-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ

25-Oct-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ଭୁବନେଶ୍ୱର ମହାନଗର ନିଗମର ୨୬ ନମ୍ବର ୱାର୍ଡରେ ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ଏକ ବିଶାଳ କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଶନିବାର ସନ୍ଧ୍ୟାରେ ଭୁବନେଶ୍ୱର ଜିଲ୍ଲା ସଭାପତି ବଦ୍ରିନାରାୟଣ ମହାନ୍ତିଙ୍କ ସଭାପତିତ୍ୱରେ ସ୍ଥାନୀୟ ସାଲିଆସାହି ସ୍ଥିତ ସନ୍ତୋଷୀ ନଗରଠାରେ ବିଏମସିର ୨୬ ନମ୍ବର ୱାର୍ଡର କର୍ମକର୍ତ୍ତାମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ସାଂଗଠନିକ ବୈଠକରେ ଓଜେସି ସଭାପତି ଇଂ ମହମ୍ମଦ ମୋକିମ୍ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପସ୍ଥିତ କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରି କହିଥିଲେ ଯେ, ଭୁବନେଶ୍ୱର ମହାନଗର ନିଗମ ଏବେ ବିଜୁ ଜନତା ଦଳର ଦଖଲରେ ରହିଛି ଏବଂ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ବିଜେପି ଦଳର ଅଟନ୍ତି । କିନ୍ତୁ ଭୁବନେଶ୍ୱରବାସୀଙ୍କ ସମସ୍ୟାର ସମାଧାନ କରିବା ପାଇଁ କେହି ବି ସକ୍ଷମ ହୋଇନାହାନ୍ତି । ବିନା ନୋଟିସରେ ବସ୍ତି ଭଙ୍ଗାଯାଉଛି । ହାଇକୋର୍ଟ ଓ ସୁପ୍ରିମକୋର୍ଟଙ୍କର ନିର୍ଦ୍ଦିଷ୍ଟ ନିୟମ ରହିଥିଲେ ମଧ୍ୟ ଥଇଥାନ ଓ ନୋଟିସ୍ ଦିଆଯାଇ ଉଚ୍ଛେଦ କରାଯାଉନାହିଁ । ମୁଣ୍ଡ ଗୁଞ୍ଜିବା ପାଇଁ ଲୋକଙ୍କ ପାଖରେ ଘର ଖଣ୍ଡେ ନାହିଁ । ଘର ଦେବାକୁ ପ୍ରତିଶ୍ରୁତି ଦେଇଥିବା ଉଭୟ ଦଳ ଲୋକଙ୍କୁ ବାସହରା କରିଦେଉଛନ୍ତି । ପିଇବା ପାଣି ସମସ୍ୟା, ପରିମଳ ବ୍ୟବସ୍ଥା, ଡ୍ରେନେଜ୍ ବ୍ୟବସ୍ଥାରେ ଭୁବନେଶ୍ୱର ମହାନଗର ନିଗମ ଓ ନଗର ଉନ୍ନୟନ ବିଭାଗ ସଂପୂର୍ଣ୍ଣ ବିଫଳ ହୋଇଛନ୍ତି । ରାସନ ଚାଉଳ ପାଇଁ ଦିନ ଦିନ ଧରି ଧାଡ଼ିରେ ଠିଆ ହୋଇ ମଧ୍ୟ ଲୋକମାନେ ଚାଉଳ ନପାଇ ନିରାଶ ହୋଇ ଫେରୁଛନ୍ତି । ତେବେ ଓଡ଼ିଶା ଜନତା କଂଗ୍ରେସ ଭୁବନେଶ୍ୱରବାସୀଙ୍କ ଏକମାତ୍ର ସ୍ୱର ହୋଇ ଏହି ସବୁ ସମସ୍ୟାର ସମାଧାନ ନିମନ୍ତେ ଲଢେଇ କରୁଛି । ଓଜେସି ଉପସଭାପତି ପ୍ରଦୀପ ପ୍ରଧାନ କହିଥିଲେ ଯେ କିଛି ମାସ ପୂର୍ବରୁ ସମ୍ ହସ୍ପିଟାଲ ନିକଟସ୍ଥ ସାମପୁର ଅଞ୍ଚଳରେ ଘରଭାଙ୍ଗିବା ସମୟରେ ଓଜେସି ଏକମାତ୍ର ଦଳ ଭାବେ ସ୍ଥାନୀୟ ବାସିନ୍ଦାଙ୍କ ସହିତ ଠିଆହୋଇ ସେମାନଙ୍କ ପାଇଁ ନ୍ୟାୟିକ ଲଢ଼େଇ ଲଢ଼ିଥିଲା । ଓଜେସି ନେତାମାନଙ୍କ ଦ୍ୱାରା ମାନବାଧିକାର କମିଶନ ନିକଟରେ ଏକ ପିଟିସନ୍ ଦାୟର ହେବାପରେ ସମସ୍ତ ୩୦୫ଜଣଙ୍କୁ ଅଗ୍ରାଧିକାର ଭିତ୍ତିରେ ଏଲ୍.ଆଇ.ଜି ଘର ଯୋଗାଇ ଦେବାକୁ କମିଶନର ବିଡିଏକୁ ନିର୍ଦ୍ଦେଶ ଦେଲେ । ଆଗାମୀ ଦିନରେ ଯେଉଁ ବସ୍ତିରେ ବେଆଇନ ଭାବେ ଓ ବିନା ନୋଟିସରେ ଘର ଭଙ୍ଗା ଯିବ, ଓଜେସି ସେହି ଅଞ୍ଚଳରେ ଏହାକୁ ଦୃଢ଼ ବିରୋଧ କରିବ ବୋଲି ସେ ନିଜ ବକ୍ତବ୍ୟରେ କହିଥିଲେ ।

