-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ

26-Nov-2026



ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା (Gender-based Violence) ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଜିଲ୍ଲାସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମ ଆଜି ସ୍ଥାନୀୟ ସଦ୍‌ଭାବନା ସଭାଗୃହଠାରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଗଣେଶ୍ୱର କହ୍ନରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ନୂଆପଡ଼ା ଜିଲ୍ଲା ଆଇନସେବା ପ୍ରାଧିକରଣର ସଚିବ ନବନୀତା ଦାଶ, DSP, HRPC ମର୍ସି ପୂର୍ତ୍ତି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପ୍ରେମଲତା ସେଠୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁଚିସ୍ମିତା ମହାଉତି ଏବଂ ଓଡ଼ିଶା ଜୀବିକା ମିଶନର ଜିଲ୍ଲା ପ୍ରକଳ୍ପ ପରିଚାଳକ ସୁନୀଲ ମଲ୍ଲିକ ଯୋଗଦେଇ ଲିଙ୍ଗଭିତ୍ତିକ ହିଂସାର ବିଭିନ୍ନ ଦିଗ ଓ ଏହାର ନିରାକରଣ ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ବକ୍ତା ମାନେ ପୀଡ଼ିତାମାନଙ୍କୁ ଆଇନଗତ ସହାୟତା, ପରାମର୍ଶ, ସୁରକ୍ଷା ଓ ଥଇଥାନ ସେବା ଯୋଗାଇଦେବା କ୍ଷେତ୍ରରେ ବିଭିନ୍ନ ବିଭାଗ ଓ ସଂସ୍ଥାର ସମନ୍ୱିତ ଭୂମିକା ଉପରେ ଆଲୋକପାତ କରିଥିଲେ।

ଏହି ଅବସରରେ ଜିଲ୍ଲା ସଂଯୋଜକଙ୍କ ପକ୍ଷରୁ ୧୬ ଦିନିଆ ଅଭିଯାନର ଦିବସଭିତ୍ତିକ କାର୍ଯ୍ୟଯୋଜନା ଓ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥାପନ କରାଯାଇଥିଲା। ଅଭିଯାନ ଅବଧି ମଧ୍ୟରେ ଜିଲ୍ଲାର ବିଭିନ୍ନ ବ୍ଲକ୍, ଗ୍ରାମପଞ୍ଚାୟତ, ଶିକ୍ଷାନୁଷ୍ଠାନ ଓ ଗୋଷ୍ଠୀସ୍ତରରେ ସଚେତନତା କାର୍ଯ୍ୟକ୍ରମ, ଆଲୋଚନାଚକ୍ର, ରାଲି ଏବଂ ପ୍ରଚାର ଓ ପ୍ରସାରମୂଳକ କାର୍ଯ୍ୟକ୍ରମ ଆୟୋଜନ କରାଯିବ।
ଅଭିଯାନର ଶୁଭାରମ୍ଭ ଅବସରରେ ଏକ ବିଶାଳ ସଚେତନତା ରାଲି ମଧ୍ୟ ଆୟୋଜନ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ସବୁଜ ପତାକା ଦେଖାଇ ରାଲିର ଶୁଭାରମ୍ଭ କରିଥିଲେ। ଏହି ରାଲି ମାଧ୍ୟମରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସ୍ୱର ଉତ୍ତୋଳନ କରିବା ସହ ମହିଳା ଓ ବାଳିକାଙ୍କ ସୁରକ୍ଷା, ସମ୍ମାନ ଓ ଅଧିକାର ସୁନିଶ୍ଚିତ କରିବା ଏବଂ ହିଂସାମୁକ୍ତ ସମାଜ ଗଠନ ଦିଗରେ ସାଧାରଣ ଜନତାଙ୍କୁ ସଚେତନ କରାଯାଇଥିଲା।
କାର୍ଯ୍ୟକ୍ରମ ଶେଷରେ ସୁରକ୍ଷା ଅଧିକାରୀ ମଞ୍ଜୁ ଶୁକ୍ଳା ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ମହିଳା ସଶକ୍ତୀକରଣ ବିଭାଗର କର୍ମଚାରୀମାନେ ସହଯୋଗ କରିଥିଲେ।

(ରିପୋର୍ଟ : ପରମେଶ୍ୱର ମେହେର)


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   25-Nov-2026

You Might Also Like