-+91-9937148622 |
prerana_bgr@rediffmail.com |
Monday 16th November 2026 |
R.N.I. Regd No. ODIODI/2010/46693
Breaking News
15-Nov-2026
ବଲାଙ୍ଗୀର(ପ୍ରେରଣା ଖବର):ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଓ ନିଷ୍ଠାପର କାର୍ଯ୍ୟ ପାଇଁ ବଲାଙ୍ଗୀର ଜିଲ୍ଲାର ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଏଡିଇଓ) ସେବାଶ୍ରୀ ଭୋଇ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୫ରେ ସମ୍ମାନିତ ହୋଇଛନ୍ତି।ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହାଇସ୍କୁଲ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅବସରରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଗରିମାମୟ ଉପସ୍ଥିତିରେ ତାଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଥିଲା। ପୂର୍ବରୁ
ମଧ୍ୟ ଶ୍ରେଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବରେ ଜାତୀୟ ଓ ରାଜ୍ୟ ସ୍ତରରେ ପୁରସ୍କୃତ ହୋଇଛନ୍ତିlଶ୍ରୀମତୀ ଭୋଇଙ୍କ ଏହି ସଫଳତା ବଲାଙ୍ଗୀର ଜିଲ୍ଲାର ଶିକ୍ଷା ଜଗତ ପାଇଁ ଏକ ଗୌରବର ବିଷୟ।ତାଙ୍କର ଏହି ସମ୍ମାନ ଜିଲ୍ଲାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷା ବିଭାଗର ସମସ୍ତ କର୍ମଚାରୀଙ୍କ ମଧ୍ୟରେ ଆନନ୍ଦ ଓ ଉତ୍ସାହ ସୃଷ୍ଟି କରିଛି।ତାଙ୍କର ଏହି ଉପଲବ୍ଧି ପାଇଁ ବିଭିନ୍ନ ମହଲରୁ ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ ଛୁଟିଛି।ଏହି ସଫଳତା ଆଗାମୀ ଦିନରେ ଜିଲ୍ଲାର ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ଓ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅନ୍ୟମାନଙ୍କୁ ନିଶ୍ଚିତ ଭାବେ ପ୍ରେରଣା ଯୋଗାଇବ।