-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ରାଜ୍ୟ

ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କ ରାଉରକେଲା ଗସ୍ତ: ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

18-Aug-2021



ରାଉରକେଲା,(ପ୍ରେରଣା ଖବର) :: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିଦ୍ଦେର୍ଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ‌୍‍, ଜାତୀୟ ସ୍ବାସ୍ଥ୍ୟ ମିଶନ, ଓଡ଼ିଶା ନିର୍ଦ୍ଦେଶିକା ଶ୍ରୀମତୀ ଶାଳିନୀ ପଣ୍ଡିତ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ତଥା କ୍ରୀଡ଼ା ବିଭାଗ ସଚିବ ଶ୍ରୀ ଆର. ଭିନିଲ‌୍‍ କ୍ରିଷ୍ଣା ଆଜି ରାଉରକେଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି୤ 

ଏ ହି ଉଚ୍ଚ ପ୍ରତିନିଧି ଦଳ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ, ଫୁଟବଲ‌୍‍ ଖେଳ ସହ ଆଥ‌୍‍ଲେଟିକ୍ସ ପାଇଁ ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ସହିତ ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମ‌୍‍ କାର୍ଯ୍ୟ ବୁଲି ଦେଖିଛନ୍ତି୤

ଏହା ସହିତ ରାଉରକେଲାର ବସ୍ତି ବାସିନ୍ଦାଙ୍କ ଥଇଥାନ ପାଇଁ ତିଆରି ହେଉଥିବା ବାସୋପଯୋଗୀ ପ୍ରକଳ୍ପସ୍ଥଳ ମଧ୍ୟ ଅନୁଧ୍ୟାନ କରିଛନ୍ତି୤ 

ବିଭିନ୍ନ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରିବା ପରେ ଏହି ଟିମ‌୍‍ ସୁନ୍ଦରଗଡ଼ ଜିଲ୍ଲାପାଳ, ରାଉରକେଲା ଏଡିଏମ‌୍‍ ତଥା ମହାନଗର ନିଗମ କମିଶନର ଏବଂ ଅନ୍ୟ ଅଧିକାରୀମାନଙ୍କ ସହ ବିମାନବନ୍ଦରଠାରେ ସମୀକ୍ଷା କରିଥିଲେ୤ସମୀକ୍ଷା ପରେ ମୁଖ୍ୟ ଶାସନ ସଚିବ କହିଥିଲେ ଯେରାଉରକେଲାରେ ନିର୍ମାଣାଧୀନ ଅନ୍ତର୍ଜାତୀୟ ହକି  ଷ୍ଟାଡିୟମକୁ ୨୦୨୨ ଜୁଲାଇ ସୁଦ୍ଧା ପ୍ରସ୍ତୁତ କରିବାକୁ ଲକ୍ଷ୍ୟ ରହିଛି୤  ଏହାଛଡ଼ା ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର ବ ନିର୍ମାଣ କାମ  ମଧ୍ୟ ଶେଷ ପର୍ଯାୟରେ ପହଞ୍ଚି ଛି ।୤ ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ଫୁଟବଲ ଖେଳ ସହ ଆଥଲେଟିକ‌୍‍ ପାଇଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ୤ ସେଠାରେ ୪୦୦ ମିଟର ବିଶିଷ୍ଟ ଆଥଲେଟିକ‌୍‍ ଟ୍ରାକ‌୍‍ ନିର୍ମାଣ କରାଯାଉଛି୤ ଏତଦବ୍ୟତୀତ ସ୍ମାର୍ଟ ସିଟି ଅଧୀନରେ ମଧ୍ୟ ଅନେକ ପ୍ରକଳ୍ପ ଚାଲିଛି୤ ତେଣୁ ବିଶ୍ବକପ‌୍‍ ହକିକୁ ଦୃଷ୍ଟିରେ ରଖି ରାଉରକେଲାରେ ଚାଲିଥିବା ବିଭିନ୍ନ ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି”, ସେହିପରି

