-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||     

HOME   ମହାନଗର

ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ 

29-Oct-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର ): ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀମତୀ  ଅନୁ ଗର୍ଗ  ବାତ୍ୟା 'ଅର୍ଣ୍ଣବ' ପ୍ରଭାବରେ ଲଗାଣ ବର୍ଷା ଜନିତ ବନ୍ୟା ସ୍ଥିତି  ସମୀକ୍ଷା  କରିଛନ୍ତି  l ଆଜି ସକାଳେ ଏସ୍‌ଆର୍‌ସି କାର୍ଯ୍ୟାଳୟରେ  ଶ୍ରୀମତୀ ଗର୍ଗ ସ୍ଥିତି ସମୀକ୍ଷା କରି ବନ୍ୟା ମୁକାବିଲା ସଂପର୍କରେ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି ।  ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଛି l ବିଶେଷ କରି ଗଞ୍ଜାମ ଜିଲ୍ଲାରେ ପ୍ରଭାବିତଙ୍କ ସ୍ଥିତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ,   ଏସଆରସି ଶ୍ରୀ ରାଜେଶ ପ୍ରଭାକର ପାଟିଲ ଏବଂ  ଗଞ୍ଜାମ ଜିଲ୍ଲାପାଳ ଶ୍ରୀ ଭି.କୀର୍ତ୍ତିଭାସନ ଙ୍କ ସହିତ କଥା ହୋଇଥିଲେ  l  ବାତ୍ୟା ପୂର୍ବରୁ  ପ୍ରସ୍ତୁତି  ଓ ଲଗାଣ ବର୍ଷା ଯୋଗୁଁ ବନ୍ୟା  ମୁକାବିଲା ପଦକ୍ଷେପ ସମ୍ପର୍କରେ ସେ ଆଲୋଚନା କରିଥିଲେ l ସମୀକ୍ଷା ପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀଙ୍କ ସହିତ ନିଆଯାଉଥିବା ପଦକ୍ଷେପ ସଂପର୍କରେ ମଧ୍ୟ ଆଲୋଚନା ଓ  ପରାମର୍ଶ କରିଛନ୍ତି ।  
 ଗଂଜାମ ଜିଲ୍ଲାର ୨୨ଟି ବ୍ଲକ  ଅଧିନସ୍ଥ ୨୦୮ଟି ଗ୍ରାମ ପଂଚାୟତର ୨୯୯ଟି ଗ୍ରାମ ଏବଂ ଗଜପତି ଜିଲ୍ଲାର ୭ଟି ବ୍ଲକ ଅନ୍ତର୍ଗତ ୧୧୦ଟି ଗ୍ରାମ  ପଂଚାୟତର ୭୧୧ଟି ଗ୍ରାମ ବେଶୀ ପ୍ରଭାବିତ ହୋଇଛନ୍ତି ।  ଗଂଜାମ ଜିଲ୍ଲାର ୪୨,୫୦୦ ଏବଂ ଗଜପତି ଜିଲ୍ଲାର ୨୦,୦୦୦ ଲୋକ ପ୍ରଭାବିତ ହୋଇଛନ୍ତି ।  ଗଂଜାମ ଜିଲ୍ଲାର ୧୧,୮୮୨ ଜଣ ଓ ଗଜପତି ଜିଲ୍ଲାର ୧୭,୪୪୧ ଜଣଙ୍କୁ ସ୍ଥାନାନ୍ତରଣ କରାଯାଇ ବନ୍ୟା-ବାତ୍ୟା ଆଶ୍ରୟ ସ୍ଥଳରେ ରଖାଯାଇଛି ।  