-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||     

HOME   ଜିଲ୍ଲା

ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ

20-Oct-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): ଜଙ୍ଗଲ ସମ୍ପଦ ଉପରେ କାଠ ମାଫିଆଙ୍କ ଲୋଲୁପ ଦୃଷ୍ଟି! ପାଲ ଘୋଡ଼ାଇ ଟ୍ରକ୍‌ରେ ବୋଝେଇ ହୋଇଥିବା ବହୁ ପରିମାଣର ମୂଲ୍ୟବାନ ଶାଳ କାଠକୁ ଚୋରା ଚାଲାଣ କରାଯାଉଥିବା ବେଳେ ବନ ବିଭାଗ ଏହାକୁ ଧରିବାରେ ସଫଳ ହୋଇଛି। କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି ବନାଞ୍ଚଳ ଅନ୍ତର୍ଗତ ସିମନବାଡ଼ି ଉପବିଭାଗ ଓ କ. ନୂଆଗାଁ ବନାଞ୍ଚଳର କର୍ମଚାରୀଙ୍କ ମିଳିତ ଚଢ଼ାଉରେ ଟ୍ରକ୍‌ ସହ ବିପୁଳ ପରିମାଣ ର ଶାଳ କାଠ ଜବତ ହୋଇଥିବା ବେଳେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ଜାତୀୟ ରାଜପଥ ୫୯ର ସିମନବାଡ଼ିଠାରୁ କଞ୍ଜାମେଣ୍ଡି ଛକ ମଧ୍ୟରେ ଓଡ଼ି-୦୫-ବିଜେ-୪୭୭୪ ନମ୍ବର ବିଶିଷ୍ଟ ଟ୍ରକ୍‌ଟିକୁ ବନ କର୍ମଚାରୀ ମାନେ ଅଟକାଇ ଯାଞ୍ଚ କରିଥିଲେ । ଟ୍ରକ୍‌ରେ ବହୁ ପରିମାଣର ଶାଳ ଗଣ୍ଡି ବୋଝେଇ ହୋଇଥିବା ବେଳେ ତାହାକୁ ପାଲ ଘୋଡ଼ାଇ ରଖାଯାଇଥିଲା। ଯାହା ଫଳରେ ସହଜରେ କାହାର ନଜରକୁ ଆସିବ ନାହିଁ ବୋଲି ଏଭଳି ଉପାୟ ଅବଲମ୍ବନ କରାଯାଇଥିବା ସନ୍ଦେହ କରାଯାଉଛି। କୌଣସି ସୂତ୍ରରୁ ଚୋରା କାଠ ଚାଲାଣ ସମ୍ପର୍କରେ ଖବର ପାଇବା ପରେ ଉଭୟ ବନାଞ୍ଚଳର କର୍ମଚାରୀ ମିଳିତ ଭାବେ ଚଢ଼ାଉ କରିଥିଲେ। ଟ୍ରକ୍‌ରୁ କାଠ ଜବତ କରିବା ସହ ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡାଙ୍କ ସୂଚନା ଅନୁସାରେ, ଟ୍ରକ୍‌ରେ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ ଶାଳ କାଠ ରହିଥିବା ଆକଳନ କରାଯାଉଛି। ତେବେ ଜବତ କାଠର ପ୍ରକୃତ ମୂଲ୍ୟ ଏଯାବତ୍‌ ନିର୍ଦ୍ଧାରଣ କରାଯାଇନାହିଁ। ସିମନବାଡ଼ି ଉପବିଭାଗର ବନପାଳ ବନିତା ପ୍ରଧାନ କାଠର ପରିମାଣ ଓ ମୂଲ୍ୟ ଆକଳନ କରୁଛନ୍ତି। କେଉଁ ଜଙ୍ଗଲରୁ କଟାଯାଇଥିଲା କାଠ, କେଉଁଠାକୁ ହେଉଥିଲା ଚାଲାଣ? ଏବେ ତାହାକୁ ନେଇ ତଦନ୍ତ ଜୋରଦାର ହୋଇଛି। ଅଟକ ବ୍ୟକ୍ତିଙ୍କୁ ପଚରାଉଚରା କରାଯିବା ପରେ କାଠ ଚାଲାଣ ପଛରେ ଥିବା ଅନ୍ୟ ବ୍ୟକ୍ତିଙ୍କ ସମ୍ପୃକ୍ତି ଓ ଚୋରା କାଠର ଉତ୍ସ ସମ୍ପର୍କରେ ତଥ୍ୟ ମିଳିବା ଆଶା କରାଯାଉଛି। ଅନ୍ୟପକ୍ଷରେ, ନବରାତ୍ରି ପୂଜା ସମୟରେ ବନ କର୍ମଚାରୀମାନେ ବିଭିନ୍ନ କାର୍ଯ୍ୟରେ ବ୍ୟସ୍ତ ରହୁଥିବାର ସୁଯୋଗ ନେଇ କାଠ ମାଫିଆ ମାନେ ସକ୍ରିୟ ହୋଇଥିବା ନେଇ  ଚର୍ଚ୍ଚା ହେଉଛି। ତେବେ ଏହି ଘଟଣାରେ ତଦନ୍ତ ଶେଷ ହେବା ପରେ ଚୋରା କାଠ କାରବାର ସମ୍ପର୍କରେ ଆହୁରି ଅନେକ ତଥ୍ୟ ସାମ୍ନାକୁ ଆସିବା ସମ୍ଭାବନା ରହିଛି। ଜଙ୍ଗଲ ସମ୍ପଦର ସୁରକ୍ଷା ପାଇଁ ବନ ବିଭାଗର ଏହି ଚଢ଼ାଉକୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ଦେଖାଯାଉଥିବା ବେଳେ, ଚୋରା କାଠ ଚାଲାଣ ପଛରେ ଥିବା ପୂରା ନେଟ୍‌ୱର୍କର ପର୍ଦ୍ଦାଫାସ କେବେ ହେବ, ତାହା ଉପରେ ଏବେ ସମସ୍ତଙ୍କ ନଜର।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026

You Might Also Like