-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||     

HOME   ରାଜ୍ୟ

ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ

30-Oct-2026



ବଲାଙ୍ଗୀର(ବିନୋଦ ଦୀପ): ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ଆଜି ବଲାଙ୍ଗୀରସ୍ଥିତ କ୍ଷେତ୍ରୀୟ କୌଶଳ ବିକାଶ, ପୁନର୍ବାସ ଓ ଦିବ୍ୟାଙ୍ଗ ସଶକ୍ତିକରଣ କେନ୍ଦ୍ର ପରିସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଅବସରରେ ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କୁ ବିଭିନ୍ନ ପ୍ରକାରର ସହାୟକ ଉପକରଣ ଓ ଆବଶ୍ୟକୀୟ ସାମଗ୍ରୀ ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମରେ ଭାରତ ସରକାରଙ୍କ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଡ. ବୀରେନ୍ଦ୍ର କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ମାନ୍ୟବର କଣ୍ଟାବାଞ୍ଜି ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଲକ୍ଷ୍ମଣ ବାଗ, ବଲାଙ୍ଗୀର ଜିଲ୍ଲାପାଳ ତଥା ଜିଲ୍ଲା

ମାଜିଷ୍ଟ୍ରେଟ୍ ଶ୍ରୀ ଗୌରୱ ଶିୱାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ଅବିଲାଶ ଜି ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଅତିଥିମାନେ ଦିବ୍ୟାଙ୍ଗ ପୁନର୍ବାସ, ଅନ୍ତର୍ଭୁକ୍ତିକରଣ ଏବଂ ସଶକ୍ତିକରଣର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଡ. ପୁଷ୍ପାଞ୍ଜଳି ମିଶ୍ର ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା ଉପସ୍ଥିତ ରହିଥିଲେ।
ଅତିଥିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସହ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପରେ ଉପସ୍ଥିତ ଅତିଥି ଓ ଜନସାଧାରଣଙ୍କ ଦ୍ୱାରା ସାମୂହିକ ଭାବେ ‘ବନ୍ଦେ ମାତରମ୍‌’ ଗାନ କରାଯିବା ସହ ଦୀପ ପ୍ରଜ୍ୱଳନ କରାଯାଇଥିଲା। ସ୍ୱାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଓ ଅନୁସନ୍ଧାନ ସଂସ୍ଥାନ (SVNIRTAR) ର ନିର୍ଦ୍ଦେଶକ ଡ. ପି. ପି. ମହାନ୍ତି ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଏହି ଅବସରରେ ଯୋଗ୍ୟ ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କୁ ବିଭିନ୍ନ ସହାୟକ ଉପକରଣ ବଣ୍ଟନ କରାଯାଇଥିଲା ଏବଂ କେନ୍ଦ୍ରୀୟ ମନ୍ତ୍ରୀ ହିତାଧିକାରୀମାନଙ୍କ ସହ ଆଲୋଚନା କରି ସେମାନଙ୍କ ଅନୁଭୂତି ଓ ଆବଶ୍ୟକତା ସମ୍ପର୍କରେ ବୁଝିଥିଲେ। ସେମାନଙ୍କୁ ବଣ୍ଟନ କରାଯାଇଥିବା ସହାୟକ

ଉପକରଣ ସେମାନଙ୍କ ଦୈନନ୍ଦିନ ଜୀବନକୁ ସହଜ କରିବା ସହ ଆତ୍ମନିର୍ଭରଶୀଳତା ଓ ସାମାଜିକ ଅନ୍ତର୍ଭୁକ୍ତିକରଣକୁ ସୁଦୃଢ଼ କରିବାରେ ସହାୟକ ହେବ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ ।
ଏହି କେନ୍ଦ୍ର ପକ୍ଷରୁ ଫିଜିଓଥେରାପି, ଅକ୍ୟୁପେସନାଲ ଥେରାପି , ସ୍ପିଚ୍ ଆଣ୍ଡ ହେରିଂ, ପ୍ରୋଷ୍ଟେଟିକ୍ସ ଏବଂ ଅର୍ଥୋଟିକ୍ସ, ସ୍ୱତନ୍ତ୍ର ଶିକ୍ଷା, କ୍ଲିନିକାଲ୍ ସାଇକୋଲୋଜି ଭଳି ବିଭିନ୍ନ ସମ୍ପୂର୍ଣ୍ଣ ପୁନର୍ବାସ ସେବା ପ୍ରଦାନ କରାଯାଉଛି ।
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ କୁମାର ନିଶାମୁକ୍ତି କେନ୍ଦ୍ର ଗସ୍ତ କରି ସେଠାକାର ସ୍ଥିତି ଅନୁଧ୍ୟାନ କରିଥିଲେ । ସେହିପରି କେନ୍ଦ୍ରୀୟ ବିଦ୍ୟାଳୟ ମଧ୍ୟ ପରିଦର୍ଶନ କରିଥିଲେ ଏବଂ ସେଠାରେ ଛାତ୍ରଛାତ୍ରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026

You Might Also Like