-+91-9937148622 |
prerana_bgr@rediffmail.com |
Monday 9th November 2026 |
R.N.I. Regd No. ODIODI/2010/46693
Breaking News
09-Nov-2026
ବିନିକା(ହିମାଂଶୁ ଶେଖର ପୁଟେଲ)ଆଜି ସୁବର୍ଣ୍ଣପୁର ଜିଲ୍ଲାର ବିନିକା ବ୍ଲକ ମୁଖ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ଜିଲ୍ଲାପାଳ ଶ୍ରୀ ଦେବାଶିଷ ସିଂ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ କେ.କେ. ହରିପ୍ରସାଦ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୬୬ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା l ସେଥିମଧ୍ୟରୁ ୪୭ଟି ବ୍ୟକ୍ତିଗତ ଏବଂ ୧୯ଟି ସାମୂହିକ ଦରଖାସ୍ତ ଥିଲା।
ବାକି ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି।
ଏହି ଅବସରରେ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ,ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ଉଷାରାଣୀ ଦାସ,ତହସିଲଦାର ଶ୍ରୀମତୀ ରସନା ଭୋଇ ପ୍ରମୁଖ ମଞ୍ଚାସୀନ ଥିଲେ।
ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ଉପସ୍ଥିତ ଥିଲେ।