-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ

23-Oct-2026



ବଲାଙ୍ଗୀର/ଲୋଇସିଂହା (ବିନୋଦ ଦୀପ): ଗ୍ରାମାଞ୍ଚଳରେ ଭିତ୍ତିଭୂମିର ବିକାଶ, ଉନ୍ନତ ଗମନାଗମନ ବ୍ୟବସ୍ଥା ଓ ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଇ ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବୁଢ଼ୀପଦରଠାରେ ୬୫ କୋଟିରୁ ଉର୍ଦ୍ଧ୍ବ ଟଙ୍କା ବ୍ୟୟରେ ୩୩ଟି ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ହୋଇଛି। ଏଥିମଧ୍ୟରୁ ୧୩ଟି ପ୍ରକଳ୍ପର ଶିଳାନ୍ୟାସ ଓ ୨୦ଟି ପ୍ରକଳ୍ପର ଉଦ୍‌ଘାଟନ କରାଯାଇଛି।

 

ଏହି ଅବସରରେ ରାଜ୍ୟର ମାନ୍ୟବର ମନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ରବିନାରାୟଣ ନାଏକ ମୁଖ୍ୟ ଅତିଥି ଏବଂ ମାନ୍ୟବର ମନ୍ତ୍ରୀ,  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ତଥା ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା, ଡ. ମୁକେଶ ମହାଲିଙ୍ଗ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରକଳ୍ପଗୁଡ଼ିକର ଶୁଭାରମ୍ଭ କରିଥିଲେ। ଅନ୍ୟ ଅତିଥିଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ତରଣୀ ସୁନା ଏବଂ ବୁଢ଼ୀପଦର ସରପଞ୍ଚ ଲକ୍ଷ୍ମୀ ପ୍ରଧାନ ଉପସ୍ଥିତ ଥିଲେ।

ଏହି ଅବସରରେ ଆୟୋଜିତ ଏକ ବିରାଟ ସାଧାରଣ ସଭାକୁ ଉଦ୍‌ବୋଧନ ଦେଇ ମନ୍ତ୍ରୀଦ୍ୱୟ କହିଥିଲେ ଯେ, ବର୍ତ୍ତମାନର ରାଜ୍ୟ ସରକାର ଗ୍ରାମାଞ୍ଚଳର ଆର୍ଥିକ ତଥା ସାମାଜିକ ବିକାଶ, ଗମନାଗମନର ସୁବିଧା ଏବଂ ପ୍ରତ୍ୟେକ ଗ୍ରାମର ପ୍ରତିଟି ପରିବାର ନିକଟରେ ନିରନ୍ତର ବିଶୁଦ୍ଧ ପାନୀୟ ଜଳ ପହଞ୍ଚାଇବା ପାଇଁ ସଂକଳ୍ପବଦ୍ଧ ଅଛନ୍ତି ଏବଂ ଏଥିପାଇଁ ପାଣ୍ଠିର କୌଣସି ଅଭାବ ରହିବ ନାହିଁ।

 ଆଞ୍ଚଳିକସ୍ତରରେ ଭିତ୍ତିଭୂମିକୁ ଅଧିକ ମଜଭୁତ କରିବା ନିମନ୍ତେ ମୋଟ ୩୦.୫୫ କୋଟି ଟଙ୍କା ମୂଲ୍ୟର ୧୩ଟି ନୂତନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରାଯାଇଥିବାବେଳେ, ଏଥିମଧ୍ୟରୁ ଆଞ୍ଚଳିକ ଯୋଗାଯୋଗକୁ ସୁଦୃଢ଼ କରିବା ଏବଂ ରାସ୍ତାଘାଟର ଉନ୍ନତି ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ୨୫.୭୫ କୋଟି ଟଙ୍କା ବ୍ୟୟରେ ୫ଟି ବୃହତ୍ ପ୍ରକଳ୍ପ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ୪.୮୦ କୋଟି ଟଙ୍କା ବ୍ୟୟରେ ଅନ୍ୟ ୮ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଯାହାଦ୍ୱାରା ଆଗାମୀ ଦିନରେ ଯାତାୟାତ ଓ ଗ୍ରାମ୍ୟ ପରିଚାଳନା ଅଧିକ ସହଜ ହୋଇପାରିବ।ସେହିପରି, ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ୨୦ଟି ପ୍ରକଳ୍ପକୁ ଉଦ୍‌ଘାଟନ କରାଯାଇ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରାଯାଇଛି। ଏହି ପ୍ରକଳ୍ପଗୁଡ଼ିକର ମୋଟ ବ୍ୟୟ ୩୪.୪୫ କୋଟି ଟଙ୍କା।

ଏଥିରେ ପାନୀୟ ଜଳ ବିଭାଗର ୧୯.୩୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ୧୭ଟି ପ୍ରକଳ୍ପ, ଗ୍ରାମ୍ୟ ଉନ୍ନୟନ ବିଭାଗର ୧୪.୪୭ କୋଟି ଟଙ୍କାର ଗୋଟିଏ ପ୍ରକଳ୍ପ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ୬୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଦୁଇଟି ପ୍ରକଳ୍ପ ରହିଛି।

ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ଲୋଇସିଂହା ନିର୍ବାଚନମଣ୍ଡଳୀର ଗ୍ରାମାଞ୍ଚଳରେ ଗମନାଗମନ, ପାନୀୟ ଜଳ ଯୋଗାଣ ଓ ଅନ୍ୟାନ୍ୟ ମୌଳିକ ସୁବିଧାର ବିକାଶ ସହ ଅଞ୍ଚଳର ସାମଗ୍ରିକ ଉନ୍ନତି ତ୍ୱରାନ୍ୱିତ ହେବ। ଏହି କାର୍ଯ୍ୟକ୍ରମରେ ଲୋଇସିଂହା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like