-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||     

HOME   ଜିଲ୍ଲା

ପରିବାର ନିୟୋଜନ ସଚେତନତା ପକ୍ଷରେ ସଚେତନତା ରଥର ଶୁଭାରମ୍ଭ

10-Jul-2021




ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) :ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ପରିବାର ନିୟୋଜନ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ସ୍ଵାସ୍ଥ୍ୟକେନ୍ଦ୍ର ର ଡାକ୍ତର ପୂଜାଶ୍ରୀ ମିଶ୍ର ସବୁଜ ପତାକା ଦେଖାଇ ଏହି ରଥର ଶୁଭାରମ୍ଭ କରିଥିଲେ। ଏହି ରଥ ଆଗାମୀ ପନ୍ଦର ଦିନ ଯାଏଁ ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧୀନସ୍ଥ ବିଭିନ୍ନ ଗ୍ରାମାଞ୍ଚଳରେ ବୁଲି ଲୋକଙ୍କୁ ପରିବାର ନିୟୋଜନ ଉପରେ ସଚେତନତା କରାଇବ। ଏଠାରେ ସୂଚନା ଯୋଗ୍ୟଯେ ଜୁଲାଇ ୧୧ ତାରିଖ କୁ ବିଶ୍ଵ ବ୍ୟାପି ବିଶ୍ଵ ଜନସଂଖ୍ୟା ଦିବସ ଭାବେ ପାଳନ କରାଯାଏ। ଆମ ଦେଶରେ ମଧ୍ୟ ଜନସଂଖ୍ୟା ବୃଦ୍ଧିରେ ସ୍ଥିରତା ଆଣିବା ପାଇଁ ଏହି ଦିବସ ପାଳନ କରାଯାଏ। ତେବେ ଜୁନ ୨୭ ତାରିଖରୁ ଜୁଲାଇ ୧୦ ତାରିଖ ଯାଏଁ ସଚେତନତା ପକ୍ଷ ପାଳନ କରାଯାଉଥିବା ବେଳେ ଜୁଲାଇ ୧୧ ତାରିଖରୁ ଜୁଲାଇ ୨୪ ତାରିଖ ଯାଏଁ ସ୍ଥିରତା ପକ୍ଷ ପାଳନ କରାଯାଉଛି। ସଚେତନତା ପକ୍ଷରେ ବ୍ଲକସ୍ତରୀୟ ସ୍ଵାସ୍ଥ୍ୟ କର୍ମୀମାନଙ୍କୁ ପ୍ରଶିକ୍ଷଣ, ସେକ୍ଟରସ୍ତର ରେ ଆଶାମାନଙ୍କୁ ପ୍ରଶିକ୍ଷଣ, ବେନର୍, ହୋଡିଂ, ପୋଷ୍ଟର ପ୍ରଦର୍ଶନ, ଲିଫଲେଟ୍ ବଣ୍ଟନ, ସ୍ଵାସ୍ଥ୍ୟକାନ୍ଥରେ ବାର୍ତ୍ତା ଲିଖନ, ଘରକୁ ଘର ବୁଲି ବ୍ୟକ୍ତିଗତ ଯୋଗାଯୋଗ ଆଦି ବ୍ୟାପକ ସଚେତନାମୂଳକ ପଦକ୍ଷେପ ନିଆଯାଇଛି। ସ୍ଥିରତା ପକ୍ଷରେ ଉପଯୁକ୍ତ ହିତାଧିକାରୀଙ୍କୁ ପରିବାର ନିୟୋଜନ ସେବା ପ୍ରଦାନ କରିବାର ଯୋଜନା କରାଯାଇଛି । ବ୍ଲକସ୍ତରରେ ୬୦ ମହିଳା ଗର୍ଭ ନିରୋଧକ ଅସ୍ତ୍ରୋପଚାର, ୩ ପୁରୁଷ ପରିବାର ନିୟୋଜନ ଅସ୍ତ୍ରୋପଚାର, ୬୦ ଆୟୁସିଡି, ୮୦ ଅନ୍ତରା ସହ ଓପି, ସିସି ଏବଂ ଇସି ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ଅବସରରେ ସଚେତନତା ରଥ ଲୋକଙ୍କୁ ପରିବାର ନିୟୋଜନ ସମ୍ଵନ୍ଧୀୟ ସୂଚନା ଦେବାରେ ବିଶେଷ ସହାୟକ ହେବ ବୋଲି ବିଚାର କରାଯାଉଛି। ସମସ୍ତ କାର୍ଯ୍ୟକ୍ରମଟିକୁ ଜନସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ସଂଯୋଜନା କରିଥିବା ବେଳେ ଆୟୁଷ ଡାକ୍ତର ପ୍ରମୋଦ ମେହେର, ସ୍ଵାସ୍ଥ୍ୟ ପରିଦର୍ଶକ ଶାନ୍ତ୍ଵନୁ ମେହେର, ଏଲଏଚଭି ଏଡିଥ୍ ଖାଲକୋ, ଏଏନଏମ ରଂଜିତା ପଣ୍ଡା, କଲ୍ୟାଣୀ ସାହୁ ପ୍ରମୂଖ ଉପସ୍ଥିତ ଥିଲେ। ସ୍ଵାସ୍ଥ୍ୟକେନ୍ଦ୍ର ର ସୀତୁ ସାହୁ, ତୟୁର ମହମ୍ମଦ, କୃଷ୍ଣଚନ୍ଦ୍ର ଚିନ୍ଦା, ମିତ୍ରଭାନୁ ପଧାନ ପ୍ରମୂଖ କାର୍ଯ୍ୟକ୍ରମ ଆୟୋଜନରେ ସାହାଯ୍ୟ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026

You Might Also Like