ଏୟାରପୋର୍ଟ ଅଥରିଟି ଅଫ‌୍‍ ଇଣ୍ଡିଆ ପକ୍ଷରୁ ରାଉରକେଲା ଏୟାରପୋର୍ଟର ସଂପ୍ରସାରଣ କାର୍ଯ୍ୟ ଜାରି ରହିଛି । ସେଠାରେ ଟର୍ମିନାଲ ବିଲ୍ଡିଂ ମଧ୍ୟ ନିର୍ମାଣ କରାଯିବ୤ ଏହାକୁ ଆଗାମୀ ୨୦୨୨ ମେ' ମାସ ସୁଦ୍ଧା ଶେଷ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି୤ଛ ଣ୍ଡଠାରେ ତିଆରି ହେଉଥିବା ସାଇନ୍ସ ପାର୍କ ଓ ପ୍ଲାନେଟାରିୟମ କାର୍ଯ୍ୟ ଆସନ୍ତା ବର୍ଷ ଜୁନ‌୍‍ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି

ଏହି ଗସ୍ତ ଅବସରରେ ମୁଖ୍ୟ ଶାସନ ସଚିବ ଓ,5Tସଚିବ   ରାଉରକେଲାରେ କୋଭିଡ‌୍‍ ପରିସ୍ଥିତିର ସମୀକ୍ଷା କରିଥିଲେ୤ ଗଣମାଧ୍ୟମକୁ ମୁଖ୍ୟ ଶାସନ ସଚିବ କହିଥିଲେ ଯେ, “ବର୍ତ୍ତମାନ ରାଉରକେଲାରେ ଜେ ପି ହସ୍ପିଟାଲକୁ ସରକାରୀ କୋଭିଡ‌୍‍ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ ରଖାଯାଇଛି୤ ସେହିପରି ସୁନ୍ଦରଗଡ଼ରେ ଏନଟିପିସି କୋଭିଡ‌୍‍ ସ୍ବାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ ରହିଛି ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ପ୍ରଶାସନ ସବୁ ଦୃଷ୍ଟିରୁ ପ୍ରସ୍ତୁତ ରହିଛି’’, ।

ଏହି ସଚିବସ୍ତରୀୟ ପ୍ରତିନିଧି ଦଳ ପ୍ରଥମେ ବିପିୟୁଟି କ୍ୟାମ୍ପସରେ ନିର୍ମାଣ ଚାଲିଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର କାର୍ଯ୍ୟ ବୁଲି ଦେଖିଥିଲେ୤ ନିର୍ଦ୍ଧାରିତ ସମୟ ଅନୁଯାୟୀ ସମସ୍ତ କାର୍ଯ୍ୟ ଯେପରି ସମ୍ପାଦନ କରାଯିବ ସେଥିପାଇଁ ମୁଖ୍ୟ ଶାସନ ସଚିବ ସ୍ଥାନୀୟ ପ୍ରଶାସନକୁ ନିଦ୍ଦେର୍ଶ ଦେଇଥିଲେ୤ ୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ବକପ‌୍‍ ଭୁବନେଶ୍ବର ସହିତ ରାଉରକେଲାର ଏହି ଷ୍ଟାଡିୟମରେ ଆୟୋଜନ କରାଯିବ୤ ଏକାସାଙ୍ଗରେ ଏଠାରେ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ୤ହକି ସହିତ ବିଭିନ୍ନ କ୍ରୀଡ଼ାର ବିକାଶ ଲାଗି ସହରରେ ଯେଉଁ ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣ କରାଯାଉଛି ତାହା ସ୍ମାର୍ଟ ସିଟି ରାଉରକେଲାକୁ ଆଗାମୀ ଦିନରେ ଦେଶର ଏକ ପ୍ରମୁଖ କ୍ରୀଡ଼ା ହବ‌୍‍ ଭାବେ ପରିଚିତ କରାଇବ୤ପାନପୋଷଠାରେ ବ୍ୟାଡମିଣ୍ଟନ ଏବଂ ଲନ‌୍‍ ଟେନିସ‌୍‍ ଖେଳର ପ୍ରସାର ପାଇଁ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ନିର୍ମାଣ କରାଯାଉଛି

