-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ

14-Oct-2026



 

 

ସମ୍ବଲପୁର-(ସଂଜୀବ ପାଣିଗ୍ରାହୀ ): ସମ୍ବଲପୁର ଜିଲ୍ଲାର ଗ୍ରାମାଞ୍ଚଳରେ ଦୀର୍ଘଦିନ ଧରି ଲାଗି ରହିଥିବା ଡାକ୍ତର ଅଭାବ ସମସ୍ୟାର ସମାଧାନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଜିଲ୍ଲାର ବିଭିନ୍ନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୪ ଜଣ ନୂତନ ଡାକ୍ତରଙ୍କୁ ନିଯୁକ୍ତି ଓ ପଦସ୍ଥାପନ କରାଯାଇଛି। ଏହାଦ୍ୱାରା ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟସେବା ଅଧିକ ସୁଦୃଢ଼ ହେବା ସହ ସାଧାରଣ ଲୋକଙ୍କୁ ନିଜ ଅଞ୍ଚଳରେ ଚିକିତ୍ସା ସୁବିଧା ମିଳିବାର ଆଶା ସୃଷ୍ଟି ହୋଇଛି।

 

ସମ୍ବଲପୁର ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୧୨ ଅକ୍ଟୋବର ୨୦୨୬ ତାରିଖରେ ଜାରି ହୋଇଥିବା ଆଦେଶ ଅନୁଯାୟୀ, ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ନିର୍ଦ୍ଦେଶ ଏବଂ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ୧୨ ଅକ୍ଟୋବରରେ ଅନୁଷ୍ଠିତ କମିଟି ବୈଠକର ସୁପାରିସ ଆଧାରରେ ଏହି ପଦସ୍ଥାପନ କରାଯାଇଛି। ଓଡ଼ିଶା ଲୋକସେବା ଆୟୋଗଙ୍କ ସୁପାରିସକ୍ରମେ ଗ୍ରୁପ୍‌-ଏ, ଜୁନିୟର ବ୍ରାଞ୍ଚ ପାହ୍ୟାରେ ନିଯୁକ୍ତ ଏହି ଡାକ୍ତରମାନଙ୍କୁ ଜିଲ୍ଲାର ବିଭିନ୍ନ ଖାଲି ପଦବିରେ ଅବସ୍ଥାପିତ କରାଯାଇଛି।

 

ପଦସ୍ଥାପନ ଅନୁଯାୟୀ, ପରମାଣପୁର, ରେଙ୍ଗାଲି, ପଡ଼ିଆବାହାଲ, କତରବଗା, ମେଘପାଳ, ବଡ଼ମାଳ, କେନାଢ଼ିପା, ବାବୁଖିଣ୍ଡା, ବଞ୍ଜାରୀ ଓ ମହୁଲପାଲିର ନୂତନ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ସମେତ ନାକଟିଦେଉଳ, ଫାଶିମାଲ, ଯୁଯୋମୁରା ଓ ଗୋବିନ୍ଦପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତ ହୋଇଛନ୍ତି।

 

ଜିଲ୍ଲାର ଗ୍ରାମାଞ୍ଚଳରେ ଦୀର୍ଘବର୍ଷ ଧରି ଡାକ୍ତର ଅଭାବ ଯୋଗୁଁ ରୋଗୀମାନେ ଉପଯୁକ୍ତ ସମୟରେ ଚିକିତ୍ସା ପାଇବାରେ ଅସୁବିଧା ଭୋଗୁଥିଲେ। ଏପରି ସ୍ଥିତିରେ ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ଓ ଉଦ୍ୟମ ଫଳରେ ଡାକ୍ତର ନିଯୁକ୍ତି ସମ୍ଭବ ହୋଇଥିବା ମତ ପ୍ରକାଶ କରି ଏହାକୁ ଜିଲ୍ଲାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ଉଲ୍ଲେଖନୀୟ ସଫଳତା ବୋଲି ଅଭିହିତ କରିଛନ୍ତି ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ସଭାପତି ମିତ୍ରଭାନୁ ପ୍ରଧାନ ଓ ଅଞ୍ଚଳର ସମାଜସେବୀ ଡା. ରାଜାରାମ ଷଡ଼ଙ୍ଗୀ।ଏହି ଅବସରରେ ଉଭୟେ ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କୃତଜ୍ଞତା ଜଣାଇବା ସହ ଜିଲ୍ଲାରେ ଡାକ୍ତର ନିଯୁକ୍ତି ପ୍ରକ୍ରିୟାକୁ ସଫଳ କରିବା ଦିଗରେ ପ୍ରଶାସନିକ ପଦକ୍ଷେପ ପାଇଁ ଜିଲ୍ଲାପାଳ ଡା. ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କୁ ମଧ୍ୟ ସାଧୁବାଦ ଜଣାଇଛନ୍ତି।ନୂତନ ଡାକ୍ତରମାନଙ୍କ ପଦସ୍ଥାପନ ଦ୍ୱାରା ଗ୍ରାମାଞ୍ଚଳର ରୋଗୀମାନେ ଉନ୍ନତ ଓ ସୁଲଭ ସ୍ୱାସ୍ଥ୍ୟସେବା ପାଇବେ ବୋଲି ଆଶା ପ୍ରକାଶ ପାଇଛି। ତେବେ ଏହି ନିଯୁକ୍ତିର ପ୍ରକୃତ ସଫଳତା ନବନିଯୁକ୍ତ ଡାକ୍ତରମାନେ ନିଜ ନିଜ କାର୍ଯ୍ୟସ୍ଥଳରେ ନିୟମିତ ଉପସ୍ଥିତ ରହି ରୋଗୀଙ୍କୁ ଗୁଣାତ୍ମକ ଚିକିତ୍ସା ଯୋଗାଇବା ଉପରେ ନିର୍ଭର କରିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like