-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||     

HOME   ଜିଲ୍ଲା

ବାସୁ ଫାଉଣ୍ଡେସନ୍ ପକ୍ଷରୁ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘକୁ  କରୋନା ଉପକରଣ ପ୍ରଦାନ-     ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବଲାଙ୍ଗିର ଜିଲ୍ଲା ସମ୍ବାଦିକ ସଂଘକୁ ସଂପୁର୍ଣ୍ଣ ଆତ୍ମନିର୍ଭର କରାଯିବ - ସଭାପତି 

13-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ଜର୍ଣ୍ଣାଲିଷ୍ଟ ୱେଲ୍‌ଫେୟାର ଟ୍ରଷ୍ଟ ପକ୍ଷରୁ ଗ୍ରହଣ କରାଯାଇଥିବା ସମ୍ବାଦିକ ସ୍ୱାସ୍ଥ୍ୟ ସେବା ଦିଗରେ ସହାୟତାର ହାତ ବଢ଼ାଇଛି ବାସୁ ଫାଉଣ୍ଡେସନ୍ । ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ବାସୁ ଫାଉଣ୍ଡେସନ୍ ପକ୍ଷରୁ ଆଜି ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ଜର୍ଣ୍ଣାଲିଷ୍ଟ ୱେଲ୍‌ଫେୟାର ଟ୍ରଷ୍ଟକୁ ୨ଟି ଅକ୍ସିଜେନ୍ କନ୍‌ସେନ୍‌ଟ୍ରେଟର ସହ ୫୦୦ମାକ୍ସ, ୨ଟି ଥର୍ମାଲ ଗନ୍ ଓ ଅକ୍ସି ମିଟର ପ୍ରଦାନ କରାଯାଇଛି । ସ୍ଥାନୀୟ ସାମ୍ବାଦିକ ଭବନଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଲନୀରେ ବାସୁ ଫାଉଣ୍ଡେସନର ନିର୍ଦ୍ଦେଶକ ପ୍ରଶାନ୍ତ ପ୍ରଧାନ ଯୋଗଦାନ କରି କରୋନା ମହାମାରୀ କାଳରେ ଆଗଧାଡିର କରୋନା ଯୋଦ୍ଧା ସାମ୍ବଦିକମାନଙ୍କ ଜୀବନ ରକ୍ଷା କରିବା ପାଇଁ ସମସ୍ତଙ୍କୁ ଆହ୍ୱାନ କରିଛନ୍ତି । ବାସୁ ଫାଉଣ୍ଡେସନ ତରଫରୁ ସମାଜର ବିଭିନ୍ନ ବର୍ଗର ସ୍ୱାସ୍ଥ୍ୟ ସେବା ଦିଗରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ସେହିକ୍ରମରେ ଆଜି ବଲାଙ୍ଗିର ଜିଲ୍ଲା ସମ୍ବାଦିକ ସଂଘକୁ ବାସୁ ଫାଉଣ୍ଡେସନ ପକ୍ଷରୁ ବିଭିନ୍ନ କରୋନା ଉପକରଣ ପ୍ରଦାନ କରାଯାଇଛି ବୋଲିି କହିଛନ୍ତି । ଅନ୍ୟପକ୍ଷରେ ଜିଲ୍ଲାର ସମ୍ବାଦିକମାନଙ୍କ ସୁରକ୍ଷା ଦିଗରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ମଧ୍ୟ ଅନେକ ବଳିଷ୍ଠ ପଦକ୍ଷେପ ଗ୍ରହଣ କରାଯାଉଛିି । ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ଜର୍ଣ୍ଣାଲିଷ୍ଟ ୱେଲ୍‌ଫେୟାର ଟ୍ରଷ୍ଟ ତିଆରି କରାଯାଇ କାର୍ଯ୍ୟରତ ସମ୍ବାଦିକ ମାନଙ୍କୁ ସହାୟତା ପାଇଁ ବିଭିନ୍ନ ସଂଗଠନର ସହଯୋଗ ନିଆଯାଉଛି । ଜିଲ୍ଲା ସଂଘର ଅନୁରୋଧ କ୍ରମେ ଆଜି ବାସୁ ଫାଉଣ୍ଡେସନ ସାମ୍ବାଦିକମାନଙ୍କ ସହଯୋଗ ପାଇଁ ଆଗେଇ ଆସିଛି । ସେହିପରି କିଛି ଦିନ ତଳେ ଲଳୀତ ନାୟକ ସ୍ମୃତି କମିଟି ପକ୍ଷରୁ ଜର୍ଣ୍ଣାଲିଷ୍ଟ ୱେଲ୍‌ଫେୟାର ଟ୍ରଷ୍ଟକୁ ୨୧ ହଜାର ଟଙ୍କାର ସହେଯାଗ ରାଶି ପ୍ରଦାନ କରିଛି । ଆଗାମୀ ଦିନରେ ବିଭୀନ୍ନ ସଂଗଠନର ସହେଯାଗ କ୍ରମେ ସ୍ୱାସ୍ଥ୍ୟ କ୍ଷେତ୍ରରେ ସମ୍ବାଦିକ ସଂଘକୁ ଆତ୍ମ ନିର୍ଭର କରାଯିବ ବୋଲି ସଂଘର ସଭାପତି ଶ୍ରୀ ପୁଜାରୀ ନିଜ ବକ୍ତବ୍ୟରେ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସଭାପତି ଶ୍ରୀ ପୁଜାରୀଙ୍କ ସହିତ ବାସୁ ଫାଉଣ୍ଡେସନର ନିର୍ଦ୍ଦେଶକ ପ୍ରଶାନ୍ତ ପ୍ରଧାନ, ପ୍ରତିଷ୍ଠାତା ସଦସ୍ୟ ସତ୍ୟନାରାୟଣ ବେହେରା, ସାଧାରଣ