ଏଠାରେ ୩ଟି ଇନଡୋର ବ୍ୟାଡ‌୍‍ମିଣ୍ଟନ କୋର୍ଟ ସହିତ ଆଉଟଡୋର ଲନ‌୍‍ ଟେନିସ‌୍‍ କୋର୍ଟ ରହିଛି

ଖେଳାଳିମାନଙ୍କ ଫିଟନେସ‌୍‍ ପାଇଁ ଅତ୍ୟାଧୁନିକ ଜିମ‌୍‍ର ବ୍ୟବସ୍ଥା କରାଯାଉଛି l ସେହିପରି ଫୁଟବଲ ଖେଳ ସହ ଆଥ‌୍‍ଲେଟିକ୍ସ ପାଇଁ ବିର୍ସା ମୁଣ୍ଡା ଷ୍ଟାଡିୟମ ତିଆରି କରାଯାଉଛି୤

ସଚିବସ୍ତରୀୟ ପ୍ରତିନିଧି ଦଳ ଏହି ଦୁଇଟି ପ୍ରକଳ୍ପସ୍ଥଳ ବୁଲି ଏହାର ଅଗ୍ରଗତି ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରିଥିଲେ୤

ସହରାଞ୍ଚଳର ଗରିବ ବସ୍ତି ବାସିନ୍ଦାଙ୍କୁ ବାସୋପଯୋଗୀ ଘର ଯୋଗାଇଦେବା ସରକାରଙ୍କ ଲକ୍ଷ୍ୟ୤ ତେଣୁ ରାଉରକେଲାରେ ଏଥିପାଇଁ ଅତି ସ୍ବଳ୍ପ ମୂଲ୍ୟରେ ଘର ଯୋଗାଇ ଦେବାକୁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଛି୤ ଏହି ପ୍ରତିନିଧି ଦଳ ଆଜି ଛେଣ୍ଡଠାରେ ପ୍ରାୟ ୫ ଏକର ଜମିରେ ଚାଲିଥିବା ଏହି ଆବାସ ନିର୍ମାଣ କାର୍ଯ୍ୟ ବୁଲି ଦେଖିଥିଲେ୤ ରାଉରକେଲା ମହାନଗର ନିଗମ ଅଞ୍ଚଳରେ ୫ଟି ପ୍ରକଳ୍ପ କରାଯାଉଛି, ଯେଉଁଠି ବସ୍ତି ବାସିନ୍ଦାଙ୍କ ପାଇଁ ପ୍ରାୟ ୩ ହଜାର ଘର ନିର୍ମାଣ କରାଯିବ୤ ଏହି ଗସ୍ତ ବେଳେ ୫ଟି ସଚିବ କହିଥିଲେ ଯେ, ଯେତେଶୀଘ୍ର ସମ୍ଭବ ହିତାଧିକାରୀମାନଙ୍କୁ ସେମାନଙ୍କ ପାଇଁ ନିର୍ଦ୍ଧାରିତ ଘର ଚିହ୍ନଟ କରି ଜଣାଇ ଦେବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ ।

ଯାହା୤ ଫଳରେ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ହିତାଧିକାରୀମାନେ ନିଜ ନିଜ ଘରର ଗୁଣାତ୍ମକ ମାନ ତଦାରଖ କରିପାରିବେ୤

ଏହି ଗସ୍ତ ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନର ପ୍ରସାର ପାଇଁ ଛେଣ୍ଡଠାରେ ପ୍ରାୟ ୮ ଏକର ଜମିରେ ଚାଲିଥିବା ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମର ନିର୍ମାଣ କାର୍ଯ୍ୟ ମଧ୍ୟ ସଚିବସ୍ତରୀୟ ପ୍ରତିନିଧି ଦଳ ବୁଲି ଦେଖିଥିଲେ l ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀ ନିଖିଲ ପବନ କଲ୍ୟାଣ, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like