-+91-9937148622 |

prerana_bgr@rediffmail.com |

  Sunday 22nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||      କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   (21-Nov-2026)       ||      ସଡ଼କ ସୁରକ୍ଷାକୁ ନେଇ ଜିଲ୍ଲାପାଳଙ୍କ କଡ଼ା ଆଭିମୁଖ୍ୟ, ୨୩ରୁ ସରକାରୀ କର୍ମଚାରୀଙ୍କ ପାଇଁ ହେଲମେଟ୍ ବାଧ୍ୟତାମୂଳକ   (21-Nov-2026)       ||      ପିଲାମାନଙ୍କ ପ୍ରତିଭା, ସୃଜନଶୀଳତା ଓ ସୁରକ୍ଷାର ବାର୍ତ୍ତା ନେଇ ଆୟୋଜିତ ହେଲା ‘ପତଙ୍ଗୀ – ଶିଶୁ ମହୋତ୍ସବ ୨୦୨୬’   (21-Nov-2026)       ||      ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ   (21-Nov-2026)       ||      ଓଡ଼ିଶାର ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଲାଇଭରେ ଝୁମିଲେ ଛାତ୍ରଛାତ୍ରୀ   (21-Nov-2026)       ||      ବିଶ୍ୱ ଦର୍ଶନଶାସ୍ତ୍ର ଦିବସ ପାଳିତ    (21-Nov-2026)       ||      ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ନାଗାବଳୀ ଛାତ୍ରୀ ନିବାସରେ ଖାଦ୍ୟରୁ ବଡ଼ ପୋକ ବାହାରିବା ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ଟେଣ୍ଡର ପ୍ରକ୍ରିୟା ପାଇଁ ଦାବି   (21-Nov-2026)       ||      ଟିକ୍ରାପଡା ଅହୋରାତ୍ର ନାମଯଜ୍ଞ ଟିକ୍ରାପଡା ରାମଜୀ ମନ୍ଦିର ଛକ ରେ ଆଜିଠାରୁ ଆରମ୍ଭ    (21-Nov-2026)       ||      ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   (21-Nov-2026)       ||      ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ: ସୁବର୍ଣ୍ଣପୁର ଜିଲ୍ଲାର ୮୩୩ଟି ଗ୍ରାମ ବାଲ୍ୟ ବିବାହ ମୁକ୍ତ ଘୋଷିତ   (21-Nov-2026)       ||      ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   (21-Nov-2026)       ||      *ଉମରକୋଟ ବ୍ଲକରେ ପଦୋନ୍ନତି ପାଇଲେ ପ୍ରାଥମିକ ଶିକ୍ଷକ*   (21-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଆଦିକବି ମହର୍ଷି ବାଲ୍ମୀକି ଜୟନ୍ତୀ ସମାରୋହ ଅନୁଷ୍ଠିତ   (21-Nov-2026)       ||      ସପ୍ତାହ ପାରାୟଣରେ ବଳି-ବାମନ ଚରିତ୍ର ଓ କୃଷ୍ଣ ଜନ୍ମ ବ୍ୟାଖ୍ୟା,ଭାବବିହ୍ଵଳ ହେଲେ ଶ୍ରୋତା   (21-Nov-2026)       ||      ବଲାଙ୍ଗୀରର ଜେଏସ୍‌ଏମ୍‌ ମହାବିଦ୍ୟାଳୟର ୧୧ତମ  ପ୍ରତିଷ୍ଠା ଦିବସ ପାଳିତ    (21-Nov-2026)       ||      ବାତ୍ୟା ଅକଭାନ୍ ର ସଫଳ ମୁକାବିଲା: ସ୍ଥିତି ସ୍ୱାଭାବିକ, କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟ ଜାରି ଓଡ଼ିଶାରେ ଟଳିଲା ବଡ଼ ବିପଦ: ବାତ୍ୟା ଅକଭାନ୍’ ପରେ ତ୍ୱରିତ ପୁନରୁଦ୍ଧାର ଏବଂ ଦୀର୍ଘମିଆଦୀ ବିପର୍ଯ୍ୟୟ ପରିଚାଳନା ଉପରେ ସରକାରଙ୍କ ଗୁରୁତ୍ୱ    (21-Nov-2026)       ||      ହାତୀ-ମଣିଷ ମୁହାଁମୁହିଁରେ ଉଭୟଙ୍କ ପ୍ରାଣହାନୀ ! ଘାଗୁର୍ଲିରେ ଜଣକର ମୃତ୍ୟୁର କାରଣ ଚଲାପଥ ଅବରୋଧ    (21-Nov-2026)       ||      ଥାଲେସେମିଆ ରୋଗୀର ଚିକିତ୍ସା ପାଇଁ ରକ୍ତ ବାଧକ   (21-Nov-2026)       ||      କ୍ଷୁଦ୍ର ଜଳସେଚନ ବିଭାଗର ପ୍ରକଳ୍ପ♦️ସରକାରୀ ଯୋଜନାର ବିକଳାଙ୍ଗ ଗର୍ଭପାତ !   (21-Nov-2026)       ||     

