଟ୍ରେଣ୍ଡ: ସରକାରୀ ସୂଚନା ଅଧିକାରୀଙ୍କ ପାଇଁ ସୁଯୋଗ ଏବଂ ଆହ୍ୱାନ" ଶୀର୍ଷକ ବିଷୟବସ୍ତୁ ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅଧିବେଶନରେ ଢେଙ୍କାନାଳସ୍ଥିତ ଭାରତୀୟ ସଂଚାର ସଂସ୍ଥାନ (IIMC)ର ଆଞ୍ଚଳିକ ନିର୍ଦ୍ଦେଶକ ପ୍ରଫେସର ଆନନ୍ଦ ପ୍ରଧାନ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଡିଜିଟାଲ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ଯୁଗରେ ଜନସଂଚାରର ବଦଳୁଥିବା ସ୍ୱରୂପ ସମ୍ପର୍କରେ ଆଲୋଚନା କରିଥିଲେ।

ପାରମ୍ପରିକ ଗଣମାଧ୍ୟମରୁ ଡିଜିଟାଲ୍ ପ୍ଲାଟଫର୍ମ ଓ AI ଆଡ଼କୁ ହେଉଥିବା ପରିବର୍ତ୍ତନ ସମ୍ପର୍କରେ ଉଲ୍ଲେଖ କରି ପ୍ରଫେସର ପ୍ରଧାନ କହିଥିଲେ ଯେ, ସରକାରୀ ସୂଚନା ଅଧିକାରୀମାନେ ବଦଳୁଥିବା ପ୍ରଯୁକ୍ତିବିଦ୍ୟା ଏବଂ ନାଗରିକଙ୍କ ଆଚରଣଗତ ପରିବର୍ତ୍ତନ ସହ ନିଜକୁ ଖାପଖୁଆଇ ଚାଲିବା ଜରୁରୀ। ସେ ସର୍ଚ୍ଚ ଇଞ୍ଜିନ୍ ଅପ୍ଟିମାଇଜେସନ୍ (SEO) ରୁ ମେସିନ୍ ଡିସକଭରୀ ଅପ୍ଟିମାଇଜେସନ୍ (Machine Discovery Optimisation) ଆଡ଼କୁ ହେଉଥିବା ବୈଷୟିକ ପରିବର୍ତ୍ତନ ବିଷୟରେ ବୁଝାଇବା ସହ AI-ଆଧାରିତ ସୂଚନା ପରିବେଶରେ ସରକାରୀ ତଥ୍ୟକୁ ସହଜରେ ଉପଲବ୍ଧ କରାଇବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ।

ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ ଏବଂ ବିଭିନ୍ନ ବର୍ଗର ଶ୍ରୋତାଙ୍କ ଆବଶ୍ୟକତା ଅନୁସାରେ ତଥ୍ୟ  ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ। ଆଜିର 'ଆଟେନ୍ସନ୍ ଇକୋନୋମି' ବିଷୟରେ ସେ କହିଥିଲେ ଯେ, ଡିଜିଟାଲ୍ ସୂଚନାର ଅପ୍ରତ୍ୟାଶିତ ବୃଦ୍ଧି ଓ ଦ୍ରୁତତା ମଧ୍ୟରେ ନାଗରିକଙ୍କ ପାଖରେ ସଠିକ୍ ଓ ବିଶ୍ୱସନୀୟ ସୂଚନା ପହଞ୍ଚାଇବା ଏକ ବଡ଼ ଆହ୍ୱାନ।
ଏହି ଅଧିବେଶନରେ ଗୁଜବ, ଭ୍ରାନ୍ତ ସୂଚନା (Misinformation) ଏବଂ ଡିପଫେକ୍ରୁ ସୃଷ୍ଟି ହେଉଥିବା ବିପଦ ସମ୍ପର୍କରେ ଆଲୋଚନା କରାଯାଇଥିଲା। ସୂଚନା ପ୍ରସାରଣ ପୂର୍ବରୁ ସଠିକତା ଯାଞ୍ଚ କରିବା, ଭ୍ରମାତ୍ମକ ତଥ୍ୟର ତୁରନ୍ତ ଖଣ୍ଡନ କରିବା ଏବଂ ପ୍ରଯୁକ୍ତିବିଦ୍ୟାର ଦାୟିତ୍ୱବାନ୍ ବ୍ୟବହାର କରି ଜନସାଧାରଣଙ୍କ ବିଶ୍ୱାସ ବଜାୟ ରଖିବାକୁ ପ୍ରଫେସର ପ୍ରଧାନ ଆହ୍ୱାନ ଦେଇଥିଲେ।

ସେ ବ୍ରୋଡକାଷ୍ଟରୁ ନାରୋକାଷ୍ଟ ଯୋଗାଯୋଗ ଏବଂ ଭିଡିଓ-ଆଧାରିତ କାହାଣୀ କହିବା ର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ।  ସୋସିଆଲ ମିଡିଆ କେବଳ ସୂଚନା ପ୍ରଚାର ମାଧ୍ୟମ ନହୋଇ, ନାଗରିକଙ୍କ ସହ ଗଭୀର ସମ୍ପର୍କ ଯୋଡ଼ିବା ଓ ଗୋଷ୍ଠୀ ନିର୍ମାଣ (Community Building) ର ମାଧ୍ୟମ ହେବା ଉଚିତ୍।ଏହି ଅଧିବେଶନ ଶେଷରେ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଅଧିକାରୀମାନେ

ବାସ୍ତବ ଜୀବନର ବିଭିନ୍ନ ପରିସ୍ଥିତି ଏବଂ ଆଲଗୋରିଦମ-ଆଧାରିତ ମିଡିଆ ପରିବେଶରେ ସୂଚନାର ସଠିକତା, ଦୃଶ୍ୟମାନତା ଓ ବିଶ୍ୱସନୀୟତା ବଜାୟ ରଖିବା ବିଷୟରେ ଆଲୋଚନା କରିଥିଲେ।

ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସଞ୍ଜୟ କୁମାର ବିଶ୍ୱାଳ ପ୍ରଫେସର ଆନନ୍ଦ ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ।  ଲୋକସଂପର୍କ ଅଧିକାରୀ ଶ୍ରୀ ଅଂଶୁମାନ ସାହୁ ଏବଂ କୁମାରୀ କୃଷ୍ଣାକେଶୀ ବଳିଆରସିଂହ ଏହି ଅଧିବେଶନକୁ ସଞ୍ଚାଳନା କରିଥିଲେ।

ଏହି ଅଧିବେଶନ ସରକାରୀ ସଂଚାର କୌଶଳକୁ ଆଧୁନିକ ଡିଜିଟାଲ୍ ଟ୍ରେଣ୍ଡ ସହ ଯୋଡ଼ିବା ସହ ସଠିକତା, ଉତ୍ତରଦାୟିତ୍ୱ ଏବଂ ଜନବିଶ୍ୱାସକୁ ସୁଦୃଢ଼ କରିବା ପାଇଁ ଏକ ଦିଗଦର୍ଶନ ଦେଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like