-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||     

HOME   ଜିଲ୍ଲା

ବ୍ୟାପକ ବେଆଇନ କାର୍ଯ୍ୟକଳାପ ଉପରେ ରୋକ ଲଗାଇବାକୁ ଦାବୀ

15-Jul-2021



ଟିଟିଲାଗଡ,(ପ୍ରେରଣା ଖବର) : ଦିନକୁ ଦିନ ଟିଟିଲାଗଡ ଅଞ୍ଚଳରେ ବେଆଇନ କାରବାର ବୃଦ୍ଧି ପାଇବାରେ ଲାଗିଛି । ସହରରେ ଦେଶୀ,ବିଦେଶୀ ମଦ ବିକ୍ରି,ବିଭିନ୍ନ ସ୍ଥାନରେ ଜୁଆଖେଳ, ସଟାଖେଳ, ଦେହ ବ୍ୟବସାୟ,ଚୋରୀ, ରାହା ଜାନୀ, ଡକାୟତି ସହ ବିଭିନ୍ନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ନେଇ ଜନ ଅସନ୍ତୋଷ ବୃଦ୍ଧି ପାଉଛି  । ବିଶେଷ କରି ଦେଶୀ,ବିଦେଶୀ ମଦ ବିକ୍ରି ଓ ମାତ୍ରାଧିକ ଭାବେ ଦେଶୀ ମଦ ଘରେଘରେ କୁଟୀର ଶିଳ୍ପ ପରି ବିକ୍ରି କରି ଦୋକାନୀ ବେଶ ଲାଭବାନ ହେଉଥିବା ବେଳେ ଜରି ପ୍ୟାକେଟରେ ବତକ ଓ ମାଛ ଚିହ୍ନ ଥିବା ମଦ ରେ ଅଧିକ ଲାଭ ପାଇଥାନ୍ତି । ମାଛ ଚିହ୍ନ ଥିବା ମଦ ପ୍ୟାକେଟ ୩୦ ଟଙ୍କାରେ ବେଆଇନ ଭାବେ କୁଚିଆ ଦୋକାନୀ ଆଣି ୬୦ ଟଙ୍କା ରେ ବିକ୍ରି କରିଥାନ୍ତି । ସେହିପରି ବତକ ଚିନ୍ହ ଥିବା ମଦ ପ୍ୟାକେଟ ୨୦ ଟଙ୍କାରେ ଭାଟି ରୁ ଆଣି ୪୦ ଟଙ୍କା ରେ ବିକ୍ରି କରିଥାନ୍ତି । ଏହି ପ୍ୟାକେଟ ମାଦ କୁ ଅଧିକ ନିଶା ଯୁକ୍ତ କରିବା ପାଇଁ ୟୁରିଆ ସାର ମିସାଯାଉଥିବା ଅଭିଯୋଗ ବାରମ୍ବାର ହୋଇ ଆସୁଛି । ଲୋକେ  ପିଇ ଅଭ୍ୟସ୍ତ ହୋଇଯାଉ ଥିବା ବେଳେ ମଦ ପିଇ କିଛି ନ ଖାଇବା ଓ ଦୁଇ ତିନି ମାସ କ୍ରମାଗତ ପାଇ ଗୁରୁତର ଅସୁସ୍ଥ ହୋଇଯିବା ନିୟମିତ ଦେଖାଯାଉଛି । ଏପରି ଅନେକ ମୃତ୍ୟୁର ଶିକାର ହୋଇଚାଲିଛନ୍ତି । ଏହି ମଦ କାରବାର ତଥା ଜୁଆ ଖେଳ ଓ ଏକ ଟଙ୍କା ରେ ୮୦ ଟଙ୍କା ପାଇବା ଲୋଭରେ ସ୍କୁଲ, କଲେଜ ଛାତ୍ରଛାତ୍ରୀ ଙ୍କ ଠୁ ନେଇ ସବୁ ବର୍ଗର ଲୋକେ ଖେଳରେ ଅଭ୍ୟସ୍ତ ରହିବା ଦେଖାଯାଉଛି । ଖୋଲାଖୋଲି ଭାବେ ଏହି ସବୁ କାରବାର  ଚାଲିବା ସହ ଅନୁରୂପ ଭାବେ ସହର ଓ ଆଖପାଖ ଅଞ୍ଚଳରେ ଏହି ବେଆଇନ କାରବାର ଯୋଗୁଁ ସାଧାରଣ ଜନଜୀଵନ ଅସ୍ତବ୍ୟସ୍ତ ହୋଇପଡୁଥିବା ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ଦେଖା ଦେଇଛି । ଏ ନେଇ ବିଭାଗୀୟ ପ୍ରଶାସନ ପକ୍ଷରୁ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ ନ କରିବା ପେଟ୍ରୋଲିଂ ନ ହେବା ଯୋଗୁଁ ଏହି ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଉଛି । ଟିଟିଲାଗଡ ସହରର ହାଟପଦା ପଡା,ସିରଭଟା ପଡା,ବ୍ଲକପଡା, ଝାଙ୍କର ପଡା,ଦେଉବନ୍ଦପଡା,ସର୍ଗିଗୁଡା, ମଦ ଭାଟିପଡା,ହାଇସ୍କୁଲ ପଡା,ମାଲଗୋଦାମ ପଡା ପରି ଅନେକ ସ୍ଥାନରେ ଖୋଲା,ଖୋଲି ଦେଶୀ ମଦ ବେଆଇନ ଭାବେ ଭାଟି ରୁ ଆଣି ଘରେ,ଘରେ କୁଟୀର ଶିଳ୍ପ ପରି ବିକ୍ରି ଚାଲୁଥିବା ଓ ଅଧିକ ଲାଭ ଯୋଗୁଁ ବିକ୍ରି କରି ବେଶ ଲାଭବାନ ହେଉଥିବା ବେଳେ ପିଇବା ଲୋକ ର ଅକାଳ ମୃତ୍ୟୁ ଘଟୁଛି । ଜୁଆଖେଳ ସହ ଅନୁରୂପ ଭାବେ ସଟା ଏଜେଣ୍ଟ ଓ ଗଦିଦାର  ବେଧଡ଼କ ଏହି ଖେଳ ରେ ଅର୍ଥ ରୋଜଗାର କରି ଆସୁଛନ୍ତି । ଏହି ସଟା ମହିଳା ଓ ଛାତ୍ର, ମନ୍ଧ୍ୟ ଖେଳିବା ରେ ଅବ୍ୟସ୍ତ ଅଛନ୍ତି । ଫଳରେ ସହରରେ ନାନା ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ଯୋଗୁଁ ରାସ୍ତାରେ ମହିଳା ଓ ସାଧାରଣ ଚାଲିବା ସୁରକ୍ଷିତ ମନେ କରୁନାହାନ୍ତି । ବିଗତ ଦିନରେ କିଛି ଅସାମାଜିକ ଯୁବକ ନିଜକୁ ପୋଲିସ ବୋଲି ପରିଚୟ ଦେଇ ଲୁଟ,ତରାଜ,ଠକେଇ କରି ଆସୁଥିବା ବେଳେ ଏ ନେଇ ଟିଟିଲାଗଡ ଥାନାରେ କେତୋଟି ମାମଲା ରୁଜ୍ଜୁ ହୋଇଥିବା ସତ୍ୱେ ପୋଲିସ ଆଜି ସୁଦ୍ଧା ଗିରଫ କରି ପାରିନାହିଁ । ପ୍ରକାଶ ଯେ ସହର ରେ ମାତ୍ରାଧିକ ଭାବେ ଏହି ବେଆଇନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ନେଇ ତୁରନ୍ତ ନୂତନ ଥାନା ଅଧିକାରୀ ଭାବେ ଯୋଗ ଦେଇଥିବା ରଞ୍ଜନ ବରିହା ତଥା ଟିଟିଲାଗଡ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ବିଭିନ୍ନ ମହଲ ରୁ ଦାବୀ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026

You Might Also Like