-+91-9937148622 |
prerana_bgr@rediffmail.com |
Wednesday 25th November 2026 |
R.N.I. Regd No. ODIODI/2010/46693
Breaking News
25-Nov-2026
(ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ୍ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ନିଖୋଜ ଥିବା ଦୁଇ ବର୍ଷର ଶିଶୁକନ୍ୟାର ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏହି ଘଟଣାକୁ ନେଇ ଅଞ୍ଚଳରେ ଶୋକ ଓ ଚାଞ୍ଚଲ୍ୟ ଖେଳିଯାଇଛି।
ଗତକାଲି ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଶିଶୁକନ୍ୟାଟିକୁ ଏକ କଲରାପତରିଆ ବାଘ ଟାଣି ନେଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଏହାପରେ ବନ ବିଭାଗ ଓ ପୋଲିସ୍ ପକ୍ଷରୁ ତଲାସୀ ଅଭିଯାନ ଆରମ୍ଭ କରାଯାଇଥିଲା।
ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ଘରଠାରୁ ପ୍ରାୟ ୫୦୦ ମିଟର ଦୂର ଜଙ୍ଗଲରୁ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି। ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ପୋଲିସ୍ ତଦନ୍ତ ଜାରି ରଖିଛି।