-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ

04-Nov-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ 
 ସୁବର୍ଣ୍ଣପୁର ଜିଲ୍ଲାର ପ୍ରତ୍ୟେକ ଗ୍ରାମ ପଞ୍ଚାୟତକୁ ଶିଶୁ ଶ୍ରମମୁକ୍ତ କରିବା ଲକ୍ଷ୍ୟରେ ଚାଲିଥିବା ୪୪ ଦିନିଆ ସଚେତନତା ଅଭିଯାନର ଅଂଶସ୍ୱରୂପ ଆଜି ସକାଳ ୧୦ଟାରେ ଜିଲ୍ଲାପାଳ ଶ୍ରୀ ଦେବାଶିଷ ସିଂହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏକ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି। ଅଧିକରୁ ଅଧିକ ଜନସାଧାରଣଙ୍କ ନିକଟରେ ଶିଶୁ ଶ୍ରମିକ ନିରାକରଣର ବାର୍ତ୍ତା ପହଞ୍ଚାଇବା ଏହି ରଥର ମୁଖ୍ୟ ଉଦ୍ଦେଶ୍ୟ। ଏହି ୪୪ ଦିନିଆ ଅଭିଯାନ ଗତ ଅକ୍ଟୋବର ୨ ତାରିଖରୁ ଆରମ୍ଭ ହୋଇ ଆସନ୍ତା ନଭେମ୍ବର ୧୪ ତାରିଖ ଶିଶୁ ଦିବସରେ ଶେଷ ହେବ। ଏହି ଅଭିଯାନ ଜିଲ୍ଲାର ବିଭିନ୍ନ ବ୍ଲକ ଓ ଗ୍ରାମ ପଞ୍ଚାୟତରେ ଚାଲୁ ରହିଛି।

ଏହି ଅଭିଯାନ ଅନ୍ତର୍ଗତ ଜିଲ୍ଲା ପ୍ରଶାସନ, ଶ୍ରମ ବିଭାଗ ଓ ଶିଶୁ ମଙ୍ଗଳ କମିଟିର ମିଳିତ ଟିମ୍‌ ପକ୍ଷରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢ଼ଉ କରାଯାଇ ଶିଶୁ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଇଛି। ଆଗାମୀ ଦିନରେ ମଧ୍ୟ ଏହି ଚଢ଼ଉ ଓ ଉଦ୍ଧାର କାର୍ଯ୍ୟ ଜାରି ରହିବ। ଏଥିସହ ଶିଶୁମାନଙ୍କୁ କୌଣସି ବିପଜ୍ଜନକ କାର୍ଯ୍ୟରେ ନିୟୋଜିତ ନକରିବା ଏବଂ ସେମାନଙ୍କ ଦ୍ୱାରା ଶ୍ରମ କରାଇବାରୁ ନିବୃତ୍ତ ରହିବା ପାଇଁ ଜନସାଧାରଣ ଓ ନିଯୁକ୍ତିଦାତାଙ୍କୁ ସଚେତନ କରାଯିବ। ୧୪ ବର୍ଷରୁ କମ୍‌ ବୟସର କୌଣସି ଶିଶୁଙ୍କୁ ଶ୍ରମ କାର୍ଯ୍ୟରେ ନିୟୋଜିତ କରାଯାଇପାରିବ ନାହିଁ। ସେହିପରି ୧୫ରୁ ୧୮ ବର୍ଷ ବୟସର କିଶୋରମାନଙ୍କୁ କୌଣସି ବିପଜ୍ଜନକ କାର୍ଯ୍ୟରେ ନିୟୋଜିତ କରିବା ନିଷିଦ୍ଧ। ଶିଶୁ ଶ୍ରମିକ ନିୟୋଜନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଆଇନ ଅନୁଯାୟୀ ଦଣ୍ଡବିଧାନର ବ୍ୟବସ୍ଥା ରହିଛି।

ଜିଲ୍ଲା ଶ୍ରମ ଅଧିକାରୀ ସୁଶ୍ରୀ କନ୍ୟା କୁମାରୀ ସାହୁ କହିଛନ୍ତି ଯେ, ଏହି ଅଭିଯାନ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରିବା ସହ ଏକ ସୁସ୍ଥ ଓ ଶିଶୁ ଶ୍ରମମୁକ୍ତ ସମାଜ ଗଠନ ପାଇଁ ସମସ୍ତେ ଆଗେଇ ଆସିବା ଆବଶ୍ୟକ। ଏଥିପାଇଁ ସମାଜର ପ୍ରତ୍ୟେକ ବର୍ଗର ଲୋକଙ୍କ ସହଯୋଗ ଓ ସକ୍ରିୟ ଭାଗୀଦାରି ଜରୁରୀ। ଯଦି କୌଣସି ସ୍ଥାନରେ ୧୪ ବର୍ଷରୁ କମ୍‌ ବୟସର ଶିଶୁ ଶ୍ରମ କରୁଥିବା କିମ୍ବା ୧୮ ବର୍ଷରୁ କମ୍‌ ବୟସର କିଶୋର ବିପଜ୍ଜନକ କାର୍ଯ୍ୟରେ ନିୟୋଜିତ ଥିବା ଦେଖାଯାଏ, ତେବେ ଜନସାଧାରଣ ଚାଇଲ୍ଡ ହେଲ୍ପଲାଇନ୍‌ ନମ୍ବର ୧୦୯୮କୁ ଫୋନ୍‌ କରି ସୂଚନା ଦେଇପାରିବେ।

ଏହି କାର୍ଯ୍ୟକ୍ରମରେ ପ୍ରଭାଗୀୟ ଶ୍ରମ ଆୟୁକ୍ତ ଶ୍ରୀ ଦିଲେଶ୍ୱର ଖାଖା, ଜିଲ୍ଲା ଶ୍ରମ ଅଧିକାରୀ ସୁଶ୍ରୀ କନ୍ୟାକୁମାରୀ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ବୀଣାପାଣି ମିଶ୍ର, କ୍ରୀଡ଼ା ଅଧିକାରୀ ଶ୍ରୀ ଚିତ୍ରରଞ୍ଜନ ମିଶ୍ର, ସହକାରୀ ଶ୍ରମ ଅଧିକାରୀ, ବିନିକା ଶ୍ରୀ ଚିନ୍ମୟ ମେହେର, ସହକାରୀ ଶ୍ରମ ଅଧିକାରୀ, ଉଲୁଣ୍ଡା, ଶ୍ରୀ ଲିପକରାଜ ନାୟକ, ସହକାରୀ ଶ୍ରମ ଅଧିକାରୀ, ବୀରମହାରାଜପୁର, ଶ୍ରୀ ଶାଶ୍ୱତ ସୌମ୍ୟକାନ୍ତ, ସହକାରୀ ଶ୍ରମ ଅଧିକାରୀ, ତରଭା, ଶ୍ରୀ ସପ୍ରତିଭ ପ୍ରଧାନଙ୍କ ସମେତ ଶ୍ରମ ବିଭାଗର ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026

You Might Also Like