-+91-9937148622 |
prerana_bgr@rediffmail.com |
Monday 16th November 2026 |
R.N.I. Regd No. ODIODI/2010/46693
Breaking News
15-Nov-2026
ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ଡୁଙ୍ଗୁରିପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଫଟାମୁଣ୍ଡା ପରିସରରେ ମହାନ ଜନନାୟକ ତଥା ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମଦିବସ ଉପଲକ୍ଷେ ଶିଶୁ ଦିବସ ମହାସମାରୋହରେ ପାଳିତ ହୋଇ ଯାଇଛି ।ବିଦ୍ୟାଳୟର ଅଧ୍ୟକ୍ଷ ହିମାଂଶୁ କୁଅଁରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ଡୁଙ୍ଗୁରିପାଲି ଉଚ୍ଚ ବିଦ୍ୟାଳୟର
ପ୍ରଧାନ ଶିକ୍ଷକ ସତ୍ୟବାନ କୁଅଁର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଅତିଥିମାନେ ପଣ୍ଡିତ ନେହେରୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ମୁଖ୍ୟ ଅତିଥି ଶ୍ରୀ ସତ୍ୟବାନ କୁଅଁର ନିଜ ବକ୍ତବ୍ୟରେ ଶିଶୁମାନେ ଦେଶର ଭବିଷ୍ୟତ ବୋଲି ଅଭିହିତ କରିବା ସହିତ ସେମାନଙ୍କ ମଧ୍ୟରେ ଶୃଙ୍ଖଳା, ନୈତିକତା, ଆତ୍ମବିଶ୍ୱାସ ଓ ସୃଜନଶୀଳତାର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ।
ସଭାପତିତ୍ୱ ଅଭିଭାଷଣରେ ଅଧ୍ୟକ୍ଷ ହିମାଂଶୁ କୁଅଁର ଶିଶୁମାନଙ୍କୁ ନେହେରୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଜଣେ ଭଲ ମଣିଷ ତଥା ଦାୟିତ୍ୱବାନ ନାଗରିକ ଭାବେ ଗଢ଼ି ଉଠିବାକୁ ଆହ୍ୱାନ ଦେଇଥିଲେ।
ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପ୍ରଦର୍ଶନୀ (ବିଜ୍ଞାନ, ଗଣିତ, ସାମାଜିକ ବିଜ୍ଞାନ ) ଆଦିରେ ୧୨୧ଟି ପ୍ରକଳ୍ପ ପ୍ରଦର୍ଶିତ କରିଥିଲେ l ବକ୍ତୃତା, ନୃତ୍ୟ, ସଙ୍ଗୀତ ଓ ବିଭିନ୍ନ ସାଂସ୍କୃତିକ ପରିବେଷଣ ମାଧ୍ୟମରେ ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। ଭଲ ପ୍ରଦର୍ଶନ କାରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା l କାର୍ଯ୍ୟକ୍ରମଟି ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନା ସୃଷ୍ଟି କରିଥିଲା l
ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ସାଧୁଚରଣ ଖମାରୀ ଏବଂ ପ୍ରସନ୍ନ କୁମାର ମିଶ୍ର ମଞ୍ଚ ପରିଚାଳନା କରିଥିବାବେଳେ ଶିକ୍ଷକ ରଶ୍ମିରଞ୍ଜନ ଦାସ ଧନ୍ୟବାଦ ଜ୍ଞାପନ କରିଥିଲେ