-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||     

HOME   ରାଜ୍ୟ

ହାଇଦର ଫେରାର ନେଇ ନୂଆ ଖୁଲାସା: ବୁର୍ଲା ମେଡିକାଲରୁ ରେଫର ହୋଇନି, ଆଉଟ୍‌ଡୋର କି ଇନଡୋର୍‌ରେ ନାହିଁ ଗ୍ୟାଙ୍ଗଷ୍ଟରର ନାଁ

11-Apr-2021



ଭୁବନେଶ୍ଵର/ସମ୍ବଲପୁର(ପ୍ରେରଣା ଖବର ବ୍ୟୁରୋ): କେନ୍ଦ୍ରାପଡାର ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ସେକ୍‌ ହାଇଦର ଫେରାର ହେବା ଘଟଣାରେ ଆସିଛି ନୂଆ ଟ୍ଵିଷ୍ଟ। ବୁର୍ଲା ଭୀମସାରରୁ କୌଣସି ହସ୍ପିଟାଲକୁ ହାଇଦରର ରେଫର ହୋଇନି। ଏପରିକି ଆଉଟ୍‌ଡୋର, ଇନଡୋର୍‌ରେ ନାହିଁ ଗ୍ୟାଙ୍ଗଷ୍ଟରର ନାଁ। କାଜୁଆଲିଟି ପେସେଣ୍ଟ ରେକର୍ଡରେ ମଧ୍ୟ ହାଇଦରର ନାଁ ନଥିବା କହିଛନ୍ତି ଭୀସାର ଅଧୀକ୍ଷକ ଲାଲମୋହନ ନାୟକ। ଅଧୀକ୍ଷକଙ୍କ ଏହି ସୂଚନା ପରେ ଏବେ ହାଇଦରର ଫେରାର ନେଇ ଅନେକ ପ୍ରଶ୍ନ ଉଠିଛି।

ଯଦି ହାଇଦର ବୁର୍ଲା ବଡ ମେଡିକାଲରୁ ରେଫର ହୋଇନଥିଲା ତେବେ କେଉଁ ଆଧାରରେ ସମ୍ବଲପୁର ଜେଲ୍‌ରୁ କଟକ ବଡ ମେଡିକାଲ ରେଫର କରାଯାଇଥିଲା। ଏମିତି ତାର କଣ ହୋଇଥିଲା ଯେ, ଭୀମସାରରେ ଚିକିତ୍ସା କରାଯାଇ ପାରିନଥିଲା। ହାଇଦର ଏସସିବି ମେଡିକାଲରେ ଚିକିତ୍ସାଧୀନ ଥିବା ବେଳେ ହସ୍ପିଟାଲର ପହରା ବ୍ୟବସ୍ଥାକୁ ଚକ୍‌ମା ଦେଇ ଫେରାର ମାରିବା ପୋଲିସର କାର୍ଯ୍ୟଶୈଳୀକୁ ନେଇ ଲୋକେ ପ୍ରଶ୍ନ ଉଠାଉଛନ୍ତି।

ଖସିଗଲା ପରେ ଏବେ ହାଇଦରର ଖୋଜା ଚାଲିଛି। ରେଲୱେ ଷ୍ଟେସନରେ ଲୋକଙ୍କୁ ହାଇଦରର ଫଟୋ ଦେଖାଇ ପଚରାଉଚରା କରୁଛି ପୋଲିସ । ହାଇଦରକୁ ଧରିବା ପାଇଁ ଓଡିଶା ପୋଲିସର ବଡ ଅପରେସନ୍ ଚଳାଇଛି। ରାଜ୍ୟର ସବୁ ଏସପିଙ୍କୁ ଆଲର୍ଟ କରାଯାଇଛି । ଆଜି ଡିଜି ଅଭୟଙ୍କ ଅଧ୍ୟକ୍ଷତାରେ ମଧ୍ୟ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି। ଏଥିରେ ଏଡିଜି- ଲ ଆଣ୍ଡ ଅର୍ଡର, ଆଇଜି ଇଣ୍ଟେଲିଜେନ୍ସ, ସ୍ପେଶାଲ ସ୍କ୍ୱାର୍ଡ ସାମିଲ ଥିଲେ ।

