-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||     

HOME   ଜିଲ୍ଲା

କରୋନା ସ୍ଥିତି ଅସମ୍ଭାଳ: ଶ୍ମଶାନରେ ଲମ୍ବା ଲାଇନ୍‌, ଶୀଘ୍ର ଅନ୍ତିମ ସଂସ୍କାର ପାଇଁ ହେଉଛି ଲାଞ୍ଚ କାରବାର

11-Apr-2021



ସୁରଟ(ପ୍ରେରଣା ଖବର ବ୍ୟୁରୋ) : କରୋନା ଭୂତାଣୁ ସଂକ୍ରମଣ ହୁ ହୁ ହୋଇ ବଢ଼ିଚାଲିଛି। ସୁରଟରେ ସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ମୃତକଙ୍କ ସଂଖ୍ୟା ଲଗାତାର ବୃଦ୍ଧି ପାଉଥିବା ବେଳେ ଶବ ସତ୍କାର ପାଇଁ ଜାଗା କମ୍‌ ପଡ଼ୁଥିବା ଅଭିଯୋଗ ହେଉଛି। ଏପରିକି ଶ୍ମଶାନରେ ଭିଡ଼ି ଜମୁଥିବା ଦେଖିବାକୁ ମିଳୁଛି। ସବୁଠୁ ଆଶ୍ଚର୍ଯ୍ୟର କଥା ହେଉଛି ଶୀଘ୍ର ଶବଦାହ ପାଇଁ ଲୋକେ ଟଙ୍କା ଦେଉଛନ୍ତି। ଟଙ୍କା ଦେଇ ଶୀଘ୍ର ଶବଦାହ କରାଇ ଲୋକେ କାମ ସାରିବାକୁ ତତ୍ପରତା ପ୍ରକାଶ କରୁଥିବା ନେଇ ଖବର ମିଳିଛି।

ଗୁଜୁରାଟରେ ସବୁଠୁ ଅଧିକ ସଂକ୍ରମଣ ସୁରଟର ବୋଲି ଜଣାପଡ଼ିଛି। କରୋନା ସଂକ୍ରମଣ ହଠାତ ବୃଦ୍ଧି ପାଇବା ପରେ ୧୨ ଜଣିଆ କେନ୍ଦ୍ରୀୟ ଟିମ୍‌ ସୁରଟ ଗସ୍ତ କରି ସ୍ଥିତି ସମୀକ୍ଷା କରିଥିଲେ। ସୁରଟ ସହରର ବରାଛା ଅଞ୍ଚଳରେ ଥିବା ଅଶ୍ବିନିକୁମାର ଶ୍ମଶାନ ଘାଟରେ ଅନ୍ତିମ ସଂସ୍କାର ପାଇଁ ଟୋକନ ନେବାକୁ ପଡ଼ୁଛି। ଟୋକନ ନେବା ପରେ ଲୋକେ ନିଜ ପାଳି ଆସିବା ପର୍ଯ୍ୟନ୍ତ ଅପେକ୍ଷା କରୁଛନ୍ତି। ଟୋକନ ବ୍ୟବସ୍ଥା ଥିବା ସତ୍ବେ କିଛି ଲୋକ ଲାଞ୍ଚ ନେଇ ଅନ୍ତିମ ସଂସ୍କାର କରାଉଥିବା ମଧ୍ୟ ଅଭିଯୋଗ ହୋଇଛି।

ଜଣେ ସାମାଜିକ କର୍ମୀ ନିଜର ପରିଜନଙ୍କ ଅନ୍ତିମ ସଂସ୍କାର କରାଇବା ପାଇଁ ସେଠାକୁ ଯାଇଥିଲେ। ସେଠରେ ସେ ଦେଖିଲେ କିଛି ଲୋକ ଟୋକନ ନେଇ ଶବଦାହ କରିବାକୁ ଅପେକ୍ଷା କରିଥିଲେ। କିନ୍ତୁ ଗୋଟିଏ ପରିବାର ବିନା ଟୋକନ​‌ରେ ସେଠାରେ ଥିଲେ। ସେଠାକର କିଛି କର୍ମଚାରୀ ଜଲଦି ଅନ୍ତିମ ସଂସ୍କାର କରାଇଦେବା ନାଁରେ ଲୋକଙ୍କ ପାଖରୁ ଲାଞ୍ଚ ନେଉଥିବା ନେଇ ସାମାଜିକ କର୍ମୀ ଅଭିଯୋଗ କରିଛନ୍ତି। ୧୫୦୦- ୨୦୦୦ ଟଙ୍କା ଦେଇଦେଲେ ଲୋକଙ୍କୁ ଆଉ ଟୋକନ ନେବାକୁ ପଡ଼ୁନାହିଁ ସେମାନେ ନିଜ କାମ ସାରି ଫେରିଯାଉଥିବା ମଧ୍ୟ ସେ କହିଛନ୍ତି।

କରୋନା ସଂକ୍ରମଣ ଯୋଗୁ ସୁରଟରେ ସ୍ଥିତି ବିଗିଡ଼ିଥିବା ବେଳେ ମୃତକଙ୍କ ସଂଖ୍ୟା ବଢ଼ୁଛି। ତେଣୁ ଶ୍ମଶାନରେ ଏକାସଙ୍ଗେ ୨୫ ଶବ ଦାହ ପାଇଁ ବ୍ୟବସ୍ଥା କରିବାକୁ ସ୍ଥାନୀୟ ପ୍ରଶାସନ ଯୋଜନା କରୁଥିବା ଜଣାପଡ଼ିଛି। କରୋନା ଏବଂ ଅଣ କରୋନା ମୃତକଙ୍କ ଦାହ ପାଇଁ ଶ୍ମଶାନରେ ଲମ୍ବା ଲାଇନ୍‌ ଲାଗୁଛି। ଶନିବାର ରାତିରେ ୨୦ ଜଣଙ୍କ ଅନ୍ତିମ ସଂସ୍କାର କରାଯାଇଛି। ମିଳିଥିବା ସୂଚନା ଅନୁସାରେ ଗତବର୍ଷ ଅପେକ୍ଷା ସୁରଟରେ ୨୦୨୧ରେ ସ୍ଥିତି ଅଧିକ ଅସମ୍ଭାଳ ହୋଇପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026

You Might Also Like