-+91-9937148622 |
prerana_bgr@rediffmail.com |
Sunday 15th November 2026 |
R.N.I. Regd No. ODIODI/2010/46693
Breaking News
13-Nov-2026
ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଆସନ୍ତା ତା. ୧୪.୧୧.୨୦୨୬ ରିଖ ଦିବା ସକାଳ ୧୦.୩୦ ଘଟିକା ସମୟରେ “ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)” ଲକ୍ଷ୍ୟ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ଉତ୍ସବ ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ ସଭାଗୃହ ଠାରେ ଆୟୋଜିତ ହେବାକୁ ଯାଉଛି। ଜିଲ୍ଲା ପରିଷଦ, ଝାରସୁଗୁଡ଼ା ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ଉଦ୍ଘାଟନୀ ଉତ୍ସବରେ ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀଯୁକ୍ତ ଟଙ୍କଧର ତ୍ରିପାଠୀ ସମ୍ମାନିତ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଜିଲ୍ଲାର ଯୋଗ୍ୟ ହିତାଧିକାରୀମାନଙ୍କୁ ଆବାସ ଯୋଜନାର ଲକ୍ଷ୍ୟ ବଣ୍ଟନ କରାଯିବା ସହିତ ପ୍ରଶାସନିକ ଅଧିକାରୀ ଓ ଜନପ୍ରତିନିଧିମାନେ ଉପସ୍ଥିତ ରହିବେ।