-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ଜିଲ୍ଲା

ମ୍ୟାଲେରିଆ ମୁକ୍ତ ହେବ କନ୍ଧମାଳ ଜିଲ୍ଲା

26-Apr-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ):  ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ କନ୍ଧମାଳ ଜିଲାପାଳ ଡ଼.ବୃନ୍ଦା.ଡ଼ିଙ୍କ ଅଧ୍ୟକ୍ଷତାରେ ଏକ ଭରଚୁଆଲ୍‍ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ କନ୍ଧମାଳ ଜିଲାକୁ ମ୍ୟାଲେରିଆ ମୁକ୍ତ କରିବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। କୋଭିନ୍‍ ନିୟମ ପ୍ରକାରେ ଜିଲାର ସମସ୍ତ ଅଞ୍ଚଳରେ ମ୍ୟାଲରିଆ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବାକୁ ଆହ୍ୱାନ ଦେଇଥିଲେ। ଶୂନ୍ୟ ମ୍ୟାଲେରିଆ ଲକ୍ଷ ହାସଲ ପାଇଁ ସବୁ ବିଭାଗର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତ ଦେଇଥିଲେ। ଜିଲା ସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ.ରାଜଶ୍ରୀ ପଟନାୟକ ସମସ୍ତଙ୍କ ସହଯୋଗ କାମନା କରିବା ଜିଲାକୁ ମ୍ୟାଲେରିଆ ମୁକ୍ତ ପାଇଁ ଅନୁରୋଧ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ମ୍ୟାଲେରିଆ ଅଧିକାରୀ ଡ଼.ପ୍ରଭାକର ସାହୁ ବିିଭିନ୍ନ ତଥ୍ୟ ପ୍ରଦାନ କରିଥିଲେ। ଜିଲା ଭେକ୍ଟର ବାହିତ ରୋଗ ପରାମର୍ଶଦାତା କୁମୁଦ ଚନ୍ଦ୍ର ସାହୁ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ବୁଝାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ, ବନ ବିଭାଗର ଅଧିକାରୀ, ଜିଲା ମଙ୍ଗଳ ଅଧିକାରୀ, ଡ଼ିପିଏମ୍‍ଙ୍କ ଭଳି ବହୁ ଅଧିକାରୀ ସମେତ ବହୁ ସ୍ୱେଚ୍ଛାସେବୀ ସଂଗଠନର କର୍ମକର୍ତ୍ତାମାନେ ଏଥିରେ ସାମିଲ୍‍ ହୋଇଥିଲେ। ଆଜି ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଜିଲାର ବିିଭିନ୍ନ ଅଞ୍ଚଳରେ କୋଭିଡ଼୍‍ ନିୟମ ପ୍ରକାର ମଧ୍ୟ ବିଭିନ୍ନ ପ୍ରକାର ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।


News Comment