-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ରାଜ୍ୟ

5T ରେ ସ୍କୁଲ ରୂପାନ୍ତରଣ, ଦ୍ବିତୀୟ ପର୍ଯ୍ୟାୟରେ ଆଜି ହିଞ୍ଜିଳିର ଆଉ ୧୦ଟିକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ : ସାମିଲ ହେଲେ ମନ୍ତ୍ରୀ ଓ ବିଧାୟକଗଣ ଆମ ଓଡିଶାର ପିଲାମାନେ କାହା ଠାରୁ କମ୍ ନୁହନ୍ତି, ସୁଯୋଗ ଦେଲେ ସେମାନେ ଇତିହାସ ସୃଷ୍ଟି କରିପାରିବେ, ହକିରେ ଅଲମ୍ପିକ ମେଡାଲ ଏହାର ପ୍ରକୃଷ୍ଟ ଉଦାହରଣ- ମୁଖ୍ୟମନ୍ତ୍ରୀ

23-Aug-2021



ଭୁବନେଶ୍ୱର(ମହାମାୟା ମହାନ୍ତି) :ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରେ ଆଜି ଦ୍ବିତୀୟ ପର୍ଯ୍ୟାୟରେ ଆଉ ୧୦ଟି ରୂପାନ୍ତରୀତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ସୂଚନାଯୋଗ୍ୟ ଯେ ଗତ  ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦ୍ବୋଧନ ଦେଇ କହିଛନ୍ତି ଯେ ଆମର ଓଡିଶାର ପିଲାମାନେ ପ୍ରତିଭାରେ କାହା ଠାରୁ କମ୍ ନୁହନ୍ତି । ସେମାନଙ୍କ ପାଖରେ ଭରପୁର ସମ୍ଭାବନା  ରହିଛି । ସୁଯୋଗ ପାଇଲେ ସେମାନେ ଇତିହାସ ସୃଷ୍ଟି କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ପ୍ରସଙ୍ଗରେ ହକି ଖେଳର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ହକି ଖେଳରେ ଆମର ପ୍ରଚୁର ସମ୍ଭାବନା ଥିଲା। ଯେତେବେଳେ ସେମାନଙ୍କୁ ପ୍ରୋତ୍ସାହନ ମିଳିଲା,  ସେମାନେ ଦୀର୍ଘ ୪୧ ବର୍ଷ ପରେ ଅଲମ୍ପିକରେ ମେଡାଲ ଜିତି ଆମ ପାଇଁ ଗୌରବ ଆଣିଲେ। ଓଡିଶା ସରକାର ହକିକୁ sponsor କରୁଛି। ଓଡିଶାର ଦୁଇ ଜଣ ଖେଳାଳୀ ଦେଶପାଇଁ ଖେଳି ଆମର ମର୍ଯ୍ୟାଦା ବଢାଇଛନ୍ତି। ତେଣୁ ସବୁ କ୍ଷେତ୍ରରେ ସୁଯୋଗ ସୃଷ୍ଟି କରିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଥିଲେ। ା

ଆଜି ଲୋକାର୍ପିତ ହୋଇଥିବା ବିଦ୍ୟାଳୟ ଗୁଡିକ ହେଉଛି –

(୧) ବୃନ୍ଦାବନ ନାୟକ ସ୍ମୃତି ବିଦ୍ୟାପୀଠ, ଶାସନ ଆମ୍ବଗାଁ ପଞ୍ଚାୟତ
(୨) କୁମାରପାଣି ହାଇସ୍କୁଲ, କୁମାରପାଣି ପଞ୍ଚାୟତ
(୩) ସରକାରୀ ୟୁଜି ହାଇସ୍କୁଲ, ସାପୁଆପଲ୍ଲୀ, ଦାରୁଭଦ୍ର ପଞ୍ଚାୟତ
(୪) ଲାଞ୍ଜିଆପଲ୍ଲୀ ହାଇସ୍କୁଲ, ଧନତରା ପଞ୍ଚାୟତ
(୫) ଗ୍ରାମପଞ୍ଚାୟତ ହାଇସ୍କୁଲ, ଶାହାପୁର ପଞ୍ଚାୟତ
(୬) କରଡ଼କଣା ହାଇସ୍କୁଲ, କରଡକଣା ପଞ୍ଚାୟତ
(୭) ଭଗବତୀ ବିଦ୍ୟାପୀଠ, ବୁରୁପଦ ପଞ୍ଚାଯତ
(୮) ସହିଦ୍‌ ହାଇସ୍କୁଲ, ଟକରଡା ପଞ୍ଚାୟତ
(୯) ମା କାଳୀ ହାଇସ୍କୁଲ, କୁଳାଗଡା ପଞ୍ଚାୟତ
(୧୦) ଜେ.ସି.ସି. ହାଇସ୍କୁଲ, ଭାବନ୍ଧ ପଞ୍ଚାୟତ

  ପିଲାମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ହେଉଛି ସମସ୍ତଙ୍କ ଜୀବନର ଶ୍ରେଷ୍ଠ ସମୟ । ଏହି ରୂପାନ୍ତର ତୁମ ମାନଙ୍କ ପାଇଁ । ତୁମମାନଙ୍କ ଭବିଷ୍ୟତ ପାଇଁ ଏବଂ ତୁମମାନଙ୍କୁ ଶ୍ରେଷ୍ଠ ଗଢିବା ପାଇଁ ଏହା ଅନେକ ସୁଯୋଗ ସୃଷ୍ଟି କରିବ । ୫-ଟି କାର୍ଯ୍ୟକ୍ରମ ଏହି ରୂପାନ୍ତରୀକରଣ ରେ କିପରି  ପ୍ରମୁଖ ଭୂମିକା ନେଇଛି ସେ  ସଂପର୍କରେ ଆଲୋକପାତ କରି  ମୁଖ୍ୟମନ୍ତ୍ରୀ କହିଥିଲେ ଯେ 5Tର  ପ୍ରତ୍ୟେକ ନୀତିର ପ୍ରୟୋଗ ବିଦ୍ୟାଳୟ ରୂପାନ୍ତରଣ କୁ ସଫଳ କରିଛି । 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ  ଆଗ୍ରହ ସୃଷ୍ଟି କରିଛି  । ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରୁ ଆରମ୍ଭ ହୋଇଥିବା  ସ୍କୁଲ ମାନଙ୍କର ଏ ରୂପାନ୍ତରଣ ଓଡ଼ିଶାର ଶିକ୍ଷା ଇତିହାସ ରେ ଏକ ଗୌରବ ମୟ ଅଧ୍ୟାୟ ଯୋଡ଼ି ପାରିଛି ।

।ମନ୍ତ୍ରୀ ଓ ବିଧାୟକମାନେ ସେମାନଙ୍କ ଅଞ୍ଚଳରେ ଏହି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ କିପରି ଭଲ ଭାବରେ କାର୍ଯ୍ୟକାରୀ ହେବ, ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହାସହିତ ସ୍ଥାନୀୟ ଜନସାଧାରଣଙ୍କୁ ସାମିଲ କରି ଗଞ୍ଜାମରେ ଯେପରି ସଫଳତା ମିଳିଛି, ଅନ୍ୟ ସବୁ ଜିଲ୍ଲାରେ ମଧ୍ୟ ସେହିପରି ଲୋକଙ୍କୁ ସାମିଲ କରିବା ପାଇଁ  ମୁଖ୍ୟମନ୍ତ୍ରୀ  ପରାମର୍ଶ ଦେଇଥିଲେ ।

ପରିଶେଷରେ ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲ ଗୁଡିକର ଯତ୍ନ ନିଜ ସଂପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।

ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଯୋଗ ଦେଇଥିଲେ ମନ୍ତ୍ରୀମଣ୍ଡଳର ସଦସ୍ୟ ବିଧାୟକଗଣ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ବର୍ତ୍ତମାନର ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ।

କାର୍ଯ୍ୟକ୍ରମ ପରିଚାଳନା କରିଥିଲେ 5Tସଚିବ  ଶ୍ରୀ ଭି କେ ପାଣ୍ଡିଆନ୍ । ଗଞ୍ଜାମ ଜିଲ୍ଳାପାଳ ସ୍ଵାଗତ ଭାଷଣ ଦେଇଥିଲେ  ।
ଏହି କାର୍ଯ୍ୟ କ୍ରମ ଗଞ୍ଜାମ ର  ଛାତ୍ରଛାତ୍ରୀ ଅଭିଭାବକ ଓ ସାଧାରଣ ଲୋକଙ୍କ ମନରେ ବିପୁଳ ଉତ୍ସାହ ସୃଷ୍ଟି କରିଛି ।

  ମୀରା ସ୍ବାଇଁ  ତୃପ୍ତି ମୟୀ  ମହାରଣା , ,ଶ୍ରୀ ଶଙ୍କର ଜେନା ,ସ୍ମୃତି ମୟୀ ପ୍ରଧାନ , ରେଶମା ଦାସ ,ସୁଇଟି ତ୍ରିପାଠୀ, ପାୟଲ ଗୌଡ଼ ,ଓ ରୁଦ୍ର ନାରାୟଣ ଶତପଥୀ ପ୍ରମୁଖ  ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ   ମାନେ ଏହା ସେମାନଙ୍କ ଆତ୍ମବିଶ୍ବାସ  ବୃଦ୍ଧି ରେ ସହାୟକ ହେବ ବୋଲି  ମତ ଦେଇ  ଆନନ୍ଦ ପ୍ରକାଶ କରିଥିଲେ ଓ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ

ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ , ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ଓ ବିଧାୟକ ମାନେ ଯୋଗ ଦେଇ ହିଞ୍ଜିଳି ବିକାଶ ସମ୍ପର୍କରେ ସୋମାନଙ୍କ ଅଭିଞତା ବର୍ଣ୍ଣନା କରିଥିଲେ ।   ଲୋକସେବା ଭବନରୁ ମୋ ସ୍କୁଲର ଅଧ୍ୟକ୍ଷ ଶ୍ରୀମତୀ ସସ୍ମିତା ବାଗ୍ ଚୀ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଯୋଗଦେଇ  ଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like