HOME   ଜିଲ୍ଲା

ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ: ସୁବର୍ଣ୍ଣପୁର ଜିଲ୍ଲାର ୮୩୩ଟି ଗ୍ରାମ ବାଲ୍ୟ ବିବାହ ମୁକ୍ତ ଘୋଷିତ

21-Nov-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଶିଶୁ ସୁରକ୍ଷା ବିଭାଗର ସଂଯୋଜନାରେ ଏବଂ ରୁଚିକା ସମାଜ ସେବା ସଂଗଠନର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ନୂତନ ଟାଉନ ହଲ୍‌ଠାରେ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ଦେବାଶିଷ ସିଂହ ଯୋଗଦେଇ ଜିଲ୍ଲାର ମୋଟ ୯୬୩ଟି ଗ୍ରାମ ମଧ୍ୟରୁ ୮୩୩ଟି ଗ୍ରାମକୁ ବାଲ୍ୟ ବିବାହ ମୁକ୍ତ ଗ୍ରାମ ଭାବେ ଘୋଷଣା କରିଥିଲେ। ଏହି ଉପଲବ୍ଧି ପାଇଁ ଜିଲ୍ଲାର ସମସ୍ତ ଅଧିକାରୀ, ଜନପ୍ରତିନିଧି ଓ କର୍ମୀମାନଙ୍କ ଉଦ୍ୟମକୁ ଜିଲ୍ଲାପାଳ ଧନ୍ୟବାଦ ଜଣାଇଥିଲେ। ଏଥିସହ ଆଗାମୀ ୧୦୦ ଦିନିଆ ଅଭିଯାନରେ ସମସ୍ତେ ସକ୍ରିୟ ଭାବେ ସାମିଲ ହୋଇ ଜିଲ୍ଲାକୁ ସମ୍ପୂର୍ଣ୍ଣ ବାଲ୍ୟ ବିବାହ ମୁକ୍ତ କରିବା ସହ ଦେଶର ପ୍ରଥମ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା ଭାବେ ଗଢ଼ିତୋଳିବାକୁ ସେ ଆହ୍ୱାନ ଦେଇଥିଲେ। ବାଲ୍ୟ ବିବାହ ମୁକ୍ତ ଜିଲ୍ଲା ଭାବେ ରାଜ୍ୟରେ ଦ୍ୱିତୀୟ ସ୍ଥାନରେ ଥିବା ସୁବର୍ଣ୍ଣପୁରକୁ ପ୍ରଥମ ସ୍ଥାନକୁ ଆଣିବା ପାଇଁ ସମସ୍ତେ ଆଜିଠାରୁ ସଂକଳ୍ପ ନେବାକୁ ସେ ଉପସ୍ଥିତ ସରପଞ୍ଚ, ସମିତି ସଭ୍ୟ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ଅଙ୍ଗନବାଡ଼ି ସୁପରଭାଇଜର ଓ କର୍ମୀମାନଙ୍କୁ ଆହ୍ୱାନ ଦେଇଥିଲେ। ଏହି ଅବସରରେ ବାଲ୍ୟ ବିବାହ ମୁକ୍ତ ଘୋଷିତ ଗ୍ରାମଗୁଡ଼ିକର ସରପଞ୍ଚ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ବୀଣାପାଣି ମିଶ୍ର, ଶିଶୁ ମଙ୍ଗଳ କମିଟିର ଅଧ୍ୟକ୍ଷା ଲୀନା ବାବୁ, ଜିଲ୍ଲା ଶ୍ରମ ଅଧିକାରୀ କନ୍ୟା କୁମାରୀ ସାହୁ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରୀତି ସୁନା, ସୋନପୁର ବିଡିଓ ପ୍ରତୀକ କର, ପୌରପାଳିକାର ନିର୍ବାହୀ ଅଧିକାରୀ ରୁଷି ମାଝୀ, ଡିଏସ୍‌ପି ରେଣୁକା ସୁନା, ଅତିରିକ୍ତ ଏସ୍‌ପି ଲଳିତା ବର୍ଲାଙ୍କ ସମେତ ସୋନପୁର ଓ ତରଭା ବ୍ଲକ୍‌ର ଅଧ୍ୟକ୍ଷମାନେ ଯୋଗଦେଇଥିଲେ। ଏହି ଅବସରରେ ଉପସ୍ଥିତ ଅଧିକାରୀମାନେ ବାଲ୍ୟ ବିବାହ ନିରାକରଣ ସମ୍ପର୍କିତ ଆଇନଗତ ବ୍ୟବସ୍ଥା ଏବଂ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ବିବାହ ବୟସ ହାସଲ କରିନଥିବା ବାଳିକା ଓ ବାଳକମାନେ ବାଲ୍ୟ ବିବାହ ପରିବର୍ତ୍ତେ ଶିକ୍ଷା ଓ ସରକାରୀ ଯୋଜନାର ସୁଯୋଗ ନେଇ କିପରି ନିଜର ଭବିଷ୍ୟତ ଗଢ଼ିପାରିବେ, ସେ ସମ୍ପର୍କରେ ସଚେତନ କରାଯାଇଥିଲା।

