-+91-9937148622 |
prerana_bgr@rediffmail.com |
Wednesday 18th November 2026 |
R.N.I. Regd No. ODIODI/2010/46693
Breaking News
17-Nov-2026
କଣ୍ଟାବାଞ୍ଜି: ତୁରେକେଲା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ କଣ୍ଟାବାଞ୍ଜି ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା ଉପରେ ଏକ ଦୀବସୀୟ ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶିଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଚକ୍ଷୁ ବିଶେଷଜ୍ଞ ତଥା ସାଧନକର୍ମୀ ଟି.ଆର ପାତ୍ର, ପ୍ରଧାନ ଶିକ୍ଷୟିତ୍ରୀ ନୀହାରିକା ନାଗ ଯୋଗ ଦେଇଥିଲେ।ବିଆରଟି ସୁନୀଲ କୁମାର ସାହୁ ସଭା ପରିଚାଳନା କରିଥିଲେ।ହିଆଁଲ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।ହିଆଁଲ, କୁକୁଡାହାଡ ଓ ମାଙ୍କଡଚୁଆଁ କ୍ଳଷ୍ଟର ଅନ୍ତର୍ଗତ ପ୍ରତ୍ୟେକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ତଥା ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ।ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ପରୀକ୍ଷା କରି ବ୍ଳକ ସ୍ତରୀୟ ଚକ୍ଷୁ ପରୀକ୍ଷା ଶିବିରକୁ ପଠେଇଵାକୁ ବିଆରଟି ଜ୍ୟୋତିବିକାଶ ବାରିକ ଅନୁରୋଧ କରିଥିଲେ।ପୂର୍ବ ଶିବିରରେ ଯେଉଁ ଛାତ୍ରଛାତ୍ରୀ ମାନଙ୍କ ଆଖି ପରୀକ୍ଷା କରାଯାଇଥିଲା ସେମାନଙ୍କୁ ମାଗଣାରେ ଚଷମା ବଣ୍ଟନ କରାଯାଇଥିଲା।