ସମ୍ପାଦକ ବଳରାମ ମିଶ୍ର, ଉପସଭାପତି ଆନନ୍ଦ ଚନ୍ଦ୍ର ସାହୁ ଓ ସାଙ୍ଗଠାନିକ ସମ୍ପାଦକ ଶରତ ଚନ୍ଦ୍ର ମିଶ୍ର ସମ୍ମିଳନୀରେ ମଂଚାସୀନ ଥିବାବେଳେ ବାସୁ ଫାଉଣ୍ଡେସନ ର ପ୍ରତ୍ୟୁଶ ପଣ୍ଡା ଓ ସମ୍ବାଦିକ ୍େୱଓଲ ଫେଆର ଟ୍ରଷ୍ଟର ଅଧ୍ୟକ୍ଷ ସତ୍ୟ ସୁନ୍ଦର ଭଞ୍ଜ ଭର୍ଚୁଏଲ ମାଧ୍ୟମରେ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ସାମ୍ବାଦିକ ନବୀନ ପଶାୟତ, ସୁଧୀର ମିଶ୍ର, ଗୋପାଲ ପଧାନ, ଶରତ ମହାକୁର, ସନ୍ଦିପ କୁାମର କୁଅଁର, ମୁକେଶ ବହିଦାର, ଅଭିଲାସ ହୋତା, ବିଭୁକଲ୍ୟାଣ ଗଡତ୍ୟା, ରାଜୀବ ଷଢ଼ଙ୍ଗୀ, ସେକ୍ ମହମ୍ମଦ ୱାହିଦ, ଦେବାଶିଷ ମିଶ୍ର, ମହେନ୍ଦ୍ର ପ୍ରଧାନ, ବାରଣ ଭୁୟାଁ, ନୁତନ ମିଶ୍ର, ସଚି ବଗର୍ତ୍ତୀ, ନିରୋଜ ମିଶ୍ର,ଚିତ୍ତରଂଜନ ସାହୁ, ଗୁପ୍ତେଷର ପୃଷ୍ଟି, ସୁଶାନ୍ତ ଠାକୁର, ଚିତ୍ରସେନ ବେହେରା ପ୍ରମୁଖ ସମ୍ମିଳନୀରେ ଯୋଗଦାନ କରିଥିଲେ । ଶେଷରେ ଉପସଭାପତି ଶ୍ରୀ ସାହୁ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026

You Might Also Like