ହାଇଦରକୁ ଧରିବାକୁ ରାଜ୍ୟରେ ନାକାବନ୍ଦୀ ସହିତ ସିସିଟିଭି ଫୁଟେଜ୍ ଖୋଳତାଡ଼ କରାଯାଉଛି। ସୀମା ସିଲ୍ କରିବାକୁ ସବୁ ଜିଲ୍ଲା ଏସ୍ ପି, ଏସ୍ ଟିଏଫ୍  ଏବଂ କମିଶନରେଟ୍ ପୋଲିସର ଡିସିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏସସିବି ମେଡିକାଲର ବିଭିନ୍ନ ସିସିଟିଭିରୁ କ୍ଲୁ ଖୋଜୁଛି ପୋଲିସ । ଗତ କିଛି ଦିନ ଭିତରେ ହାଇଦରକୁ ଏସସିବି ମେଡିକାଲରେ ଭେଟିଥିବା ଲୋକଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇଛି। ସେପଟେ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ ଆକ୍ସନ ଆରମ୍ଭ ହୋଇଛି । ସମ୍ବଲପୁର ଏସପି ୬ ପୋଲିସ କର୍ମଚାରୀଙ୍କୁ ସସପେଣ୍ଡ କରିଛନ୍ତି। ଏଭିତରେ ଅଛନ୍ତି ଜଣେ ହାବିଲଦାର ଏବଂ ୫ କନେଷ୍ଟବଳ ।

ହାଇଦର ଏକ ଧଳା ରଙ୍ଗର ଗାଡ଼ିରେ ଖସି ଯାଇଥିବା ଜଣାପଡିଛି।  ଏହି ସୁରାଗ ଆଧାରରେ ବିଭିନ୍ନ ସ୍ଥାନରେ ରେଡ୍ କରାଯାଉଛି। ଗତକାଲି ଭୁବନେଶ୍ବର ମଞ୍ଚେଶ୍ବରର ଏକ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଏସବିବି ମେଡିକାଲରେ ହାଇଦରର ସୁରକ୍ଷା ଲାଗି ମୁତୟନ ଥିବା ସୁରକ୍ଷା କର୍ମୀଙ୍କୁ ଜେରା ଚାଲିଛି । SCB ମେଡିକାଲ ନର୍ସଙ୍କ ବୟାନ ମଧ୍ୟ ରେକର୍ଡ କରାଯାଇଛି । ସେପଟେ ସାଧା ପୋଷାକରେ ଜିଆରପି ଓ କମିଶନରେଟ ପୋଲିସ ସାଧାରଣ ଲୋକଙ୍କଠାରୁ ସୁରାଗ ଖୋଜୁଛି । ରାଜ୍ୟର ସବୁ ସୀମା ଏବଂ ରେଳଷ୍ଟେସନ ଉପରେ ନଜର ରଖିଛନ୍ତି ପୋଲିସର ଟିମ୍ ।

ସୂଚନାଯୋଗ୍ୟ, ହାଇଦର ଗତକାଲି ଅପରାହ୍ନରେ ହାଇଦର ଏସ୍‌ସିବି ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ହସ୍ପିଟାଲର ପହରା ବ୍ୟବସ୍ଥାକୁ ଚକ୍‌ମା ଦେଇ ଫେରାର ହୋଇଯାଇଛି। ହାଇଦରର ପହରା ଓ ସୁରକ୍ଷା ଦାୟିତ୍ଵରେ ନିୟୋଜିତ ଥିବା ସମ୍ବଲପୁର ଜେଲ୍‌ର ଗାର୍ଡଙ୍କୁ କିଛି ନିଶା ସାମଗ୍ରୀ  ଖୁଆଇ, ପିଆଇ କିମ୍ବା ସୁଙ୍ଘାଇ ସେ ଚମ୍ପଟ୍ ମାରିଥିବା କୁହାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026

You Might Also Like