ଏହି ଅବସରରେ ଡିଏସ୍‌ପି ରେଣୁକା ସୁନା କହିଥିଲେ ଯେ ବାଲ୍ୟ ବିବାହ ନିରାକରଣ ଆମ ସମସ୍ତଙ୍କର ସାମାଜିକ ଓ ନୈତିକ ଦାୟିତ୍ୱ। ନାରୀ ଶିକ୍ଷାକୁ ଗୁରୁତ୍ୱ ଦେବା ସହ ସମାଜରୁ ଦାରିଦ୍ର୍ୟ ଓ କୁସଂସ୍କାର ଦୂର କରିପାରିଲେ ବାଲ୍ୟ ବିବାହ ଭଳି ସାମାଜିକ ବ୍ୟାଧିର ନିରାକରଣ ସମ୍ଭବ ହୋଇପାରିବ। ସେହିପରି ସୋନପୁର ବିଡିଓ ପ୍ରତୀକ କର ତୃଣମୂଳ ସ୍ତରରୁ ସଚେତନତା ସୃଷ୍ଟି କରିବା ସହ ଏହି ଅଭିଯାନକୁ ଅଧିକ ଲୋକାଭିମୁଖୀ କରିବା ଉପରେ ଗୁରୁତ୍ୱ ଦେଇଥିଲେ।

ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାସ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ରୁଚିକା ସମାଜ ସେବା ସଂଗଠନର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ବେଣୁଧର ସେନାପତି ଅଭିଯାନର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ତତିନି ଓ ରିଙ୍କିନା ସ୍ୱାଗତ ସଙ୍ଗୀତ ପରିବେଷଣ କରିବା ସହ ଅତିଥିମାନଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା ଜଣାଇଥିଲେ। ଅଞ୍ଜନା କିସାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଅପରାଧ  
ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ   21-Nov-2026
  ରାଜନୀତି  
କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   21-Nov-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ନେଇ ଜିଲ୍ଲାପାଳଙ୍କ କଡ଼ା ଆଭିମୁଖ୍ୟ, ୨୩ରୁ ସରକାରୀ କର୍ମଚାରୀଙ୍କ ପାଇଁ ହେଲମେଟ୍ ବାଧ୍ୟତାମୂଳକ   21-Nov-2026
  ଜିଲ୍ଲା  
ପିଲାମାନଙ୍କ ପ୍ରତିଭା, ସୃଜନଶୀଳତା ଓ ସୁରକ୍ଷାର ବାର୍ତ୍ତା ନେଇ ଆୟୋଜିତ ହେଲା ‘ପତଙ୍ଗୀ – ଶିଶୁ ମହୋତ୍ସବ ୨୦୨୬’   21-Nov-2026
  ଜିଲ୍ଲା  
ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ   21-Nov-2026
  ଜିଲ୍ଲା  
ଓଡ଼ିଶାର ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଲାଇଭରେ ଝୁମିଲେ ଛାତ୍ରଛାତ୍ରୀ   21-Nov-2026
  ଜିଲ୍ଲା  
ବିଶ୍ୱ ଦର୍ଶନଶାସ୍ତ୍ର ଦିବସ ପାଳିତ   21-Nov-2026
  ଜିଲ୍ଲା  
ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ନାଗାବଳୀ ଛାତ୍ରୀ ନିବାସରେ ଖାଦ୍ୟରୁ ବଡ଼ ପୋକ ବାହାରିବା ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ଟେଣ୍ଡର ପ୍ରକ୍ରିୟା ପାଇଁ ଦାବି   21-Nov-2026
  ଜିଲ୍ଲା  
ଟିକ୍ରାପଡା ଅହୋରାତ୍ର ନାମଯଜ୍ଞ ଟିକ୍ରାପଡା ରାମଜୀ ମନ୍ଦିର ଛକ ରେ ଆଜିଠାରୁ ଆରମ୍ଭ   21-Nov-2026
  ଜିଲ୍ଲା  
ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   21-Nov-2026
  ଜିଲ୍ଲା  
ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ: ସୁବର୍ଣ୍ଣପୁର ଜିଲ୍ଲାର ୮୩୩ଟି ଗ୍ରାମ ବାଲ୍ୟ ବିବାହ ମୁକ୍ତ ଘୋଷିତ   21-Nov-2026
  ଜିଲ୍ଲା  
ବଲାଙ୍ଗିରର ସାମଗ୍ରିକ ବିକାଶକୁ ନେଇ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କଲେ ନରସିଂହ♦️ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା, ପରିବେଶ ପ୍ରଦୂଷଣ ଓ ଦୁର୍ନୀତିକୁ ନେଇ ବିଭିନ୍ନ ପ୍ରସ୍ତାବ   21-Nov-2026

You Might Also Like