ଗଂଜାମ ଜିଲ୍ଲାରେ ୭୦ ଟି ଗ୍ରାମର ୨୩୨୮ ଟି ଲୋକ ଜଳଘେରି ଅବସ୍ଥାରେ ଅଛନ୍ତି । ପ୍ରଭାବିତ ଅଂଚଳରେ ପ୍ରଖର ଜଳସ୍ରୋତ ଯୋଗୁଁ ଯେଉଁଠି ଏନଡିଆରଏଫ୍ ଏବଂ ଓଡ୍ରାଫ୍ ଟିମ୍  ପହଁଚିବା ସମ୍ଭବପର ହେଉ ନାହିଁ, ସେ ସବୁ ଅଂଚଳରେ ପ୍ରଭାବିତଙ୍କୁ ସୁରକ୍ଷିତ ସ୍ଥାନକୁ ଆଣିବା ପାଇଁ ଏୟାର ଲିଫ୍ଟିଂ କରାଯିବା ନେଇ ପରାମର୍ଶ  କରାଯାଇଛି । ଜିଲ୍ଲାପାଳଙ୍କୁ ସେ ସବୁ ଅଂଚଳର ତାଲିକା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସେସବୁ ଅଂଚଳରେ ରନ୍ଧାଖାଦ୍ୟା, ପିଇବା ପାଣି  ଓ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି ।   ଭାରତୀୟ  ତଟରକ୍ଷୀ ବାହିନୀର ସ୍ୱତନ୍ତ୍ର ହେଲିକପ୍ଟର ବ୍ୟବହାର କରାଯିବା ନେଇ ମୁଖ୍ୟ ଶାସନ ସଚିବ ଉଚ୍ଚ କର୍ତ୍ତୃପକ୍ଷଙ୍କ ସହ କଥା ହୋଇଛନ୍ତି ।  ଜରୁରୀ ଆବଶ୍ୟକତା  ସ୍ଥଳେ ଏୟାର ଲିଫ୍ଟିଂ ପାଇଁ ନିଷ୍ପତ୍ତି ନିଆଯିବ ।  ସ୍ଥିତିକୁ ନଜରରେ ରଖି ଜିଲ୍ଲାପାଳ ଆବଶ୍ୟକ ପଦକ୍ଷେପ ନେଉଛନ୍ତି ।  ଗଜାମ ଜିଲ୍ଲାରେ ୨୭ଟି ଓଡ୍ରାଫ୍, ୩ଟି ଏନଡିଆରଏଫ୍ ଏବଂ ୨୪ଟି ଅଗ୍ନିଶମ ସେବା ବିଭାଗ ଟିମ୍ ମୁତୟନ  ହୋଇଛନ୍ତି । ଗଜପତି ଜିଲ୍ଲାରେ ୧୨ଟି ଓଡ୍ରାଫ୍, ୧ଟି ଏନଡିଆରଏଫ୍ ଏବଂ ୧୨ଟି ଅଗ୍ନିଶମ ସେବା ବିଭାଗ ଟିମ୍ ମୁତୟନ ହୋଇଛନ୍ତି । ଗଂଜାମ ଜିଲ୍ଲାରେ ୫୫୦ ଜଣ ଓ ଗଜପତି ଜିଲ୍ଲାରେ ୪୨୦ ଗର୍ଭବତୀ ମହିଳା ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହୋଇଛନ୍ତି । 
   ଗଞ୍ଜାମ ଜିଲ୍ଲାର ଚିକିଟି ଓ ପାତ୍ରପୁର ବ୍ଲକ୍ ଅନ୍ତର୍ଗତ ବାଘଲଟି ଜଳଭଣ୍ଡାର ଏବଂ ବାହୁଦା ନଦୀ ଅବବାହିକାରେ ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇଛି । ଏଥି ଯୋଗୁଁ ଆନ୍ଧ୍ରପ୍ରଦେଶର ଇଚ୍ଛାପୁରମ ଠାରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି ।   ବାତ୍ୟା ‘ଅର୍ଣ୍ଣବ’ ଆଶଙ୍କା ଓ ଭାରତୀୟ ପାଣିପାଗ ବିଭାଗର ପ୍ରବଳ ବର୍ଷା ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ଜଳଧାରଣ କ୍ଷମତା ନିୟନ୍ତ୍ରଣ ପାଇଁ ପୂର୍ବରୁ ଜଳ ନିଷ୍କାସନ କରାଯାଇଥିଲା । ୨୭ ଅକ୍ଟୋବର ସନ୍ଧ୍ୟାରୁ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ୨୮ ଅକ୍ଟୋବର ସକାଳ ୧୧ଟା ସୁଦ୍ଧା ଜଳପ୍ରବାହ ପ୍ରତି ସେକେଣ୍ଡରେ ୫୫୦ ଘନମିଟରକୁ ବୃଦ୍ଧି ପାଇଥିଲା । ଫଳରେ ଜଳଭଣ୍ଡାରର ୪ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯାଇଥିଲା । ଅନ୍ୟପକ୍ଷରେ, ୨୮ ଅକ୍ଟୋବର ସକାଳ ୧୧ ଟାରୁ  ସଂଧ୍ୟା ୭ଟା ମଧ୍ୟରେ ପାତ୍ରପୁର ବ୍ଲକରେ  ୫୪୬ ମିମି ଏବଂ ଚିକିଟି ବ୍ଲକରେ  ୨୮୯ ମିମି ବର୍ଷା ରେକର୍ଡ ହୋଇଥିଲା । ଏହାଦ୍ୱାରା ବାହୁଦା ନଦୀରେ ଜଳପ୍ରବାହ ବୃଦ୍ଧି ସହ ନିମ୍ନ ଅବବାହିକାରେ ଜଳମଗ୍ନ ସ୍ଥିତି ସୃଷ୍ଟି ହୋଇଥିଲା । ଏହି ପରିସ୍ଥିତିରେ ରେଳ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଇଚ୍ଛାପୁରମ୍ ଓ ଜଟପୁଡ଼ି ଷ୍ଟେସନ ମଧ୍ୟରେ ଡାଙ୍ଗୁଏଡ଼ା ନିକଟସ୍ଥ ରେଳ ବ୍ରିଜ୍ ନଂ. ୧୦୫୨ରେ ଜଳସ୍ତର ଅସ୍ୱାଭାବିକ ଭାବେ ବୃଦ୍ଧି ପାଇଥିବା ସୂଚନା ମିଳିଥିଲା  । ଏଥିଯୋଗୁଁ ଉଭୟ ଆନ୍ଧ୍ରପ୍ରଦେଶ ଏବଂ ଓଡିଶାର ଗଂଜାମ ପଟରେ କେତେକ ଟ୍ରେନ୍ ଅଟକି ରହିଛନ୍ତି । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଓ ଶ୍ରୀକାକୁଲମ୍ ଜିଲ୍ଲା ପ୍ରଶାସନ ସହିତ ପୂର୍ବତଟ ରେଳପଥର ବିଶାଖାପାଟଣା ଓ ଭୁବନେଶ୍ୱରସ୍ଥିତ ଅଧିକାରୀମାନଙ୍କ ସହ ନିରନ୍ତର ସମନ୍ୱୟ ରଖାଯାଇଛି ।   ଏ ସଂପର୍କରେ ମୁଖ୍ୟ ଶାସନ ସଚିବ ସଂପୃକ୍ତ ରେଳ ବିଭାଗ କର୍ତ୍ତୃପକ୍ଷଙ୍କ ସହିତ କଥାହେବା ସହିତ ଗଞ୍ଜାମ ଜିଲ୍ଲାପାଳଙ୍କୁ   ଅତ୍ୟାବଶ୍ୟକ  ପଦକ୍ଷେପ ଏବଂ ଅଟକି ରହିଥିବା ଜଣସାଧାରଣଙ୍କ ନିମନ୍ତେ ଜରୁରୀ ସୂଚନା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି  ।  
 ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀଯୁକ୍ତ ପୂଜାରୀ  ବାତ୍ୟା ପରବର୍ତ୍ତୀ  ବନ୍ୟା ସ୍ଥିତି, ପୁନରୁଦ୍ଧାର ଓ ଥଇଥାନ ସଂପର୍କରେ ନିରନ୍ତର  ସ୍ଥିତି ଅନୁଧ୍ୟାନ କରୁଛନ୍ତି ।   ସମୀକ୍ଷା ବୈଠକରେ ଅନ୍ୟମାନଙ୍କ ମଧ୍ୟରେ  ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । 
 ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ସମନ୍ୱିତ ପଦକ୍ଷେପ ମାଧ୍ୟମରେ ଜନସାଧାରଣଙ୍କ ସୁରକ୍ଷା ଏବଂ ବିପର୍ଯ୍ୟୟର ପ୍ରଭାବ ହ୍ରାସ ଉପରେ ଗୁରୁତ୍ୱ ଦିଆଯାଇଛି । 


News Comment




Photo in News

Advertisment
Lastest News
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026

You Might Also Like