ଏହି ସାଂଗଠନିକ ବୈଠକରେ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଭାପତି ବଦ୍ରି ନାରାୟଣ ମହାନ୍ତି କହିଥିଲେ ଯେ ଓଜେସି ପ୍ରତି ୨୬ ନମ୍ବର ୱାର୍ଡ ବାସିନ୍ଦାଙ୍କ ଏହି ବିପୁଳ ସମର୍ଥନ ପାଇଁ ଆମେ କୃତଜ୍ଞ । ବିଏମସି କର୍ତ୍ତୃପକ୍ଷ ଏହି ଅଞ୍ଚଳକୁ ସାବତପୁଅ ସଦୃଶ ବ୍ୟବହାର କରୁଛନ୍ତି । ଏହି ଅଞ୍ଚଳର ସମସ୍ତ ସମସ୍ୟାର ସ୍ୱର ହୋଇ ଓଜେସି ଲଢ଼େଇ କରିବ ବୋଲି ସେ କହିଥିଲେ । ଓଜେସି ପକ୍ଷରୁ ଏହି ବୈଠକକୁ ନାରୀ ନେତ୍ରୀ ସୀତା ସାହୁ, ଲିପି ସ୍ୱାଇଁ, କାମିନୀ ସାହୁ ଓ ରାକେଶ ସାହୁ ପ୍ରମୁଖ ସଂଯୋଜନା କରିଥିଲେ ।ସ୍ଥାନୀୟ ଅଞ୍ଚଳର ପ୍ରଦୀପ ନାୟକ,

ପଦ୍ମନାଭ ନାୟକ, ରାଜେଶ ବାବୁ, ଆବିତ ସାହା, ନିଖିଲ ପଣ୍ଡା, ରଶ୍ମିତା ମହାରଣା, ଗାୟତ୍ରୀ ବେହେରା, କୈଳାଶ ପାତ୍ର, ଲାପୁ ବାବୁ, ଅଚ୍ୟୁତ ପ୍ରଧାନ, ସୁଷମା ପାତ୍ର, ଲକ୍ଷ୍ମୀ ପାତ୍ର ପ୍ରମୁଖ ଓଜେସି କର୍ମକର୍ତ୍ତାମାନେ ଏହି ବୈଠକର ଆୟୋଜନ ଓ ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଓଜେସି ଉପସଭାପତି ପ୍ରଦୀପ ପ୍ରଧାନ, ନଯିବୁର ରେହମାନ ଖାନ, ଓଜେସି ମିଡ଼ିଆ ସେଲ ଅଧ୍ୟକ୍ଷ ପ୍ରଶାନ୍ତ ଶତପଥୀ , ମହିଳା ଜନତା କଂଗ୍ରେସ ସଭାନେତ୍ରୀ ଶୈଳବାଳା ଜେନା, କୃଷକ ଜନତା କଂଗ୍ରେସ ଅଧ୍ୟକ୍ଷ ସଂଗ୍ରାମ କିଶୋର ମାଝୀ, ସାଧାରଣ ସମ୍ପାଦକ ସଂଜୟ ରାୟ ପ୍ରମୁଖ ବକ୍ତବ୍ୟ ରଖିଥିଲେ ।  ଏହି ସାଂଗଠନିକ ବୈଠକରେ ୨୬ ନମ୍ବର ୱାର୍ଡର ପ୍ରାୟ ୪୦୦ରୁ ଉର୍ଦ୍ଧ୍ୱ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like