-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||     

HOME   ଜିଲ୍ଲା

ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର

06-Nov-2026



ଟିଟିଲାଗଡ଼ -  ମହିଳାଙ୍କ ଅଧିକାରର ସୁରକ୍ଷା, ଲିଙ୍ଗଭିତ୍ତିକ ହିଂସାର ମୁକାବିଲା, ସାମାଜିକ ନ୍ୟାୟ ଓ ମହିଳାଙ୍କ ନେତୃତ୍ୱର ବିକାଶ ଲକ୍ଷ୍ୟ ନେଇ ଟିଟିଲାଗଡ଼ ସ୍ଥିତ ମହାବୀର ଧର୍ମଶାଳାଠାରେ ନଭେମ୍ବର ୫ ଓ ୬ ତାରିଖ ଦୁଇଦିନ ଧରି ଏକ ତାଲିମ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଆକ୍ସନ ଏଡ ଆସୋସିଏସନ୍ ଭୁବନେଶ୍ୱର ପକ୍ଷରୁ ଲିଡରସିପ ସ୍କୁଲ  କାର୍ଯ୍ୟକ୍ରମ ଅଧୀନରେ ଆୟୋଜିତ ଏହି ତାଲିମ ଶିବିରରେ ମୁରିବାହାଲ ଓ ଟିଟିଲାଗଡ଼ ବ୍ଲକର ୮୫ ଜଣ କମ୍ୟୁନିଟୀ ହ୍ୟୁମାନ ରାଇଟ୍ସ ଡିଫେଣ୍ଡରସ ଯୋଗ ଦେଇଥିଲେ। ମହିଳା ଅଧିକାର ଓ  ଲିଙ୍ଗଭିତ୍ତିକ ହିଂସା ସମ୍ପର୍କରେ ସେମାନଙ୍କୁ ବିସ୍ତୃତ ତାଲିମ ପ୍ରଦାନ କରାଯାଇଥିଲା।ଏହି ତାଲିମ କାର୍ଯ୍ୟକ୍ରମରେ ତାଲିମଦାତା ଭାବେ ଶ୍ରୀଯୁକ୍ତ ଅଜିତ କୁମାର ପଣ୍ଡା ଯୋଗଦେଇ ମହିଳାଙ୍କ ସାମ୍ବିଧାନିକ ଅଧିକାର, ସମାନତା, ମର୍ଯ୍ୟାଦା, ସ୍ୱାଧୀନତା, ସାମାଜିକ ଓ ଆର୍ଥିକ ନ୍ୟାୟ ଏବଂ ସମାଜରେ ମହିଳାଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ।
ବିଶେଷକରି ମହିଳାମାନେ ଘର, ପରିବାର, କର୍ମକ୍ଷେତ୍ର ଓ ସମାଜରେ କେଉଁ କେଉଁ ପ୍ରକାରର ଭେଦଭାବ ଓ ହିଂସାର ସମ୍ମୁଖୀନ ହେଉଛନ୍ତି, ତାହାର କାରଣ ଓ ପ୍ରଭାବ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଘରୋଇ ହିଂସା, ମାନସିକ ନିର୍ଯାତନା, ଯୌନ ଉତ୍ପୀଡ଼ନ, ଆର୍ଥିକ ଶୋଷଣ, ବାଲ୍ୟବିବାହ ଓ ମହିଳାଙ୍କ ପ୍ରତି ସାମାଜିକ ଭେଦଭାବ ଭଳି ବିଭିନ୍ନ ପ୍ରସଙ୍ଗ ଉପରେ ଗୁରୁତ୍ୱ ଦିଆଯାଇଥିଲା।
ଏଥିସହିତ ହିଂସାର ଶିକାର ହେଉଥିବା ମହିଳାମାନେ କିପରି ନିଜ ଅଧିକାର ପାଇଁ ସ୍ୱର ଉତ୍ତୋଳନ କରିବେ, ଆଇନଗତ ସହାୟତା ଓ ସରକାରୀ ସେବା କିପରି ପାଇପାରିବେ ଏବଂ ଗ୍ରାମସ୍ତରରେ ଏଭଳି ଘଟଣାର ପ୍ରତିରୋଧ ଓ ସମାଧାନ ପାଇଁ 
ସିଏଚଆରଡିଏସ ମାନେ କିପରି ଦାୟିତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ, ସେ ସମ୍ପର୍କରେ ମଧ୍ୟ ମାର୍ଗଦର୍ଶନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଟିଟିଲାଗଡ଼ ବ୍ଲକର ବାଞ୍ଜିପଦର, ବିଜେପୁର, ମହୁଲପଡ଼ା ଓ ଭାଲେଗାଁ ଅଞ୍ଚଳରୁ ଏବଂ ମୁରିବାହାଲ ବ୍ଲକର ଶିରୋଲ, ବିଟାବନ୍ଦ ଓ ମାଲିଶିରା ଗ୍ରାମପଞ୍ଚାୟତରୁ ମହିଳାମାନେ ଯୋଗଦେଇଥିଲେ।
ତାଲିମର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଗ୍ରାମାଞ୍ଚଳର ମହିଳା ମାନଙ୍କ ମଧ୍ୟରେ ଅଧିକାର ସମ୍ପର୍କିତ ସଚେତନତା ବୃଦ୍ଧି କରିବା ସହିତ ସେମାନଙ୍କୁ ନିଜ ଗ୍ରାମ ଓ ସମାଜରେ ମହିଳା ଅଧିକାରର ସୁରକ୍ଷା, ଲିଙ୍ଗଗତ ସମାନତା ଏବଂ ହିଂସାମୁକ୍ତ ପରିବେଶ ଗଠନ ପାଇଁ ଜଣେ ଜଣେ ସକ୍ରିୟ ନେତୃତ୍ୱ ଭାବେ ଗଢ଼ିତୋଳିବା। କାର୍ଯ୍ୟକ୍ରମରେ ଆକ୍ସନ ଏଡ ପକ୍ଷରୁ ମୁରଲୀ ଚରଣ ଦାସ, ଶୁଚିସ୍ମିତା ଚନ୍ଦନ, ଜଳି ମହାନନ୍ଦ ଓ ସଞ୍ଜୀବ ରଣା ଉପସ୍ଥିତ ରହି ତାଲିମ କାର୍ଯ୍ୟକ୍ରମର ସଫଳ ପରିଚାଳନାରେ ସହଯୋଗ କରିଥିଲେ।

(ଟିଟିଲାଗଡରୁ ସଞ୍ଜୟ କୁମାର ନାୟକଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026

You Might Also Like