-+91-9937148622 |
prerana_bgr@rediffmail.com |
Monday 16th November 2026 |
R.N.I. Regd No. ODIODI/2010/46693
Breaking News
13-Nov-2026
(ମନୋରଞ୍ଜନ ତ୍ରିପାଠୀ )
ପିଏମ୍ ଶ୍ରୀ ମହାରାଜା ଉଚ୍ଚ ବିଦ୍ୟାଳୟ, ସୋନପୁରଠାରେ ଆଜି ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଉତ୍ସାହ ଓ ଉଦ୍ଦୀପନାର ସହିତ ଅନୁଷ୍ଠିତ ହୋଇଯାଇଛି।
ଏହି ଅବସରରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ଅଜୟ କୁମାର ଲୁହା, ପଞ୍ଚସଖା ଶିକ୍ଷା ସେତୁର ସଭାପତି ଶ୍ରୀ ପ୍ରଫୁଲ୍ଲ କୁମାର ରଥ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀ ମୋହନ ମେହେର ଅତିଥି ଭାବେ ଯୋଗଦେଇଥିଲେ। ସେମାନେ ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନର ଗୁରୁତ୍ୱ, ନୂତନ ଉଦ୍ଭାବନ ଓ ସୃଜନଶୀଳ ଚିନ୍ତାଧାରାର ବିକାଶ ଉପରେ ବହୁ ପ୍ରେରଣାଦାୟୀ ଉପଦେଶ ପ୍ରଦାନ କରିଥିଲେ।
ବିଚାରକ ଭାବେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ , ବଲାଡି ର ବିଜ୍ଞାନ ଶିକ୍ଷକ ଶ୍ରୀ ସଂଗ୍ରାମ ମିଶ୍ର ଏବଂ ଖାରୀ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ସାଧନା ଝାଙ୍କର ଯୋଗଦେଇ ବିଭିନ୍ନ ପ୍ରକଳ୍ପର ମୂଲ୍ୟାୟନ କରିବା ସହ କୃତୀ ପ୍ରତିଯୋଗୀମାନଙ୍କୁ ଚୟନ କରିଥିଲେ।
ଏହି ମେଳାରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ମୋଟ ୬୦ ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ସେଥିମଧ୍ୟରୁ ୫ ଟି ଶ୍ରେଷ୍ଠ ପ୍ରକଳ୍ପ ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ପାଇଁ ମନୋନୀତ ହୋଇଥିଲା। ମନୋନୀତ ଛାତ୍ରମାନେ ହେଲେ କାହ୍ନା ତରିଆ, ରେୟାଂଶ ଥନାପତି, ଚନ୍ଦନ କର, ଅଂଶୁମାନ ମେହେର ଓ ତେଜସ ବେହେରା।
କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀମତୀ ଅନୁଲିତା ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ। ବରିଷ୍ଠ ବିଜ୍ଞାନ ଶିକ୍ଷୟିତ୍ରୀ ଶ୍ରୀମତୀ ସସ୍ମିତା ପାତ୍ର ମଞ୍ଚ ପରିଚାଳନା କରିବା ସହିତ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।ବିଜ୍ଞାନ ଓ ଗଣିତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଏହି ମେଳାର ସଫଳ ଆୟୋଜନରେ ସକ୍ରିୟ ସହଯୋଗ କରିଥିଲେ।
ଏହି ମେଳା ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୈଜ୍ଞାନିକ ଚିନ୍ତାଧାରା, ଗଣିତ ପ୍ରତି ଆଗ୍ରହ, ଅନୁସନ୍ଧାନ ମନୋବୃତ୍ତି ଓ ସୃଜନଶୀଳ ପ୍ରତିଭାର ବିକାଶ ପାଇଁ ଏକ ଉତ୍କୃଷ୍ଟ ମଞ୍ଚ ସାଜିଥିଲା। ସମସ୍ତଙ୍କ ମିଳିତ ସହଯୋଗ ଓ ଛାତ୍ରଛାତ୍ରୀଙ୍କ ଉତ୍ସାହପୂର୍ଣ୍ଣ ଅଂଶଗ୍ରହଣ ଯୋଗୁଁ କାର୍ଯ୍ୟକ୍ରମଟି ସଫଳତାର ସହ ସମାପନ ହୋଇଥିଲା।