-+91-9937148622 |
prerana_bgr@rediffmail.com |
Saturday 28th November 2026 |
R.N.I. Regd No. ODIODI/2010/46693
Breaking News
28-Nov-2026
ବଲାଙ୍ଗୀର(ପ୍ରେରଣା ଖବର): ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଟ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ଗୋପବନ୍ଧୁ ନଗର, ବଲାଙ୍ଗୀର ଠାରେ ଅନୁଷ୍ଠିତ ହେଇଥିଲା। ଏହି ସ୍ବାସ୍ଥ୍ୟ ଶିବିର ରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା
କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିର ରେ ସ୍ଥାନୀୟ ଆଶା କର୍ମୀ ଓ ସ୍ବାସ୍ଥ୍ୟ କେନ୍ଦ୍ର ର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିର ରେ ଡାକ୍ତର ନନ୍ଦ କିଶୋର ପାଢ଼ୀ ଓ ଭୀମ ଭୋଇ ମେଡିକାଲ କଲେଜର ଡାକ୍ତର ମହମ୍ମଦ ସିବଟେନ୍ ଓ ଡାକ୍ତର ମୋନାଲିସା କେରକେଟା ଓ ଫିଜିଓ ଥେରପିଷ୍ଟ ସତ୍ୟବ୍ରତ ସାହୁ ଏବଂ ରାଜେନ୍ଦ୍ର
ଯୁବକ ସଂଘ ର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିର ଟିକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଏ.ପି.ଏମ ରାମାନୁଜ ପଣ୍ଡା ଓ ୟୁ.ଡି.ଏମ ଅନିଲ କୁମାର ମହାକୁର ତଦାରଖ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିର ରେ ୧୧୫ ରୁ ଉର୍ଦ୍ଧ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ। ଉକ୍ତ ସ୍ବାସ୍ଥ୍ୟ ଶିବିର ଟି ସୁଚାରୁ ରୂପେ ପରିଚାଳିତ ହେଇଥିଲା।