-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ

16-Oct-2026



ମୁରିବାହାଲ(ପ୍ରେରଣା ଖବର): ଆଜି ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ମୁରିବାହାଲ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢ଼ିହାରୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶିଶୁ ମହୋତ୍ସବର ଉଦ୍‌ଘାଟନୀ ସମାରୋହରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଥିଲେ।

ଉଦ୍‌ଘାଟନୀ ସମାରୋହରେ ମୁରିବାହାଲ ବ୍ଲକ ଅଧ୍ୟକ୍ଷ  ହରିବନ୍ଧୁ ମେହେର, ବିଧାୟକଙ୍କ ପ୍ରତିନିଧି  ଗଙ୍ଗାଧର ହେର୍ନା, ସ୍ଥାନୀୟ ସରପଞ୍ଚ ବିଶ୍ୱବିହାରୀ ଯୋଶୀ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ କୋଦଣ୍ଡଧର ଭୋଇ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ମୁରିବାହାଲର ଅଧ୍ୟକ୍ଷ ତ୍ରିବିକ୍ରମ ସାହୁ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ।

ଏହି ବ୍ଲକସ୍ତରୀୟ କାର୍ଯ୍ୟକ୍ରମରେ ମୁରିବାହାଲ ବ୍ଲକର ସମସ୍ତ ୧୨ଟି ଆଞ୍ଚଳିକ ସାଧନ କେନ୍ଦ୍ରରୁ ଆସିଥିବା ମନୋନୀତ ପ୍ରତିଯୋଗୀ ଛାତ୍ରଛାତ୍ରୀ ବିଭିନ୍ନ ବିଭାଗର ପ୍ରତିଯୋଗିତାରେ ଉତ୍ସାହ ଓ ଉଦ୍ଦୀପନାର ସହ ଅଂଶଗ୍ରହଣ କରି ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। ଶିଶୁମାନଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ, ସୃଜନଶୀଳତାର ଅଭିବୃଦ୍ଧି ଏବଂ ସେମାନଙ୍କ ଅନ୍ତର୍ନିହିତ ଦକ୍ଷତାର ପରିପ୍ରକାଶ ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

ଉଦ୍‌ଯାପନୀ ସମାରୋହରେ ସାଂସଦଙ୍କ ପ୍ରତିନିଧି ଶ୍ରୀବତ୍ସ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ କର୍ଲା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ଶ୍ରୀମନ୍ତ କୁମାର ନାଏକ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ଏହି ଅବସରରେ ମାଲିଶିରା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପୁରୁଷୋତ୍ତମ ବାଗ ଏବଂ ମୁରିବାହାଲ ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ଶ୍ରୀ ହୃଷିକେଶ ଶିକା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।କାର୍ଯ୍ୟକ୍ରମକୁ ପଞ୍ଚାୟତି ଉଚ୍ଚ ବିଦ୍ୟାଳୟ, ମୁରିବାହାଲର

ସହକାରୀ ଶିକ୍ଷକ ହେମନ୍ତ ନାଗ ସୁଚାରୁରୂପେ ପରିଚାଳନା କରିଥିଲେ। ଏହି ମହୋତ୍ସବର ସଫଳ ଆୟୋଜନ ଓ ସୁପରିଚାଳନା ନିମନ୍ତେ ମୁରିବାହାଲ ବ୍ଲକର ସମସ୍ତ ୧୨ଟି ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ମୁରିବାହାଲର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଉଲ୍ଲେଖନୀୟ ସହଯୋଗ ପ୍ରଦାନ କରିଥିଲେ। ଶେଷରେ ବାନ୍ଦୁପଲା ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ଶ୍ରୀ ଲିଲୁ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।

ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତୀ ଛାତ୍ରଛାତ୍ରୀମାନଙ୍କୁ ଆଗାମୀ ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ମୁରିବାହାଲ ବ୍ଲକର ପ୍ରତିନିଧିତ୍ୱ କରିବା ପାଇଁ ମନୋନୀତ କରାଯାଇଥିଲା। ଏହି ଶିଶୁ ମହୋତ୍ସବ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନୂତନ ଉତ୍ସାହ, ଆତ୍ମବିଶ୍ୱାସ ଓ ପ୍ରତିଯୋଗିତାମୂଳକ ମନୋଭାବ ସୃଷ୍ଟି କରିବା ସହ ସେମାନଙ୍କ ପ୍ରତିଭା ବିକାଶର ଏକ ଉତ୍କୃଷ୍ଟ ମଞ୍ଚ ଭାବେ ପରିଗଣିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like