-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||     

HOME   ଜିଲ୍ଲା

ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ

24-Oct-2026



ବଲାଙ୍ଗିର/ଲୋଇସିଂହା(ପ୍ରେରଣା ଖବର): ଲୋଇସିଂହା ବ୍ଲକ୍‌ ଅନ୍ତର୍ଗତ ଫଳସାମାଲ ଗ୍ରାମରେ ବିଶାଳ ଆଦିବାସୀ ମେଳି ସହ ନବନିର୍ମିତ ଆଦିବାସୀ ଭବନ ଲୋକାର୍ପିତ ହୋଇଛି। ଏହି ଅବସରରେ ଗ୍ରାମରେ ଜନସମ୍ପର୍କ ପଦଯାତ୍ରା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।
ପରେ କୈଳାଶ ବରିହାଙ୍କ ସଭାପତିତ୍ୱରେ ଆୟୋଜିତ ପ୍ରତିବାଦ ସଭାରେ ପୂର୍ବତନ ସାଂସଦ ନିରଞ୍ଜନ ବିଶି ରାଜ୍ୟ ବିଜେପି ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। ସରକାରଙ୍କ ନୀତି ଜନସାଧାରଣ, କୃଷକ, ମହିଳା, ଆଦିବାସୀ ଏବଂ ଛାତ୍ର ଓ ଯୁବସମାଜର ସ୍ୱାର୍ଥବିରୋଧୀ ବୋଲି ସେ ଅଭିଯୋଗ କରିଥିଲେ।

ଚାଷୀମାନେ ସାର, ବିହନ ଓ କୀଟନାଶକରେ ଉପଯୁକ୍ତ ରିହାତି ପାଉ ନ ଥିବାବେଳେ ଧାନ ବିକ୍ରୟ ଟୋକନ୍‌, ଏମ୍‌ଏସ୍‌ପି ଓ ସବ୍‌ସିଡି ସମସ୍ୟା ଯୋଗୁଁ ହଇରାଣ ହେଉଥିବା ସେ କହିଥିଲେ।
ବିଶେଷକରି ଖଣି ଓ ଖଣିଜ ସମ୍ପଦ ଆଇନର ସଂଶୋଧନକୁ ଆଦିବାସୀ ସ୍ୱାର୍ଥ ପରିପନ୍ଥୀ ଦର୍ଶାଇ ଶ୍ରୀ ବିଶି ଏହାର ପୁନର୍ବିଚାର ଦାବି କରିଥିଲେ। ଗନ୍ଧମାର୍ଦ୍ଦନ, ନିୟମଗିରି, ମହାଦାଶିନୀ, ବବଜା, ବିଅରପାଲି, ଭରତ ବାହାଲ, ଲରମ୍ଭା ଓ ସାଲେପଡ଼ା ଅଞ୍ଚଳର ଖଣିଜ ସମ୍ପଦ ସମ୍ପର୍କିତ ପ୍ରସ୍ତାବଗୁଡ଼ିକରେ ଗ୍ରାମସଭାର ଭୂମିକା ଏବଂ ଜନଶୁଣାଣି ପ୍ରକ୍ରିୟା ସ୍ପଷ୍ଟ କରିବାକୁ ଦାବି ଉଠିଥିଲା।
ଅନ୍ୟପକ୍ଷରେ ମହିଳାଙ୍କ ସୁରକ୍ଷା, ବାର୍ଦ୍ଧକ୍ୟ ଭତ୍ତା, ସାମାଜିକ ସୁରକ୍ଷା, ଗ୍ରାମାଞ୍ଚଳର ସ୍ୱାସ୍ଥ୍ୟସେବା, ଆଦିବାସୀ ବିଦ୍ୟାଳୟଗୁଡ଼ିକର ସ୍ଥିତି ଏବଂ ସଂରକ୍ଷଣ ଆଧାରିତ ନିଯୁକ୍ତି ଓ ପଦୋନ୍ନତିକୁ ନେଇ କ୍ଷୋଭ ପ୍ରକାଶ ପାଇଥିଲା। ଅନୁସୂଚିତ ଜାତି ଓ ଜନଜାତି ଅତ୍ୟାଚାର ପ୍ରତିରୋଧ ଆଇନର ପ୍ରଭାବଶାଳୀ କାର୍ଯ୍ୟକାରିତା ଏବଂ ଅପରାଧୀଙ୍କ ବିରୋଧରେ ଆଇନାନୁଗ କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ଦାବି ହୋଇଥିଲା।
ଆଦିବାସୀଙ୍କ ସାମ୍ବିଧାନିକ ଅଧିକାର, ଜୀବିକା ଓ ସଂସ୍କୃତିର ସୁରକ୍ଷା ଉପରେ ସଭାରେ ଗୁରୁତ୍ୱାରୋପ କରାଯାଇଥିଲା।  ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପାଠ୍ୟ ପୁସ୍ତକରେ ଜାଣିଶୁଣି ଭୁଲ ଓଡ଼ିଆ ଅସ୍ମିତାକୁ ଭୁଲୁଣ୍ଠିତ କରୁଛି, ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧକାର ହେଉଛି ବୋଲି ଲୋଇସିଂହାର ସମାଜସେବୀ ନିହାର ରଞ୍ଜନ ବେହେରା ବିଜେପି ସରକାରଙ୍କୁ

କଟୁ ସମାଲୋଚନା କରିଥିଲେ l ସଭାରେ ଜ଼ିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ସଂଯୁକ୍ତା ବରିହା ବିଜେପି ସରକାରରେ ମହିଳା, ଗରିବ, ଶ୍ରମିକ ମାନଙ୍କ  ଦୟନୀୟ ଅବସ୍ଥା, ଅହେତୁକ ଦରଦାମ ବୃଦ୍ଧି ବିଷୟରେ ବିଷୋଦ୍ଗାର କରିଥିଲେ l ସମିତି ସଭ୍ୟ ମିଶ୍ର ବରିହା, ଗୁଣ ବରିହା, ଭକ୍ତ ବରିହା, ରଘୁମଣି ମିର୍ଦ୍ଧା, ଉଦବୋଧନ ଦେଇଥିଲେ l ସ୍ୱତନ୍ତ୍ର କନ୍ଦା, ଜଳ ଧରୁଆ, ସହଦେଵ ଧରୁଆ,ସରୋଜ ବେହେରା ପ୍ରମୁଖ ଶୋଭାଯାତ୍ରା ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026

You Might Also Like