-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||     

HOME   ଜିଲ୍ଲା

କନ୍ଧମାଳ:ପୁଲିସ-ମାଓବାଦୀ ଗୁଳି ବିନିମୟ, ମାଓବାଦୀଙ୍କ ଛତ୍ରଭଙ୍ଗ: ଏନକାଉଣ୍ଟର ସ୍ଥଳରେ କମ୍ବିଂଜାରୀ : ବିପୁଳ ମାଓ ସାମଗ୍ରୀ ଜବତ

08-Apr-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): ଗତ ୪ ତାରିଖରେ ପୁଣି ଗୋଚ୍ଛାପଡା ଅଞ୍ଚଳରେ ୨୫ ମିନିଟ୍‍ ଧରି ପୁଲିସ-ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଉଭୟ ପକ୍ଷରୁ ହୋଇଥିଲା ଗୁଳି ବିନିମୟ। ଘଞ୍ଚ ଜଙ୍ଗଲର ସୁଯୋଗ ନେଇ ଖସିଗଲେ ୨୦ରୁ ଅଧିକ ମାଓବାଦୀ। ଗୁଳି ବିନିୟମରେ କିଛି ମାଓବାଦୀ ଆହତ ହୋଇଥିବା ସନ୍ଦେହ କରାଯାଉଛି ବୋଲି ଆଜି ସ୍ଥାନୀୟ ଜିଲା ପୁଲିସ ମୁଖ୍ୟାଳୟଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କନ୍ଧମାଳ ଏସପି ଭିନିତ ଅଗ୍ରୱାଲ। ଏସ୍‍ପିଙ୍କ ସୂଚନା ପ୍ରକାରେ, ଫିରିଙ୍ଗିଆ ବ୍ଳକର ଗୋଚ୍ଛାପଡା ଥାନା କୋଲାମପଡା ଗ୍ରାମ ନିକଟ ଜଙ୍ଗଲରେ ମାଓବାଦୀ ଆଡ୍ଡା ଜମାଇଥିବା କୌଣସି ସୂତ୍ରରୁ ଖବର ପାଇ ସୋମବାର ସକାଳେ ଏହି ସ୍ଥାନରେ ଡିଭିଏଫ ଓ ଏସଓଜି ଯବାନଙ୍କ ପକ୍ଷରୁ ମିଳିତ କମ୍ବିଂ ଆରମ୍ଭ କରାଯାଇଥିଲା। କମ୍ବିଂ ଅପରେସନ ସାରି ଫେରିବା ବେଳେ ଜଙ୍ଗଲ ଭିତରୁ ମାଓବାଦୀମାନେ ପୁଲିସ ବାହିନୀ ଉପରକୁ ତୁହାକୁ ତୁହା ଗୁଳି ବର୍ଷଣ କରିଥିଲେ। ସୁରକ୍ଷା ବାହିନୀ ପକ୍ଷରୁ ସେମାନଙ୍କୁ ଆତ୍ମସମର୍ପଣ କରିବାକୁ କୁହାଯାଇଥିଲା। କିନ୍ତୁ ମାଓବାଦୀ ଶୁଣିନଥିଲେ ବରଂ ଆକ୍ରମଣ ଜାରି ରଖିଥିଲେ। ଫଳରେ ପୁଲିସ ପକ୍ଷରୁ ପାଲଟା ଗୁଳିଚାଳନା କରାଯାଇଥିଲା। ପାଲଟା ଆକ୍ରମଣରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇ ଜଙ୍ଗଲ ଭିତରକୁ ଖସି ଯାଇଥିବା ଏସପି ପ୍ରକାଶ କରିଛନ୍ତି। ପରେ ସେଠାରେ ସର୍ଚ୍ଚ ଅପରେସନ କରାଯାଇ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରାଯାଇଛି । ସୋଲାର ଲ୍ୟାମ୍ପ, ତାର, ବାସନ, ଔଷଧ,ପୋଷାକ, ଟର୍ଚ୍ଚ, ମୋବାଇଲ ବ୍ୟାଟେରୀ ସମେତ ଅନେକ ସାମଗ୍ରୀ ଜବତ କରାଯାଇଛି। ଗୁଳି ବିନିମୟରେ ପୁଲିସ ପକ୍ଷରୁ କେହି ମୃତାହତ ହୋଇ ନ ଥିବା ବେଳେ କିଛି ମାଓବାଦୀ ଆହତ ହୋଇ ଥାଇ ପାରନ୍ତି ବୋଲି ଏସପି କହିଛନ୍ତି। ସଂପୃକ୍ତ ଅଞ୍ଚଳରେ କମ୍ବିଂ ଓ ସର୍ଚ୍ଚ ଅପରେସନ ଜାରି ରହିଛି। ଗୁଳି ବିନିମୟ ବେଳେ ୨୦ରୁ ଅଧିକ ମାଓବାଦୀ ରହିଥିବା ପୁଲିସ ଅନୁମାନ କରିଛି। ଏହି ଗୋଷ୍ଠୀକୁ କେକେବିଏନ ଓଡିଶା କ୍ୟାଡରର ନେତା ଦାସୁର ନେତୃତ୍ୱ ନେଉଥିବା ସନ୍ଦେହ କରାଯାଉଛି ବୋଲି ଏସପି ଅଗ୍ରୱାଲ ସୂଚନା ଦେଇଛନ୍ତି। ଛତିଶଗଡଠାରେ ନିକଟରେ ଘଟିଥିବା ମାଓ ଆକ୍ରମଣ ପରିପ୍ରେକ୍ଷୀରେ ଜିଲାର ପ୍ରତ୍ୟେକ ସମ୍ବେଦନଶୀଳ ଅଞ୍ଚଳରେ ପୁଲିସକୁ ହାଇ ଆଲର୍ଟରେ ରଖାଯାଇଛି। ପ୍ରତି କ୍ଷେତ୍ରରେ ପୁଲିସ୍‍ ସଜାଗ ରହିଛି ବୋଲି ଏସ୍‍.ପି ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026

You Might Also Like