-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ

10-Oct-2026



ଦେଓଗାଁ(ପ୍ରେରଣା ଖବର): ପଞ୍ଚାୟତ ସମିତି ଡିଗ୍ରୀ କଲେଜ, ଦେଓଗାଁ, ବଲାଙ୍ଗୀରର ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ୟୁନିଟ୍‌ ପକ୍ଷରୁ ‘ନିଶାମୁକ୍ତ ଯୁବ, ବିକଶିତ ଭାରତ’ ସଂକଳ୍ପ ଅଭିଯାନ ଅନ୍ତର୍ଗତ ‘ଯୁବ ସଂବାଦ ମେଳା’ ଆଜି ମହାବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି। ଏହି ମେଳାର ମୁଖ୍ୟ ବିଷୟବସ୍ତୁ ଥିଲା ‘ମୋ ସ୍ୱାସ୍ଥ୍ୟ, ମୋ ଗର୍ବ’। ଏହି କାର୍ଯ୍ୟକ୍ରମଟି ଭାରତ ସରକାରଙ୍କ ଯୁବ କାର୍ଯ୍ୟକ୍ରମ ଓ କ୍ରୀଡ଼ା ମନ୍ତ୍ରଣାଳୟ, ଆଞ୍ଚଳିକ ନିର୍ଦ୍ଦେଶାଳୟ, ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌), ଭୁବନେଶ୍ୱରଙ୍କ ସହଯୋଗରେ ଆୟୋଜିତ ହୋଇଥିଲା।କାର୍ଯ୍ୟକ୍ରମର ପ୍ରାରମ୍ଭରେ ନିଶାମୁକ୍ତ ସମାଜ ଗଠନ ଓ ଯୁବପିଢ଼ିଙ୍କ ମଧ୍ୟରେ ନିଶାଦ୍ରବ୍ୟ ସେବନ ବିରୋଧରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏକ

ସଚେତନତା ରାଲି ବାହାରିଥିଲା। ଏହାପରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ରମେଶ ଚନ୍ଦ୍ର ପ୍ରଧାନୀଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା।

ଏହି ଅବସରରେ ମୁଖ୍ୟବକ୍ତା ଭାବେ ବରିଷ୍ଠ ଚିକିତ୍ସା ଅଧିକାରୀ ଡ଼ା. ଅଶୋକ ସେଠୀ ଯୋଗଦେଇ ନିଶାଦ୍ରବ୍ୟ ସେବନର କୁପରିଣାମ ତଥା ଏହାର ପ୍ରଭାବରେ ଯୁବପିଢ଼ିଙ୍କ ସ୍ୱାସ୍ଥ୍ୟ, ଶିକ୍ଷା ଓ ଭବିଷ୍ୟତ ଉପରେ ପଡ଼ୁଥିବା କୁପ୍ରଭାବ ସମ୍ପର୍କରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡ଼ା. ମଳୟ ନାଗ ଯୋଗଦେଇ ନିଶାମୁକ୍ତ ଜୀବନଶୈଳୀ ଆପଣାଇବା ସହ ସୁସ୍ଥ ଓ ସୁନ୍ଦର ସମାଜ ଗଠନରେ ଯୁବପିଢ଼ିଙ୍କ ଭୂମିକା ଉପରେ ମତବ୍ୟକ୍ତ କରିଥିଲେ।

ବକ୍ତାମାନେ ଯୁବସମାଜକୁ ନିଶାଦ୍ରବ୍ୟଠାରୁ ଦୂରେଇ ରହିବା ସହ ନିଜ ପରିବାର, ସମାଜ ଓ ଦେଶର ଉନ୍ନତି ପାଇଁ ସଚେତନ ଓ ଦାୟିତ୍ୱବାନ ନାଗରିକ ଭାବେ ଗଢ଼ିଉଠିବାକୁ ଆହ୍ୱାନ ଦେଇଥିଲେ। ନିଶାମୁକ୍ତ ଯୁବସମାଜ ହିଁ ଏକ ସୁସ୍ଥ, ସମୃଦ୍ଧ ଓ ବିକଶିତ ଭାରତ ଗଠନର ମୂଳ ଆଧାର ବୋଲି ସେମାନେ ମତ ପ୍ରକାଶ କରିଥିଲେ।

ଏହି ମେଳା ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନୃତ୍ୟ, ସଙ୍ଗୀତ, ଅଭିନୟ ଓ ବକ୍ତୃତା ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏହି ପ୍ରତିଯୋଗିତାଗୁଡ଼ିକ ମାଧ୍ୟମରେ ଛାତ୍ରଛାତ୍ରୀମାନେ ନିଶାମୁକ୍ତ ଜୀବନ, ସୁସ୍ଥ ଅଭ୍ୟାସ ଓ ସାମାଜିକ ସଚେତନତା ସମ୍ପର୍କରେ ନିଜର ମତାମତ ଓ ପ୍ରତିଭା ପ୍ରଦର୍ଶନ କରିଥିଲେ। ଏହି କାର୍ଯ୍ୟକ୍ରମରେ ୩୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଉତ୍ସାହର ସହ ଯୋଗଦେଇଥିଲେ।

କାର୍ଯ୍ୟକ୍ରମର ସଂଯୋଜନା ଡ. ସୁରେଶ ପ୍ରସାଦ ଷଡ଼ଙ୍ଗୀ କରିଥିବା ବେଳେ ଏନ୍‌ଏସ୍‌ଏସ୍‌ କାର୍ଯ୍ୟକ୍ରମ ଅଧିକାରୀ ଆଶିଷ କୁମାର ପଣ୍ଡା ଆବାହକ ଭାବେ ଦାୟିତ୍ୱ ତୁଲାଇଥିଲେ। ମହାବିଦ୍ୟାଳୟର ଅନ୍ୟାନ୍ୟ ଅଧ୍ୟାପକ ଓ ଅଧ୍ୟାପିକାମାନେ ମଧ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମର ସଫଳ ଆୟୋଜନରେ ସହଯୋଗ କରିଥିଲେ।

ଶେଷରେ ପୁରସ୍କାର ବିତରଣ କରାଯାଇଥିଲା। ଯୁବପିଢ଼ିଙ୍କ ମଧ୍ୟରେ ନିଶାମୁକ୍ତ ଜୀବନ ପ୍ରତି ସଚେତନତା ସୃଷ୍ଟି କରିବା ସହ ସୁସ୍ଥ, ସୁନ୍ଦର ଓ ବିକଶିତ ଭାରତ ଗଠନ ପାଇଁ ଏହି ଯୁବ ସଂବାଦ ମେଳା ଏକ ସଚେତନତାମୂଳକ ପଦକ୍ଷେପ ଭାବେ ପରିଗଣିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like